Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବେଆଇନ ଆତସବାଜି ଓ ବିସ୍ଫୋରକ ବ୍ୟବସାୟ ବିରୋଧରେ “ଅଗ୍ନି” ଅଭିଯାନ: 133 ଗିରଫ
ଆଜିର ଖବର

ବେଆଇନ ଆତସବାଜି ଓ ବିସ୍ଫୋରକ ବ୍ୟବସାୟ ବିରୋଧରେ “ଅଗ୍ନି” ଅଭିଯାନ: 133 ଗିରଫ

September 30, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବେଆଇନ ଆତସବାଜି ଓ ବିସ୍ଫୋରକ ବ୍ୟବସାୟ ପାଇଁ “ଅଗ୍ନି” ଅଭିଯାନ
ବେଆଇନ ଆତସବାଜି ଓ ବିସ୍ଫୋରକ ବ୍ୟବସାୟ ପାଇଁ “ଅଗ୍ନି” ଅଭିଯାନ: 133 ଗିରଫ

ଭୁବନେଶ୍ଵର: ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଗତ 14ରୁ 27 ତାରିଖ ପର୍ଯ୍ୟନ୍ତ ଓଡିଶା ପୋଲିସ ତରଫରୁ ସମଗ୍ର ଓଡ଼ିଶାରେ “ଅଗ୍ନି” ନାମକ ବିଶେଷ ଅଭିଯାନ ଚଳାଯାଇଥିଲା।

ଆସନ୍ତା ପର୍ବପର୍ବାଣିକୁ ଦୃଷ୍ଟିରେ ରଖି ବେଆଇନ ବିସ୍ଫୋରକ ଭଣ୍ଡାର, ବିନା ଅନୁମତିରେ ପରିବହନ ଓ ବେଆଇନ ଆତସବାଜି ବିକ୍ରୟକୁ ରୋକିବା ଉଦ୍ଦେଶ୍ୟରେ ଏହି ଅଭିଯାନ ଆରମ୍ଭ କରାଯାଇଛି।

ସମଗ୍ର ରାଜ୍ୟରେ ସର୍ବମୋଟ 184 ଟି ମାମଲା ରୁଜୁ ହୋଇଥିବା ବେଳେ, 133 ଜଣଙ୍କୁ ଗିରଫ ଏବଂ 45 ନୋଟିସ ଜାରି କରାଯାଇଛି।ମୋଟ ଆନୁମାନିକ ₹8,24,60,700/- ମୂଲ୍ୟର ସାମଗ୍ରୀ ଜବତ କରାଯାଇଛି।

“ଅଗ୍ନି” ଅଭିଯାନ ଫଳରେ ରାଜ୍ୟରେ ବେଆଇନ ଆତସବାଜି ଓ ବିସ୍ଫୋରକ ବ୍ୟବସାୟରେ ରୋକ ଲାଗି ପାରିଛି। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱବଧାନରେ ଏହି ଅପରେସନ ସାରା ରାଜ୍ୟରେ କାର୍ଯ୍ୟକାରୀ ହେଉଛି।

ରାଜ୍ୟ ପୋଲିସର ଏହି ପ୍ରୟାସ ପର୍ବ-ପର୍ବାଣୀ ସମୟ ରେ ଜନସାଧାରଣଙ୍କ ଜୀବନ ଓ ସମ୍ପତ୍ତି ସୁରକ୍ଷାକୁ ସୁନିଶ୍ଚିତ କରିଛି।

ଉଲ୍ଲେଖଯୋଗ୍ୟ ଯେ, ଏହି ଅଭିଯାନରେ ସମଗ୍ର ରାଜ୍ୟରେ ଅନୁଗୁଳ, କେନ୍ଦୁଝର, ଗଞ୍ଜାମ, ବୌଦ୍ଧ ଜିଲ୍ଲା ରେ ସର୍ବାଧିକ ପରିମାଣର ବେଆଇନ ଆତସବାଜି ଓ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ବୌଦ୍ଧ ଜିଲ୍ଲାରେ ସର୍ବାଧିକ ₹ 5 କୋଟି ମୂଲ୍ୟର ଆତସବାଜି ଓ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। 10 ଟି ମାମଲା ରୁଜୁ ହୋଇଥିଲା ବେଳେ 5 ଜଣଙ୍କୁ ଗିରଫ ଏବଂ 5 ଜଣଙ୍କୁ ନୋଟିସ ଜାରି କରାଯାଇଛି।

