Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବେଆଇନ ଆତସବାଜି ଓ ବିସ୍ଫୋରକ ବ୍ୟବସାୟ ବିରୋଧରେ “ଅଗ୍ନି” ଅଭିଯାନ: 133 ଗିରଫ
ଆଜିର ଖବର

ବେଆଇନ ଆତସବାଜି ଓ ବିସ୍ଫୋରକ ବ୍ୟବସାୟ ବିରୋଧରେ “ଅଗ୍ନି” ଅଭିଯାନ: 133 ଗିରଫ

September 30, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବେଆଇନ ଆତସବାଜି ଓ ବିସ୍ଫୋରକ ବ୍ୟବସାୟ ପାଇଁ “ଅଗ୍ନି” ଅଭିଯାନ
ବେଆଇନ ଆତସବାଜି ଓ ବିସ୍ଫୋରକ ବ୍ୟବସାୟ ପାଇଁ “ଅଗ୍ନି” ଅଭିଯାନ: 133 ଗିରଫ

ଭୁବନେଶ୍ଵର: ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଗତ 14ରୁ 27 ତାରିଖ ପର୍ଯ୍ୟନ୍ତ ଓଡିଶା ପୋଲିସ ତରଫରୁ ସମଗ୍ର ଓଡ଼ିଶାରେ “ଅଗ୍ନି” ନାମକ ବିଶେଷ ଅଭିଯାନ ଚଳାଯାଇଥିଲା।

ଆସନ୍ତା ପର୍ବପର୍ବାଣିକୁ ଦୃଷ୍ଟିରେ ରଖି ବେଆଇନ ବିସ୍ଫୋରକ ଭଣ୍ଡାର, ବିନା ଅନୁମତିରେ ପରିବହନ ଓ ବେଆଇନ ଆତସବାଜି ବିକ୍ରୟକୁ ରୋକିବା ଉଦ୍ଦେଶ୍ୟରେ ଏହି ଅଭିଯାନ ଆରମ୍ଭ କରାଯାଇଛି।

ସମଗ୍ର ରାଜ୍ୟରେ ସର୍ବମୋଟ 184 ଟି ମାମଲା ରୁଜୁ ହୋଇଥିବା ବେଳେ, 133 ଜଣଙ୍କୁ ଗିରଫ ଏବଂ 45 ନୋଟିସ ଜାରି କରାଯାଇଛି।ମୋଟ ଆନୁମାନିକ ₹8,24,60,700/- ମୂଲ୍ୟର ସାମଗ୍ରୀ ଜବତ କରାଯାଇଛି।

“ଅଗ୍ନି” ଅଭିଯାନ ଫଳରେ ରାଜ୍ୟରେ ବେଆଇନ ଆତସବାଜି ଓ ବିସ୍ଫୋରକ ବ୍ୟବସାୟରେ ରୋକ ଲାଗି ପାରିଛି। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱବଧାନରେ ଏହି ଅପରେସନ ସାରା ରାଜ୍ୟରେ କାର୍ଯ୍ୟକାରୀ ହେଉଛି।

ରାଜ୍ୟ ପୋଲିସର ଏହି ପ୍ରୟାସ ପର୍ବ-ପର୍ବାଣୀ ସମୟ ରେ ଜନସାଧାରଣଙ୍କ ଜୀବନ ଓ ସମ୍ପତ୍ତି ସୁରକ୍ଷାକୁ ସୁନିଶ୍ଚିତ କରିଛି।

ଉଲ୍ଲେଖଯୋଗ୍ୟ ଯେ, ଏହି ଅଭିଯାନରେ ସମଗ୍ର ରାଜ୍ୟରେ ଅନୁଗୁଳ, କେନ୍ଦୁଝର, ଗଞ୍ଜାମ, ବୌଦ୍ଧ ଜିଲ୍ଲା ରେ ସର୍ବାଧିକ ପରିମାଣର ବେଆଇନ ଆତସବାଜି ଓ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ବୌଦ୍ଧ ଜିଲ୍ଲାରେ ସର୍ବାଧିକ ₹ 5 କୋଟି ମୂଲ୍ୟର ଆତସବାଜି ଓ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। 10 ଟି ମାମଲା ରୁଜୁ ହୋଇଥିଲା ବେଳେ 5 ଜଣଙ୍କୁ ଗିରଫ ଏବଂ 5 ଜଣଙ୍କୁ ନୋଟିସ ଜାରି କରାଯାଇଛି।

