ନୂଆଦିଲ୍ଲୀ: ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପରାଷ୍ଟ୍ରପତି ସି ପି ରାଧାକ୍ରିଷ୍ଣନଙ୍କୁ ସାକ୍ଷାତ କରିଛନ୍ତି। ତାଙ୍କ ସହିତ ଓଡିଶା ବିଜେପି ପ୍ରଭାରୀ ବିଜୟପାଲ ସିଂ ତୋମାର ମଧ୍ୟ ଉପରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି।
ଉପରାଷ୍ଟ୍ରପତିଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି ଯେ, ଆଜି ନୂଆଦିଲ୍ଲୀରେ ମାନନୀୟ ଉପରାଷ୍ଟ୍ରପତି ଶ୍ରୀ ସି ପି ରାଧାକ୍ରିଷ୍ଣନ ଜୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିବାର ସୁଯୋଗ ପ୍ରାପ୍ତ ହେଲା । ଏହି ଅବସରରେ ରାଜ୍ୟରେ ଆମ ସରକାରଙ୍କ ବିକାଶମୂଳକ କାର୍ଯ୍ୟ, ଜନକଲ୍ୟାଣ ଯୋଜନା ଓ ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ଆଲୋଚନା କଲି। ମାନନୀୟ ଉପରାଷ୍ଟ୍ରପତିଙ୍କୁ ‘ଓଡ଼ିଶା ଭିଜନ୍ ୨୦୩୬ – ୨୦୪୭’ ପ୍ରଦାନ କରି ରାଜ୍ୟର ଦୀର୍ଘମିଆଦୀ ଲକ୍ଷ୍ୟ ସମ୍ପର୍କରେ ଅବଗତ କରାଇଲି । ତାଙ୍କର ପ୍ରେରଣା ଓ ମାର୍ଗଦର୍ଶନ ପାଇଁ କୃତଜ୍ଞ।
ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ସେ ସ୍ବାସ୍ଥ୍ୟମନ୍ତ୍ରୀ ଜେ ପି ନଡ୍ଡାଙ୍କୁ ସାକ୍ଷାତ କରିବା ସହିତ ଆଉ କେତେକ ମନ୍ତ୍ରୀଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି।
IIT Bhubaneswar Study Flags Hidden Dangers of Small Mountain Lakes