ସେହିପରି ଗଞ୍ଜାମ ଜିଲ୍ଲାରେ ₹ 21,05,000 ଟଙ୍କା ମୂଲ୍ୟର ଆତସବାଜି ଓ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଥିବା ବେଳେ 14 ଟି ମାମଲା ରୁଜୁ ସହ 4 ଜଣଙ୍କୁ ଗିରଫ ଏବଂ 10 ଜଣଙ୍କୁ ନୋଟିସ ଜାରି କରାଯାଇଛି।

ସେହିପରି କେନ୍ଦୁଝର ଜିଲ୍ଲାରେ ₹ 15,16,000/- ଟଙ୍କା ମୂଲ୍ୟର ଆତସବାଜି ଓ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଥିବା ବେଳେ 21 ଟି ମାମଲା ରୁଜୁ ଏବଂ 21 ଜଣଙ୍କୁ ଗିରଫ କରାଯାଇଛି।

ସେହିପରି ଅନୁଗୁଳ ଜିଲ୍ଲାରେ ₹ 1.50/- କୋଟି ଟଙ୍କା ମୂଲ୍ୟର ଆତସବାଜି ଓ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଥିବା ବେଳେ 17 ଟି ମାମଲା ରୁଜୁ ସହ 13 ଜଣଙ୍କୁ ଗିରଫ କରାଯାଇଛି।

“ଅଗ୍ନି” ଅଭିଯାନ ବିସ୍ଫୋରକ ବ୍ୟବସାୟ ବେଆଇନ ଆତସବାଜି ଯୋଗେଶ ବାହାଦୁର ଖୁରାନିଆ
Share. Facebook Twitter LinkedIn Email WhatsApp Copy Link

Related Posts

ମହାଅଷ୍ଟମୀ-ନବମୀରେ କରନ୍ତୁ ଯଜ୍ଞ, ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

September 30, 2025

ଅକ୍ଟୋବର ୧ ରୁ ୩ ଯାଏଁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କଲା ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ 

September 30, 2025

Durga Puja 2025: ଆର୍ବିଭାବ ହେଲେ ମା ଦୁର୍ଗା, ଚାରିଆଡେ ଉତ୍ସବର ମାହୋଲ

September 30, 2025

ଆଜି ସେପ୍ଟେମ୍ବର ୩୦ ତାରିଖ ମଙ୍ଗଳବାରରେ ଆଠଟି ରାଶି ପାଇଁ ରହିଛି ଶୁଭଦାୟକ

September 30, 2025
Latest News

ବିସିସିଆଇର କଡା ଆଭିମୁଖ୍ୟ: ପିସିବି ମୁଖ୍ୟଙ୍କ ବଢିପାରେ ସମସ୍ୟା

September 30, 2025

ମହାଅଷ୍ଟମୀ-ନବମୀରେ କରନ୍ତୁ ଯଜ୍ଞ, ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

September 30, 2025

ଅକ୍ଟୋବର ୧ ରୁ ୩ ଯାଏଁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କଲା ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ 

September 30, 2025

Durga Puja 2025: ଆର୍ବିଭାବ ହେଲେ ମା ଦୁର୍ଗା, ଚାରିଆଡେ ଉତ୍ସବର ମାହୋଲ

September 30, 2025

ଲଦାଖ ପ୍ରସଙ୍ଗ: ଲେହ ଓ କାର୍ଗିଲ ଗଣତାନ୍ତ୍ରିକ ମେଣ୍ଟ ସହିତ ଆଲୋଚନା ପାଇଁ ସରକାର ପ୍ରସ୍ତୁତ

September 30, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.