Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାରେ ଖୋଲିବ ୬ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ: ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

ଓଡ଼ିଶାରେ ଖୋଲିବ ୬ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ: ଧର୍ମେନ୍ଦ୍ର ପ୍ରଧାନ

October 2, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶାରେ ଖୋଲିବ
ଓଡ଼ିଶାରେ ଖୋଲିବ ୬ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର:  ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଓଡ଼ିଶା ସମେତ ଦେଶର ବେସାମରିକ କ୍ଷେତ୍ରରେ ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏହି ପ୍ରସ୍ତାବରେ ଓଡ଼ିଶାର ୬ଟି ସ୍ଥାନରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ମଞ୍ଜୁରୀ ଦିଆଯାଇଥିବାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ସେ କହିଛନ୍ତି ଏହି ନୂତନ ବିଦ୍ୟାଳୟଗୁଡ଼ିକ ପ୍ରତିଷ୍ଠା ହେବାକୁ ଥିବା ଅଞ୍ଚଳରେ ଛାତ୍ରଛାତ୍ରୀଙ୍କ ଶିକ୍ଷାଗତ ଆବଶ୍ୟକତା ପୂରଣ କରିବାରେ ଏକ ବଡ଼ ପଦକ୍ଷେପ ହେବ । ଏହି ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ପାଇଁ ମୋଟ ୫୮୬୨.୫୫ କୋଟି ଟଙ୍କା ଖର୍ଚ୍ଚ ହେବାର ଆକଳନ କରାଯାଇଛି । କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ପାଇଁ ପୁଞ୍ଜିଗତ ବ୍ୟୟ ୨୫୮୫.୫୨ କୋଟି ଟଙ୍କା ଥିବାବେଳେ ବିଦ୍ୟାଳୟର ପରିଚାଳନା ପାଇଁ ୩୨୭୭.୦୩ କୋଟି ଟଙ୍କା ଖର୍ଚ୍ଚ ହେବ । ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଓଡ଼ିଶା ସମେତ ସମଗ୍ର ଦେଶରେ ଉତ୍ତମ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଏହି ନୂଆ ବିଦ୍ୟାଳୟ ମଞ୍ଜୁର ପ୍ରଦାନ କରାଯାଇଛି । ଶିକ୍ଷାର ବିକାଶ ଓ  ଛାତ୍ରଛାତ୍ରୀମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବା ଦିଗରେ ଏହି ନିର୍ଣ୍ଣୟ ନେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଶ୍ରୀ ପ୍ରଧାନ କୃତଜ୍ଞତା ଜଣାଇଛନ୍ତି ।

ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରିତାର ଏକ ଅଂଶ ସ୍ୱରୂପ ଏହି ୫୭ଟି କେନ୍ଦ୍ରୀୟ ବିଦ୍ୟାଳୟକୁ ପ୍ରଥମ ଥର ପାଇଁ ‘ବାଲ୍ ବାଟିକା’ ସହିତ ଅନୁମୋଦନ କରାଯାଇଛି । ଏହି ବାଲ୍ ବାଟିକାରେ ୩ ବର୍ଷର ପ୍ରି-ପ୍ରାଇମେରୀ ବା ପ୍ରାରମ୍ଭିକ ଶିକ୍ଷା ଦିଆଯିବ । ପୂର୍ବରୁ ୮୫ଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାକୁ ଅନୁମୋଦନ ମିଳିଥିବା ପରେ ବର୍ତ୍ତମାନର ଏହି ପ୍ରସ୍ତାବ ଦେଶବ୍ୟାପୀ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ତଥା କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଥିବା ଚାହିଦାକୁ ପୂରଣ କରିବାରେ ଆହୁରି ସହାୟକ ହେବ ।

ଧର୍ମେନ୍ଦ୍ର ପ୍ରଧାନ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଅଲ-କାଏଦା ସହିତ ଜଡିତ ଆତଙ୍କବାଦୀ ନେଟୱାର୍କ ବିରୋଧରେ ପାଞ୍ଚଟି ରାଜ୍ୟରେ NIA ର ଚଢାଉ

November 13, 2025

ବିବାହର ପ୍ରଲୋଭନ ଦେଖାଇ ନାବାଳିକାକୁ ଦୁଷ୍କର୍ମ ପରେ ଲକ୍ଷାଧିକ ଟଙ୍କା ଲୁଟ: ଅଭିଯୁକ୍ତ ଗିରଫ

November 13, 2025

କାନାଡାରେ ଏସ. ଜୟଶଙ୍କର: G7 ବୈଦେଶିକ ମନ୍ତ୍ରୀଙ୍କ ବୈଠକରେ ଦେଲେ ଯୋଗ

November 13, 2025

ବିହାର ନିର୍ବାଚନ ଫଳାଫଳ ପୂର୍ବରୁ କଂଗ୍ରେସ ପାଇଁ ଖୁସି ଖବର: ଏହି ଉପନିର୍ବାଚନରେ ପଛରେ ପଡିଲା ବିଜେପି

November 13, 2025
Latest News

ଅଲ-କାଏଦା ସହିତ ଜଡିତ ଆତଙ୍କବାଦୀ ନେଟୱାର୍କ ବିରୋଧରେ ପାଞ୍ଚଟି ରାଜ୍ୟରେ NIA ର ଚଢାଉ

November 13, 2025

ବିବାହର ପ୍ରଲୋଭନ ଦେଖାଇ ନାବାଳିକାକୁ ଦୁଷ୍କର୍ମ ପରେ ଲକ୍ଷାଧିକ ଟଙ୍କା ଲୁଟ: ଅଭିଯୁକ୍ତ ଗିରଫ

November 13, 2025

କାନାଡାରେ ଏସ. ଜୟଶଙ୍କର: G7 ବୈଦେଶିକ ମନ୍ତ୍ରୀଙ୍କ ବୈଠକରେ ଦେଲେ ଯୋଗ

November 13, 2025

ବିହାର ନିର୍ବାଚନ ଫଳାଫଳ ପୂର୍ବରୁ କଂଗ୍ରେସ ପାଇଁ ଖୁସି ଖବର: ଏହି ଉପନିର୍ବାଚନରେ ପଛରେ ପଡିଲା ବିଜେପି

November 13, 2025

ନିତୀଶ କୁମାରଙ୍କ ଠାରୁ ତେଜସ୍ୱୀ ଯାଦବ ଆଗୁଆ, ନୂତନ ଏକଜିଟ୍ ପୋଲ ତଥ୍ୟ ଆଶ୍ଚର୍ଯ୍ୟଜନକ

November 13, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.