Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁରରେ ନିଆରା ପରମ୍ପରା ଭେଟ ଅମାବାସ୍ୟା, ସପ୍ତମାତୃଶକ୍ତିର ମହାମିଳନ ମହୋତ୍ସବ
ଆଜିର ଖବର

ବାଣପୁରରେ ନିଆରା ପରମ୍ପରା ଭେଟ ଅମାବାସ୍ୟା, ସପ୍ତମାତୃଶକ୍ତିର ମହାମିଳନ ମହୋତ୍ସବ

September 22, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
bhagabati, birajai
ବାଣପୁର ପ୍ରସିଦ୍ଧ ପବିତ୍ର ଭେଟ ଅମାବାସ୍ୟା: ଜାଣନ୍ତୁ କ’ଣ ରହିଛି ପ୍ରଥା?

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରର ଆରାଧ୍ୟ ଦେବୀ ମା’ ଭଗବତୀଙ୍କର ଶାରଦୀୟ ପୂଜା ସମସ୍ତ ଶକ୍ତିପୀଠ ଠାରୁ ଅନନ୍ୟ। ଶାରଦୀୟ ପୂଜା ଉତ୍ସବ ପାଇଁ ମା’ ଭଗବତୀ ବିଭିନ୍ନ ସ୍ଥାନରେ ପୂଜା ପାଉଥିବା ନିଜ ସାତ ଭଉଣୀଙ୍କୁ ଉତ୍ସବରେ ଯୋଗ ଦେବା ନିମନ୍ତେ ମନ୍ଦିରକୁ ନିମନ୍ତ୍ରଣ କରିଥାନ୍ତି। ପୂର୍ବରୁ ମା’ନାରାୟଣୀ, ମା’ ସିଦ୍ଧମ୍ବରୀ ଓ ମା’ କାଳିଜାଇ ନିମନ୍ତ୍ରଣ ପାଇ ବିଜେ କରିଥିବା ବେଳେ ଅମାବାସ୍ୟା ତିଥିରେ ନୀଳାଦ୍ରି ପ୍ରସାଦ ଜଙ୍ଗଲରେ ପୂଜା ପାଉଥିବା ମା’ ବିରଜାଈଙ୍କ ଚଳନ୍ତି ପ୍ରତିମା କାଠି ଠାକୁରାଣୀଙ୍କ ଆଗମନ ହୋଇଥିଲା।

ଗତକାଲି ରାତ୍ରିରେ ଉଭୟ କାଠି ଠକୁରାଣୀ ଙ୍କର ଭେଟ ଯାତ୍ରା ଅନୁଷ୍ଠିତ ହୋଇଥିଲା। ଯାହାକି ସ୍ଥାନୀୟ ଅଞ୍ଚଳରେ ଭେଟ ଅମାବାସ୍ୟା ନାମରେ ପ୍ରଚଳିତ। ପ୍ରତିକୂଳ ପାଗ ସତ୍ତ୍ୱେ ଉକ୍ତ ଉତ୍ସବରେ ହଜାର ହଜାର ଭକ୍ତ ଯୋଗ ଦେଇଥିବା ଦେଖା ଯାଇଥିଲା। ଏହି ପରମ୍ପରାର ଲୋକକଥା ଅନୁସାରେ ପୂର୍ବରୁ ବଙ୍କାଡ଼ ଗଡ଼ ରାଜା ମା’ ଙ୍କର ପୂଜା ଆରାଧନା କରିବା ସହ ପରମ ଭକ୍ତ ମଧ୍ୟ ଥିଲେ। ମା’ଙ୍କର ପୂଜା ବିଧିସହ ମନ୍ଦିରର ସମସ୍ତ ଦାଇତ୍ୱ ବୁଝୁଥିଲେ।

ସେହି ସମୟରେ ଜଙ୍ଗଲ ନିକଟବର୍ତ୍ତୀ ଭେଟେଶ୍ୱର ଠାରେ ଉଭୟ ଠକୁରାଣୀଙ୍କର ଏହି ମିଳନ ଯାତ୍ରା ଅନୁଷ୍ଠିତ ହେଉଥିଲା। କାଳକ୍ରମେ ତାହା ପରିବର୍ତ୍ତନ ହୋଇ ଏହି ଭେଟ ଯାତ୍ରା ବାଣପୁର ବଜାରରେ ପାଳନ ହେଉଛି। ଉଭୟ ଠାକୁରାଣୀଙ୍କର ଭେଟ ହେଲା ପରେ ଉଭୟ ଭଉଣୀ ବାହାର ପୂଜା ପାଇଁ ମା ଙ୍କର ପିତ୍ରାଳୟ ଦକ୍ଷ ପ୍ରଜାପତିଙ୍କ ସମ୍ମୁଖରେ ଥିବା ସାତ ବଖରା ଘରକୁ ଗମନ କରିଛନ୍ତି।

