ଭୁବନେଶ୍ବର: ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ବରର ବିଭିନ୍ନ ପୂଜା ମଣ୍ଡପ ଦର୍ଶନ କରିଛନ୍ତି। ବିଜୟା ଦଶମୀ ଅବସରରେ ସେ ମାଙ୍କ ଆର୍ଶିବାଦ ଭିକ୍ଷା ମଧ୍ୟ କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଦଶହରା ଅବସରରେ ଭୁବନେଶ୍ୱରର ବିଭିନ୍ନ ପୂଜା ମଣ୍ଡପରେ ଜଗତଜନନୀ ମା’ଦୁର୍ଗାଙ୍କ ଦର୍ଶନ କରି ଆଶିଷ ଭିକ୍ଷା କରିବା ସହ ସମସ୍ତଙ୍କ ସୁଖ, ସମୃଦ୍ଧି କାମନା କଲି ।
ଏହି ଦର୍ଶନ ବେଳେ ସେ ପୂଜା ମଣ୍ଡପର ବିଭିନ୍ନ କର୍ମକର୍ତ୍ତାଙ୍କ ସହିତ ଆଲୋଚନା ମଧ୍ୟ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହିତ ଏକାମ୍ର ବିଧାୟକ ବାବୁ ସିଂ, ଭୁବନେଶ୍ବର ମଧ୍ୟ ବିଜେପି ନେତା ଜଗନ୍ନାଥ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।
Gandhi Jayanti: Home Minister Amit Shah Visits Khadi India Showroom