Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୪୧ ଗବେଷକ
ଆଜିର ଖବର

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୪୧ ଗବେଷକ

September 21, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
soa university
ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୪୧ ଗବେଷକ

ଭୁବନେଶ୍ୱର: ପ୍ରସିଦ୍ଧ ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୪୧ ଜଣ ଗବେଷକ ସ୍ଥାନ ପାଇଛନ୍ତି। ୨୦୨୫ ନିମନ୍ତେ ଆମେରିକାର ଏହି ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଷୟବସ୍ତୁ ଆଧାରକୁ ନେଇ ପ୍ରକାଶିତ ୨ ପ୍ରତିଶତ ବୈଜ୍ଞାନିକମାନଙ୍କ ତାଲିକାରେ ସୋଆର ଏହି ଗବେଷକମାନେ ସାମିଲ ହୋଇଛନ୍ତି।

୨୦୨୪ରେ ଷ୍ଟାନ୍‌ଫୋର୍ଡ ଦ୍ୱାରା ପ୍ରସ୍ତୁତ ଏହି ସମ୍ମାନଜନକ ତାଲିକାରେ ସୋଆର ୩୨ ଜଣ ଗବେଷକ ସ୍ଥାନ ପାଇଥିଲେ।

ଷ୍ଟାନ୍‌ଫୋର୍ଡ ଦ୍ୱାରା ପ୍ରକାଶିତ ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକ ତାଲିକା ଏକ ଗୁରୁତ୍ୱପୂର୍ଣ୍ଣ ର‌୍ୟାଙ୍କିଙ୍ଗ ଯାହାକି ଗବେଷଣା କ୍ଷେତ୍ରରେ ଉଚ୍ଚମାନର କାର୍ଯ୍ୟ କରୁଥିବା ଗବେଷକମାନଙ୍କୁ ନେଇ ପ୍ରସ୍ତୁତ ହୋଇଥାଏ।

ଏହି ତାଲିକାରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ୨୩ ଜଣ ଗବେଷକ ସ୍ଥାନ ପାଇଥିବା ବେଳେ ସୋଆ ପକ୍ଷରୁ ସ୍ଥାପିତ ହୋଇଥିବା ଗବେଷଣା କେନ୍ଦ୍ର ମଧ୍ୟରୁ ୫ଟି କେନ୍ଦ୍ରର ୧୧ ଜଣ ଗବେଷକ ସ୍ଥାନ ପାଇଛନ୍ତି।

ଏହା ବ୍ୟତିତ ସୋଆ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ ବିଭାଗର ୪ ଜଣ, ମେଡିକାଲ୍ କଲେଜର ୨ ଜଣ ଏବଂ କୃଷି ବିଜ୍ଞାନ କଲେଜର ଜଣେ ଗବେଷକ ଏହି ତାଲିକାରେ ସ୍ଥାନୀତ ହୋଇଛନ୍ତି।

ଗବେଷଣା କେନ୍ଦ୍ରଗୁଡ଼ିକ ମଧ୍ୟରୁ ସେଂଟର ଫର୍ ନାନୋ ସାଇନ୍‌ସେସ୍ ଆଣ୍ଡ ନାନୋ ଟେକ୍ନୋଲୋଜି (ସିଏନ୍‌ଏନ୍‌ଟି)ର ୩ ଜଣ ବୈଜ୍ଞାନିକ ଏବଂ ବାୟୋ-ଫୁଏଲ୍ସ ଆଣ୍ଡ ବାୟୋ-ପ୍ରୋସେସିଙ୍ଗ୍ ରିସର୍ଚ୍ଚ ସେଂଟର (ବିବିଆରସି)ର ୨ ଜଣ, ସେଂଟର ଫର ବାୟୋଟେକ୍ନୋଲଜି (ସିବିଟି)ର ୨ ଜଣ, ସେଂଟର ଫର୍ ଇଣ୍ଡଷ୍ଟ୍ରିଆଲ୍ ବାୟୋଟେକ୍ନୋଲୋଜି ରିସର୍ଚ୍ଚ (ସିଆଇବିଆର୍‌)ର ୨ ଜଣ ଏବଂ ସେଂଟର ଅଫ୍ ଏକ୍ସିଲେନ୍ସ ଇନ୍ ଥିଓରେଟିକାଲ୍ ଆଣ୍ଡ ମ୍ୟାଥମେଟିକାଲ୍ ସାଇନ୍‌ସେସ୍ (ସିଇଟିଏମ୍‌ଏସ୍‌)ର ୨ ଜଣ ଗବେଷକ ଏହି ତାଲିକାରେ ନାମିତ ହୋଇଛନ୍ତି।

ସୋଆ ଅଧିନସ୍ଥ ମଲ୍ଟିଡିସିପ୍ଲିନାରୀ ରିସର୍ଚ୍ଚ ସେଲ୍‌ର ପୂର୍ବତନ ନିର୍ଦ୍ଦେଶକ ପ୍ରଫେସର ପ୍ରଦୀପ୍ତ କୁମାର ଦାଶ ଏବଂ ବିଶିଷ୍ଟ ନ୍ୟୁରୋସର୍ଜନ ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର ମଧ୍ୟ ଏହି ସମ୍ମାନଜନକ ତାଲିକାରେ ସାମିଲ ହୋଇଛନ୍ତି। ଏହି ଦୁଇ ଗବେଷକ ପୂର୍ବରୁ ସୋଆର କୁଳପତି ଦାୟିତ୍ୱ ମଧ୍ୟ ବହନ କରିଛନ୍ତି।

