Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତର ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କଲେ ମନ୍ତ୍ରୀ ଓ ଡିଜିପି
ଆଜିର ଖବର

ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତର ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କଲେ ମନ୍ତ୍ରୀ ଓ ଡିଜିପି

September 20, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତ
ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତର ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କଲେ ମନ୍ତ୍ରୀ ଓ ଡିଜିପି

ଭୁବନେଶ୍ଵର: ଆସନ୍ତା ୨୭ ତାରିଖରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରହ୍ମପୁର ଗସ୍ତରେ ଆସିବାର କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ବାଣିଜ୍ୟ, ପରିବହନ, ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୁତି ଭୁଷଣ ଜେନା ଏବଂ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ବ୍ରହ୍ମପୁର ଗସ୍ତ କରି ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମ୍ବନ୍ଧରେ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ମାନଙ୍କ ସହ ବିସ୍ତୃତ ଆଲୋଚନା କରିଥିଲେ।

ଆଜି ପୂର୍ବାହ୍ନରେ ଡିଜିପି ବ୍ରହ୍ମପୁର ଗସ୍ତରେ ଆସି ପ୍ରଥମେ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ପହଞ୍ଚିଥିଲେ। ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ପ୍ରଥମେ ଏହି ଏୟାରଷ୍ଟ୍ରିପରେ ଅବତରଣ କରି ନିକଟସ୍ଥ ସଭା ସ୍ଥଳକୁ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ସଭାରେ ଲକ୍ଷାଧିକ ଜନସମାଗମକୁ ଦୃଷ୍ଟିରେ ରଖି ଏୟାରଷ୍ଟ୍ରିପ ପରିସରରେ ବ୍ୟାପକ ସୁରକ୍ଷା ବାହିନୀ ମୁତୟନ, ଟ୍ରାଫିକ ଓ ପାର୍କିଂ ବ୍ୟବସ୍ଥା କୁ ସୁଦୃଢ କରାଯିବା ସଂକ୍ରାନ୍ତରେ ଡିଜିପି ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଥିଲେ। ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣକୁ ଏଡାଇବାକୁ ସହରରେ ଥିବା ସମସ୍ତ ହୋଟେଲ ଓ ଲଜ୍ ଗୁଡ଼ିକୁ କଡାକଡି ତନଖି କରିବାକୁ ପୋଲିସ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏହାପରେ ମନ୍ତ୍ରୀ ବିଭୁତି ଭୁଷଣ ଜେନା ଏବଂ ଡିଜିପି ଶ୍ରୀ ଖୁରାନିଆ ବ୍ରହ୍ମପୁରସ୍ଥିତ ଏମକେସିଜି ହସପିଟାଲକୁ ଗସ୍ତ କରି SOGର ଆହତ ଯବାନ ପ୍ରେମ ସିଂ ମାଝୀଙ୍କୁ ସାକ୍ଷାତ କରିଥିଲେ। ମାଓବାଦୀ ଦମନ ଅଭିଯାନରେ ଯବାନ ଶ୍ରୀ ମାଝୀଙ୍କ ଅଦମ୍ୟ ସାହସକୁ ଡିଜିପି ଉଚ୍ଚ ପ୍ରଶଂସା କରିବା ସହ ତାଙ୍କ ପରିବାରବର୍ଗଙ୍କୁ ସାନ୍ତ୍ୱନା ଦେଇଥିଲେ। ଏହା ସହ ଚିକିତ୍ସା କରୁଥିବା ଡାକ୍ତରଙ୍କ ଆଲୋଚନା କରିବା ସହ ଆଶୁ ଆରୋଗ୍ୟ କାମନା କରିଥିଲେ। ମାଓ ଦମନରେ ତାଙ୍କ ଭୁମିକା ସଦା ସର୍ବଦା ଅତୁଳନୀୟ ହୋଇ ରହିବ ବୋଲି କହିଥିଲେ। ଉଲ୍ଲେଖ ଯୋଗ୍ୟ ଯେ, ଦୁଇ ଦିନ ତଳେ କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଘଞ୍ଚ ଜଙ୍ଗଲ ଅଞ୍ଚଳରେ ଯବାନ- ମାଓବାଦୀ ମୁହଁମୁହିଁ ହୋଇଥିବା ବେଳେ ପ୍ରେମ ସିଂ ମାଝୀ ଗୁରୁତର ଆହତ ହୋଇଥିଲେ।