ବହୁ ସଂଖ୍ୟାରେ ଜନ ସମାଗମକୁ ନଜରରେ ରଖି ପୋଲିସ ପ୍ରଶାସନ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରିଥିଲା। ବାଲୁଗାଁ ଏସଡିପିଓ ସଞ୍ଜୟ କୁମାର ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବାଣପୁର ଆଇଆଇସି ରମେଶ କୁମାର ଦେବତା ଏବଂ ବାଲୁଗାଁ ଆଇଆଇସି ଜୟ ପ୍ରକାଶ ପରିଡ଼ା ଉତ୍ସବ ସ୍ଥଳରେ ଉପସ୍ଥିତ ରହି ମା’ ଙ୍କର ଏହି ଯାତ୍ରାକୁ ଶୃଙ୍ଖଳିତ ଭାବେ ଶେଷ କରିଥିଲେ। ସ୍ଥାନୀୟ ବିଧାୟକ ତଥା ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ସାଂସଦ ସମ୍ବିତ ପାତ୍ର ଏହି ଅବସରରେ ଭେଟ ପୁର୍ବରୁ ଦକ୍ଷେଶ୍ୱର ମନ୍ଦିର ଯାଇ ମା’ ଭଗବତୀଙ୍କ ଚଳନ୍ତି ପ୍ରତିମା କାଠି ଠାକୁରାଣୀଙ୍କ ଦର୍ଶନ କରିଥିଲେ।

ଖୋର୍ଦ୍ଧା ଜିଲ୍ଲା ବାଣପୁର ମା’ ଭଗବତୀ ଶାରଦୀୟ ପୂଜା
Share. Facebook Twitter LinkedIn Email WhatsApp Copy Link

Related Posts

କୋଲଡ୍ରିଫ୍ କଫ୍ ସିରପ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ଚେନ୍ନାଇର ୭ଟି ସ୍ଥାନରେ ଚଢାଉ

October 13, 2025

ଲଗାତାର ଦୁଇଟି ପରାଜୟ ସତ୍ତ୍ୱେ ସେମିଫାଇନାଲରେ ପହଞ୍ଚିପାରିବ କି ଭାରତ? ଜାଣନ୍ତୁ ସମୀକରଣ

October 13, 2025

ବିଜେପିକୁ ଲାଗିପାରେ ବଡ଼ ଝଟକା, ଇସ୍ତଫା ଦେବାକୁ ପ୍ରସ୍ତାବ ଦେଲେ ମୋଦି ସରକାରଙ୍କ ଏହି ମନ୍ତ୍ରୀ 

October 13, 2025

ଆଜି କାର୍ତ୍ତିକ ମାସ ସୋମବାର, ବାବା ଧବଳେଶ୍ବରଙ୍କୁ କରନ୍ତୁ ଦର୍ଶନ

October 13, 2025
Latest News

ଭାରତ ଗସ୍ତରେ ଆସିଲେ କାନଡା ବୈଦେଶିକ ମନ୍ତ୍ରୀ ଅନିତା ଆନନ୍ଦ, ଜାଣନ୍ତୁ କାରଣ

October 13, 2025

କୋଲଡ୍ରିଫ୍ କଫ୍ ସିରପ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ଚେନ୍ନାଇର ୭ଟି ସ୍ଥାନରେ ଚଢାଉ

October 13, 2025

କୁଡ଼ିଆରୁ ଏସ୍‍ଏଚ୍‍ଜି ଯାଏଁ: ଗୋଆର ଅର୍ଥନୀତିକୁ ସୁଦୃଢ଼ କରୁଛି ଜିଏସଟି ସଂସ୍କାର

October 13, 2025

ଲଗାତାର ଦୁଇଟି ପରାଜୟ ସତ୍ତ୍ୱେ ସେମିଫାଇନାଲରେ ପହଞ୍ଚିପାରିବ କି ଭାରତ? ଜାଣନ୍ତୁ ସମୀକରଣ

October 13, 2025

ବିଜେପିକୁ ଲାଗିପାରେ ବଡ଼ ଝଟକା, ଇସ୍ତଫା ଦେବାକୁ ପ୍ରସ୍ତାବ ଦେଲେ ମୋଦି ସରକାରଙ୍କ ଏହି ମନ୍ତ୍ରୀ 

October 13, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.