ଏହି ସମ୍ମାନଜନକ ତାଲିକାରେ ସିଏନ୍‌ଏନ୍‌ଟିର ନିର୍ଦ୍ଦେଶକ ପ୍ରଫେସର କୁଳମଣି ପରିଡ଼ା, ବିବିଆରସିର ନିର୍ଦ୍ଦେଶକ ପ୍ରଫେସର ଲାଲା ବିହାରୀ ଶୁକ୍ଲା, ସିଆଇବିଆରର ନିର୍ଦ୍ଦେଶକ ପ୍ରଫେସର ହୃଦୟନାଥ ଥାଟ୍ଟୋଇ ଏବଂ ସିବିଟିର ମୁଖ୍ୟ ପ୍ରଫେସର ସଂଘମିତ୍ରା ନାୟକ ସାମିଲ ହୋଇଛନ୍ତି।

ଆଇଟିଇଆର୍ ଗବେଷକ ପ୍ରଫେସର ଆର.ଏନ୍‌.ପି. ଚୌଧୁରୀ, ପ୍ରଫେସର ମନୋହର ମିଶ୍ର, ପ୍ରଫେସର ରଶ୍ମି ଆଚାର୍ଯ୍ୟ, ପ୍ରଫେସର ସତ୍ୟ ରଞ୍ଜନ ମିଶ୍ର, ପ୍ରଫେସର ରାଜଶ୍ରୀ ଦାଶ, ପ୍ରଫେସର ବିନୋଦ କୁମାର ସାହୁ, ପ୍ରଫେସର ରେଣୁ ଶର୍ମା, ପ୍ରଫେସର ନିହାରବାଳା ଦେବୀ, ପ୍ରଫେସର ପି.ଜି.ଆର ଆଚାରୀ, ଡ. ଲୋପାମୁଦ୍ରା ଆଚାର୍ଯ୍ୟ, ଡଃ ଭାଗ୍ୟଶ୍ରୀ ପ୍ରିୟଦର୍ଶିନୀ ମିଶ୍ର, ଡଃ ସତ୍ୟବ୍ରତ ସୁବୁଦ୍ଧି, ଡଃ ଶେଖର ଚନ୍ଦ୍ର ରାୟ, ଡଃ ଶୁଭଶ୍ରୀ ଚୌଧୁରୀ, ଡଃ ଅକ୍ଷୟ କୁମାର ବର୍ମା, ଡଃ ଶେଷଦେବ ସାହୁ, ଡଃ ସନ୍ତୋଷ କୁମାର ପରିଡା ଏବଂ ଡଃ ଅକ୍ଷୟ କୁମାର ପାତ୍ର. ଡଃ ରାହୁଲ ପ୍ରିୟଦର୍ଶୀ, ଡଃ ଦେବାଶିଷ ପଣ୍ଡା, ଡଃ ସୁଧାଂଶୁ ଶେଖର ହୋତା ଏବଂ ଡଃ ସୁରେଶ କୁମାର ପାତ୍ର ମଧ୍ୟ ଏହି ତାଲିକାରେ ସ୍ଥାନ ପାଇଛନ୍ତି।

ଏହି ତାଲିକାରେ ସାମିଲ ହୋଇଥିବା ଅନ୍ୟ ଗବେଷକମାନେ ହେଉଛନ୍ତି ସିଆଇବିଆରର ଆଡଜଂଟ ପ୍ରଫେସର ରମେଶ ଚନ୍ଦ୍ର ରାୟ, ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସର ପ୍ରଫେସର ଗୌତମ ରଥ, ପ୍ରଫେସର ଅମିତ କୁମାର ନାୟକ, ଡଃ ବିନୀତ କୁମାର ରାୟ ଓ ଡଃ ଅନିନ୍ଦିତା ବେହେରା, ସିବିଟିର ଡଃ ସୁଯୋଗ୍ୟ କୁମାର ପଣ୍ଡା, ସେଂଟ୍ରାଲ ରିସର୍ଚ୍ଚ ଲ୍ୟାବର ପ୍ରଫେସର ରବୀନ୍ଦ୍ର ନାଥ ପାଢ଼ୀ, ସିଏନ୍‌ଏନ୍‌ଟିର ଡଃ ସୁଲଗ୍ନା ପଟ୍ଟନାୟକ ଏବଂ ଡଃ ଦିପ୍ତୀ ପ୍ରଭା ସାହୁ, ଏଗ୍ରିକଲ୍‌ଚରାଲ ସାଇନ୍‌ସେସର ପ୍ରଫେସର ଜ୍ଞାନ ରଞ୍ଜନ ରାଉତ, ବିବିଆରସିର ଡଃ. ଦେବବ୍ରତ ପ୍ରଧାନ ଓ ସିଇଟିଏମ୍‌ଏସ୍‌ର ପ୍ରଫେସର ତାପସ ରଞ୍ଜନ ରାଉତରାୟ ଏବଂ ଡଃ ଶୁଭସ୍ମିତା ସ୍ୱାଇଁ।

ବୈଜ୍ଞାନିକଙ୍କ ତାଲିକା ଶିକ୍ଷା ଓ ଅନୁସନ୍ଧାନ ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.