ଏହି ଅବସରରେ ବ୍ରହ୍ମପୁର ଜିଲ୍ଲା ପୋଲିସ ମୁଖ୍ୟାଳୟ ପରିସରରେ ଡିଜିପି ଶ୍ରୀ ଖୁରାନିଆଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ଆଇନ ଶୃଙ୍ଖଳା ପରିସ୍ଥିତି ଓ ଅପରାଧ ସ୍ଥିତି ଏବଂ ନିୟନ୍ତ୍ରଣ ସମ୍ପର୍କରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ପରେ ଗଞ୍ଜାମ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ରେ ମଧ୍ୟ ଅନୁରୂପ ସମୀକ୍ଷା ବୈଠକ ଆୟୋଜିତ କରାଯାଇଥିଲା।

ଏହି ବୈଠକରେ ଜିଲ୍ଲାର ସମସ୍ତ ଥାନାଧିକାରୀଙ୍କ ଠାରୁ ଆରମ୍ଭ କରି ଏସଡିପିଓ, ଅତିରିକ୍ତ ଏସପି ଏବଂ ମୁଖ୍ୟାଳୟ ପରିସରରେ ଥିବା ବିଭିନ୍ନ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ। ଉଭୟ ଜିଲ୍ଲାର ସମସ୍ତ ପୋଲିସ ଅଧିକାରୀଙ୍କ ସହ ସମୀକ୍ଷା ବୈଠକ ରେ ଯୋଗ ଦେଇ ଡିଜିପି ଆଇନ ଶୃଙ୍ଖଳା ପରିସ୍ଥିତି ଓ ଘଟୁଥିବା ଅପରାଧର ସମୀକ୍ଷା କରିଛନ୍ତି।

ଗଞ୍ଜାମ ତଥା ବ୍ରହ୍ମପୁର ପୋଲିସ ଜିଲ୍ଲାରେ ଆଇନ ଓ ଶୃଙ୍ଖଳା ପରିସ୍ଥିତି, ଅପରାଧ ସ୍ଥିତି ଓ ନିରାକରଣ, ଗଞ୍ଜେଇ ଚାଷ ଓ ଚୋରାଚାଲାଣ, ଅତୀତରେ ପୋଲିସ ବିଭାଗର ସଫଳତା ଏବଂ ଆଗାମୀ ଦିନରେ ଅପରାଧୀ ମାନଙ୍କ ବିରୋଧରେ ସ୍ଵତନ୍ତ୍ର ରଣନୀତି ପ୍ରସ୍ତୁତି ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି। ଡିଜିପି ସମସ୍ତ ବିଭାଗର ସମୀକ୍ଷା କରିବା ସହ ଜିଲ୍ଲାକୁ ଅପରାଧ ମୁକ୍ତ କରିବାକୁ ପୋଲିସ ଅଧିକାରୀମାନଙ୍କୁ ଆହ୍ଵାନ ଦେଇଥିଲେ। ଏହି ଅବସରରେ ଜିଲ୍ଲାରେ ନିଶାଦ୍ରବ୍ୟ ଚୋରା ଚାଲାଣ ଉପରେ ରୋକ ଲଗାଇବାକୁ ସ୍ଵତନ୍ତ୍ର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବାକୁ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଡିଜିପିଙ୍କ ଏହି ଗସ୍ତ ସମୟରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ( ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ଆଇଜି (ଦକ୍ଷିଣାଞ୍ଚଳ) ନୀତି ଶେଖର, ଏସପି ଗଞ୍ଜାମ ଶୁଭେନ୍ଦୁ କୁମାର ପାତ୍ର, ଏସପି ବ୍ରହ୍ମପୁର ଡାକ୍ତର ସର୍ବଣା ବିବେକ ପ୍ରମୁଖ ଉପସ୍ଥିତ ଥିଲେ।

ନରେନ୍ଦ୍ର ମୋଦି ବ୍ରହ୍ମପୁର ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026
Latest News

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.