Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»PM to Visit Odisha: ପ୍ରଧାନମନ୍ତ୍ରୀ ମୋଦିଙ୍କ ବ୍ରହ୍ମପୁର ଗସ୍ତ ନେଇ ମୁଖ୍ୟ ଶାସନ ସଚିବ ବୈଠକ କରି କହିଲେ..
ଆଜିର ଖବର

PM to Visit Odisha: ପ୍ରଧାନମନ୍ତ୍ରୀ ମୋଦିଙ୍କ ବ୍ରହ୍ମପୁର ଗସ୍ତ ନେଇ ମୁଖ୍ୟ ଶାସନ ସଚିବ ବୈଠକ କରି କହିଲେ..

September 20, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
PM to Visit Odisha:
PM to Visit Odisha: ପ୍ରଧାନମନ୍ତ୍ରୀ ମୋଦିଙ୍କ ବ୍ରହ୍ମପୁର ଗସ୍ତ ନେଇ ମୁଖ୍ୟ ଶାସନ ସଚିବ ବୈଠକ କରି କହିଲେ..

PM to Visit Odisha: ଆସନ୍ତା ସେପ୍ଟେମ୍ବର ୨୭ ତାରିଖରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତ କରି ବ୍ରହ୍ମପୁରଠାରେ ଜାତୀୟ ସ୍ତରୀୟ ‘ସେବା ପର୍ବ’ କାର୍ଯ୍ୟକ୍ରମରେ ଯୋଗଦେଇ ଓଡ଼ିଶା ସମେତ ଦେଶର ବିଭିନ୍ନ ରାଜ୍ୟର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ, ଶିଳାନ୍ୟାସ ଓ ଲୋକାର୍ପଣ କରିବେ।

ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ନେଇ ଗତକାଲି ଓଡ଼ିଶାର ମୁଖ୍ୟମନ୍ତ୍ରୀ  ପ୍ରସ୍ତୁତି ବୈଠକ କରି ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ। ଏହାପରେ ଆଜି ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଲୋକସେବା ଭବନରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ସ୍ତିରୀକୃତ ହୋଇଥିବା ବିଭିନ୍ନ କାର୍ଯ୍ୟକ୍ରମର ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ।

ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ସମେତ ସଂପୃକ୍ତ ବିଭିନ୍ନ ବିଭାଗର ପଦାଧିକାରୀ ଉପସ୍ଥିତ ଥିଲେ। ଗଞ୍ଜାମ ଜିଲ୍ଲାପାଳ ଶ୍ରୀ  କୀର୍ତ୍ତି ଭାସନ ଭି.  ଆଭାସୀ ମାଧ୍ୟମରେ ଯୋଗଦେଇଥିଲେ। ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରଓ୍ୱାଲ କାର୍ଯ୍ୟକ୍ରମ ସଂପର୍କରେ ସବିଶେଷ ଉପସ୍ଥାପନ କରିଥିଲେ।

ପ୍ରଧାନମନ୍ତ୍ରୀଙ୍କର ସେଦିନ ଯେଉଁ ଯେଉଁ କାର୍ଯ୍ୟକ୍ରମ ରହିଛି, ତାହାର କାର୍ଯ୍ୟସୂଚୀ ଉପରେ ଆଲୋକପାତ କରାଯାଇଥିଲା। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସ୍ଥଳ ଓ ଆଭାସୀ ମାଧ୍ୟମରେ ବିଭିନ୍ନ କାର୍ଯ୍ୟକ୍ରମ ରହିଥିବାରୁ ସେସବୁକୁ ଉପଯୁକ୍ତ ସମନ୍ୱୟ ଓ ସହଯୋଗର ସହିତ ସଂପାଦନ କରିବାକୁ ମୁଖ୍ୟ ସଚିବ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ସଭା ସ୍ଥଳରେ ମଞ୍ଚ ପ୍ରସ୍ତୁତି,  ଅତିଥି ଓ ଦର୍ଶକମାନଙ୍କ ବସିବା, ଇଭେଣ୍ଟ ଚେକ୍‌ ଲିଷ୍ଟ, ମଞ୍ଚ ପ୍ରସ୍ତୁତି ଚୂଡ଼ାନ୍ତ କରାଯିବା, ଆଦି ସଂପର୍କରେ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା।

Read More- PM Modi Plants Kadamb Sapling Gifted by His Majesty King Charles III

Read More-Manipal University Jaipur Awards 4,237 Degrees at Online Education Convocation

PM to Visit Odisha: ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତ ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ସହିଦ ଜବାନ ଏବଂ ନକ୍ସଲ ହିଂସାରେ ପୀଡିତଙ୍କ ପରିବାରକୁ ଭେଟିଲେ ଅମିତ ଶାହ

May 18, 2026

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026

ଶଶୁର ଉପରକୁ ଗରମ ତେଲ ଫିଙ୍ଗିଲା ବୋହୁ

May 18, 2026
Latest News

ସହିଦ ଜବାନ ଏବଂ ନକ୍ସଲ ହିଂସାରେ ପୀଡିତଙ୍କ ପରିବାରକୁ ଭେଟିଲେ ଅମିତ ଶାହ

May 18, 2026

ନରୱେର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

May 18, 2026

ସ୍ୱିଡେନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା

May 18, 2026

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.