Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ୱାସ୍ଥ୍ୟ ସେବାରେ ଫାର୍ମାସିଷ୍ଟମାନଙ୍କ ଭୂମିକା ଅନେକ ଗୁରୁତ୍ୱପୂର୍ଣ୍ଣ: ସୋଆ ଉପସଭାପତି
ଆଜିର ଖବର

ସ୍ୱାସ୍ଥ୍ୟ ସେବାରେ ଫାର୍ମାସିଷ୍ଟମାନଙ୍କ ଭୂମିକା ଅନେକ ଗୁରୁତ୍ୱପୂର୍ଣ୍ଣ: ସୋଆ ଉପସଭାପତି

September 25, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସ୍ୱାସ୍ଥ୍ୟ ସେବାରେ ଫାର୍ମାସିଷ୍ଟମାନଙ୍କ ଭୂମିକା ଅନେକ ଗୁରୁତ୍ୱପୂର୍ଣ୍ଣ: ସୋଆ ଉପସଭାପତି
ସ୍ୱାସ୍ଥ୍ୟ ସେବାରେ ଫାର୍ମାସିଷ୍ଟମାନଙ୍କ ଭୂମିକା ଅନେକ ଗୁରୁତ୍ୱପୂର୍ଣ୍ଣ: ସୋଆ ଉପସଭାପତି

ଭୁବନେଶ୍ୱର: ସ୍ୱାସ୍ଥ୍ୟ କଥା ଚିନ୍ତା କଲାବେଳେ ଫାର୍ମାସିଷ୍ଟମାନଙ୍କ କଥା ଚିନ୍ତା କରିବାକୁ ପଡ଼ିବ କାରଣ ସେମାନଙ୍କ ଦ୍ୱାରା ପ୍ରସ୍ତୁତ କରାଯାଉଥିବା ଠିକ୍ ଅନୁପାତର ଔଷଧ ହିଁ ରୋଗ ଉପଶମ କରିବାରେ ସହାୟକ ହୋଇଥାଏ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶାଶ୍ୱତି ଦାସ ମତ ବ୍ୟକ୍ତ କରିଛନ୍ତି।

ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲର ଫାର୍ମାସୀ ବିଭାଗ ପକ୍ଷରୁ ଗୁରୁବାର ଆୟୋଜିତ ବିଶ୍ୱ ଫାର୍ମାସିଷ୍ଟ ଦିବସ ‘ଏଲିକ୍‌ଜିର -୨୦୨୫’ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରୀମତି ଦାସ କହିଥିଲେ ଯେ ଏହି କାର୍ଯ୍ୟକ୍ରମର ନାମ ‘ଏଲିକ୍‌ଜିର’ ହିଁ ଫାର୍ମାସିଷ୍ଟମାନଙ୍କର କାର୍ଯ୍ୟକୁ ପ୍ରତିପାଦିତ କରୁଛି।

ଚିକିତ୍ସା ପଦ୍ଧତିରେ ଡାକ୍ତରମାନଙ୍କ ଦ୍ୱାରା ଲିଖିତ ପ୍ରେସ୍କ୍ରିପ୍‌ସନ୍ ଅନୁସାରେ ଔଷଧ ପ୍ରଦାନ ଓ ସେଗୁଡ଼ିକ ସେବନ କରିବାର ବିଧି ଫାର୍ମାସିଷ୍ଟମାନେ ହିଁ ନିରୂପଣ କରିଥାନ୍ତି। ନିଷ୍ଠାର ସହ ଏହି କାର୍ଯ୍ୟକୁ ସେମାନେ ତୁଲାଇବା ଦ୍ୱାରା ସମାଜର ପ୍ରଭୂତ ଉପକାର ସାଧନ କରୁଛନ୍ତି ବୋଲି ଶ୍ରୀମତି ଦାସ କହିଥିଲେ।