ସେହିପରି ଗଞ୍ଜାମ ଜିଲ୍ଲାରେ ₹ 21,05,000 ଟଙ୍କା ମୂଲ୍ୟର ଆତସବାଜି ଓ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଥିବା ବେଳେ 14 ଟି ମାମଲା ରୁଜୁ ସହ 4 ଜଣଙ୍କୁ ଗିରଫ ଏବଂ 10 ଜଣଙ୍କୁ ନୋଟିସ ଜାରି କରାଯାଇଛି।

ସେହିପରି କେନ୍ଦୁଝର ଜିଲ୍ଲାରେ ₹ 15,16,000/- ଟଙ୍କା ମୂଲ୍ୟର ଆତସବାଜି ଓ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଥିବା ବେଳେ 21 ଟି ମାମଲା ରୁଜୁ ଏବଂ 21 ଜଣଙ୍କୁ ଗିରଫ କରାଯାଇଛି।

ସେହିପରି ଅନୁଗୁଳ ଜିଲ୍ଲାରେ ₹ 1.50/- କୋଟି ଟଙ୍କା ମୂଲ୍ୟର ଆତସବାଜି ଓ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଥିବା ବେଳେ 17 ଟି ମାମଲା ରୁଜୁ ସହ 13 ଜଣଙ୍କୁ ଗିରଫ କରାଯାଇଛି।

“ଅଗ୍ନି” ଅଭିଯାନ ବିସ୍ଫୋରକ ବ୍ୟବସାୟ ବେଆଇନ ଆତସବାଜି ଯୋଗେଶ ବାହାଦୁର ଖୁରାନିଆ
Share. Facebook Twitter LinkedIn Email WhatsApp Copy Link

Related Posts

ସୁଜାତାଙ୍କୁ ବିଜେଡିରେ ସାମିଲ କରି ନବୀନ ପଟ୍ଟନାୟକ କହିଦେଲେ ଏକ ବଡ କଥା..

June 25, 2026

ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ ରାଉତ, ନବୀନ ଘୋଷଣା କରି କହିଲେ..

June 25, 2026

ଶଙ୍ଖ ଭବନରେ ବିଜେଡି ବୈଠକ, କିଛି ସମୟ ପରେ ସୁଜାତା ମିଶିବା ନେଇ ହେବ ଘୋଷଣା

June 25, 2026

ରାମ ମନ୍ଦିର ଦାନ ଚୋରି ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ!: ଛଅ ଜଣଙ୍କ ବିରୁଦ୍ଧରେ ରୁଜୁ ହେବ ଏଫଆଇଆର

June 25, 2026
Latest News

ସୁଜାତାଙ୍କୁ ବିଜେଡିରେ ସାମିଲ କରି ନବୀନ ପଟ୍ଟନାୟକ କହିଦେଲେ ଏକ ବଡ କଥା..

June 25, 2026

ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ ରାଉତ, ନବୀନ ଘୋଷଣା କରି କହିଲେ..

June 25, 2026

ମୋଦି ସରକାରଙ୍କ ମନ୍ତ୍ରୀମଣ୍ଡଳ ବିସ୍ତାରକୁ ନେଇ ଚର୍ଚ୍ଚା: ଜାଣନ୍ତୁ କାହା ଉପରେ ଝୁଲୁଛି ଖଣ୍ଡା?

June 25, 2026

ଶଙ୍ଖ ଭବନରେ ବିଜେଡି ବୈଠକ, କିଛି ସମୟ ପରେ ସୁଜାତା ମିଶିବା ନେଇ ହେବ ଘୋଷଣା

June 25, 2026

ରାମ ମନ୍ଦିର ଦାନ ଚୋରି ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ!: ଛଅ ଜଣଙ୍କ ବିରୁଦ୍ଧରେ ରୁଜୁ ହେବ ଏଫଆଇଆର

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.