ଚଳିତ ବର୍ଷର ବିଶ୍ୱ ଫାର୍ମାସିଷ୍ଟ ଦିବସର ପ୍ରସଙ୍ଗ ‘ଥିଙ୍କ ହେଲ୍‌ଥ, ଥିଙ୍କ ଫାର୍ମାସିଷ୍ଟ’ ସମ୍ପର୍କରେ ମତ ବ୍ୟକ୍ତ କରି ଶ୍ରୀମତି ଦାସ କହିଥିଲେ ଯେ ଫାର୍ମାସିଷ୍ଟମାନଙ୍କର ଭୂମିକାକୁ ଶ୍ରେୟ ଦେବା ପାଇଁ ପ୍ରତିବର୍ଷ ସେପ୍ଟେମ୍ବର ୨୫ ତାରିଖକୁ ବିଶ୍ୱ ଫାର୍ମାସିଷ୍ଟ ଦିବସ ରୂପେ ପାଳନ କରାଯାଉଛି।

ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍‌ର ଫାର୍ମାସିଷ୍ଟମାନେ ଯେଉଁଭଳି ଭାବେ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିଆସୁଛନ୍ତି ସେଥି ନିମନ୍ତେ ମୁଁ ସେମାନଙ୍କୁ ଶୁଭେଚ୍ଛା ଜଣାଉଛି ବୋଲି ସୋଆ ଉପସଭାପତି କହିଥିଲେ।

କାର୍ଯ୍ୟକ୍ରମରେ ଓଡ଼ିଶାର ଡ୍ରଗ୍ସ କଂଟ୍ରୋଲର ମାମିନା ପଟ୍ଟନାୟକ ବକ୍ତା ଭାବେ ଯୋଗ ଦେଇ ଫାର୍ମାସିଷ୍ଟମାନଙ୍କର ଭୂମିକା ଉପରେ ଗୁରୁତ୍ୱାରୋପ କରିବା ସହ ବର୍ତମାନର ଯୁବପିଢ଼ି ନିଶା ଠାରୁ ଦୂରେଇ ରହିବା ଉପରେ ମତ ରଖିଥିଲେ।

ଏଥିରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଅଧ୍ୟକ୍ଷତା କରିବା ସହ ଫାର୍ମାସିଷ୍ଟମାନେ ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥାର ପ୍ରମୁଖ ଦାୟିତ୍ୱ ବହନ କରିଥାନ୍ତି ବୋଲି କହିଥିଲେ।

ସୋଆ ଫାର୍ମାସୀ ବିଭାଗର ମୁଖ୍ୟ ଡକ୍ଟର ଯସ୍ମୀନ୍ ପଣ୍ଡା ଅତିଥିମାନଙ୍କୁ ସ୍ୱାଗତ କରିବା ଅବସରରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ସମ୍ପର୍କରେ ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମରେ ଆଇଏମଏସ୍ ଆଣ୍ଡ ସମ ହସ୍ପିଟାଲ୍‌ର ଡିନ୍ ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର, ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର ଓ ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ -୨, ଫୁଲନଖରାର ମେଡିକାଲ୍ ସୁପିରଟେଣ୍ଡେଂଟ ପ୍ରଫେସର (ଡାକ୍ତର) ରାଜେଶ କୁମାର ଲେଙ୍କା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ହସ୍ପିଟାଲ୍‌ରେ ଫାର୍ମାସିଷ୍ଟମାନଙ୍କ ଭୂମିକା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ।

ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ, ଫାର୍ମାସିଷ୍ଟମାନଙ୍କୁ ଏବଂ ଏହି ବିଭାଗ ସହିତ ଜଡ଼ିତ ବିଭିନ୍ନ କର୍ମଚାରୀମାନଙ୍କୁ ସୋଆ ଉପସଭାପତି ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଡକ୍ଟର ଯସ୍ମିନ୍ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।

 

SUM Hospital: Organs of Brain-Dead Patient Sent for Transplants

ଶାଶ୍ୱତି ଦାସ ସୋଆ ଉପସଭାପତି ସ୍ୱାସ୍ଥ୍ୟ ସେବା
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.