Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୫ଜଣ ପ୍ରତିଭାଙ୍କୁ ପ୍ରଦାନ କରାଗଲା ‘ପ୍ରାଣନାଥ ସମ୍ମାନ’
ଆଜିର ଖବର

୫ଜଣ ପ୍ରତିଭାଙ୍କୁ ପ୍ରଦାନ କରାଗଲା ‘ପ୍ରାଣନାଥ ସମ୍ମାନ’

October 5, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
୫ଜଣ ପ୍ରତିଭାଙ୍କୁ
୫ଜଣ ପ୍ରତିଭାଙ୍କୁ ପ୍ରଦାନ କରାଗଲା ‘ପ୍ରାଣନାଥ ସମ୍ମାନ’

ଭୁବନେଶ୍ବର: ବିପ୍ଳବୀ ପ୍ରାଣନାଥ ପଟ୍ଟନାୟକ ଥିଲେ ସେବା ଓ ସଂଗ୍ରାମର ଅନିର୍ବାଣ ଶିଖା । ତାଙ୍କର ତ୍ୟାଗପୂତ ଜୀବନାଦର୍ଶ ଯୁବପିଢିଙ୍କୁ ଅନୁପ୍ରାଣିତ କରିବା ଆବଶ୍ୟକ ବୋଲି ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ମତପ୍ରକାଶ କରିଛନ୍ତି ।

ମହାନ୍ ସ୍ଵାଧୀନତା ସଂଗ୍ରାମୀ, ଶିକ୍ଷାବିତ୍, ସାହିତ୍ୟିକ ତଥା କୃଷକ ଓ ସାମ୍ୟବାଦୀ ଆନ୍ଦୋଳନର ଅନ୍ୟତମ ଆଦ୍ୟ ପୁରୋଧା ପ୍ରାଣନାଥ ପଟ୍ଟନାୟକଙ୍କ ୫୫ତମ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ ରାଜ୍ୟ ପ୍ରାଣନାଥ ସ୍ମୃତି ସମିତି ପକ୍ଷରୁ ଜୟଦେବ ଭବନଠାରେ ଆୟୋଜିତ ସ୍ମୃତି ସମାରୋହରେ ମୁଖ୍ୟ ଅତିଥୁ ରୂପେ ଯୋଗଦେଇ ରାଜ୍ୟପାଳ ପ୍ରାଣନାଥଙ୍କ ଅମ୍ଳାନ ସ୍ମୃତି ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ସ୍ଵାଧୀନତା ସଂଗ୍ରାମରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ପ୍ରାଣନାଥଙ୍କ ଶିକ୍ଷା ଓ ସାହିତ୍ୟ କ୍ଷେତ୍ରକୁ ମଧ୍ଯ ବିଶେଷ ଅବଦାନ ରହିଥିବାର ସେ ଉଲ୍ଲେଖ କରିଥିଲେ ।

ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଦୀପକ ମାଲବ୍ୟଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ପୂର୍ତ୍ତ, ଆଇନ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ‘ସମ୍ବାଦ’ ଓ ଆମ ଓଡ଼ିଶା ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକ, ‘କିଟ୍’ ଓ ‘କିସ୍’ର ପ୍ରତିଷ୍ଠାତା ଡଃ ଅଚ୍ୟୁତ ସାମନ୍ତ ସମ୍ମାନିତ ଅତିଥ୍ୟ ରୂପେ ଯୋଗଦେଇ ପ୍ରାଣନାଥଙ୍କୁ ସ୍ଵାଧୀନତା ସଂଗ୍ରାମର ଜଣେ ଅଗ୍ରଗଣ୍ୟ ଯୋଦ୍ଧା ଓ କୃଷକ ଆନ୍ଦୋଳନର ଅନ୍ୟତମ ଆଦ୍ୟ ପ୍ରବର୍ତ୍ତକ ରୂପେ ବର୍ଣନା କରିଥିଲେ । ଗାନ୍ଧିଜୀଙ୍କର ଆହ୍ବାନରେ ମୁକ୍ତି ସଂଗ୍ରାମରେ ଝାସ ଦେଇ ସେ ଦଶଥର କାରବରଣ କରିଥିବା ଏବଂ ଓଡ଼ିଶାରେ ସମାଜବାଦୀ ଆଦର୍ଶର ପରିପ୍ରଗର କ୍ଷେତ୍ରରେ ତାଙ୍କର ଅବଦାନ ଅବିସ୍ମରଣୀୟ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ ।

ପ୍ରାରମ୍ଭରେ ସ୍ମୃତି ସମିତିର କାର୍ଯ୍ୟକାରୀ ସଭାପତି ତଥା ବିଶିଷ୍ଟ ଲେଖୁ ଡକ୍ଟର ଅର୍ଜନା ନାୟକ ସ୍ଵାଗତ ଭାଷଣ ଦେଇଥ‌ିବା ବେଳେ ସମ୍ପାଦକ ତଥା ସିନେ ସମୀକ୍ଷକ ଦିଲ୍ଲୀପ ହାଲି ମଧ୍ୟ ବକ୍ତବ୍ୟ ରଖୁଥିଲେ । ଏହି ଅବସରରେ ବିଭିନ୍ନ କ୍ଷେତ୍ରକୁ ଉଲ୍ଲେଖନୀୟ ଅବଦାନ ପାଇଁ ୫ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ‘ପ୍ରାଣନାଥ ସମ୍ମାନ- ୨୦୨୫’ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା । ସେମାନେ ହେଲେ ପଦ୍ମଶ୍ରୀ ଅଦ୍ଵୈତ ଗଡ଼ନାୟକ- ସ୍ଥାପତ୍ୟ କଳା, ମେଜର କ୍ଷୀରୋଦ ପ୍ରସାଦ ମହାନ୍ତି-ଶିକ୍ଷାବିତ୍, ଡଃ ମୃତ୍ୟୁଞ୍ଜୟ ରଥ-ଲେଖକ ଓ ଉପସ୍ଥାପକ, ଝରଣା ପଟ୍ଟନାୟକ-ସାହିତ୍ୟିକା ଓ ସମାଜସେବିକା, କେଦାର ମିଶ୍ର-କବି ଓ ସାମ୍ବାଦିକ । ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ଡଃ ମୃତ୍ୟୁଞ୍ଜୟ ରଥ ଓ ଶୁଭେନ୍ଦୁ ମହାନ୍ତି।

ପ୍ରାଣନାଥ ପଟ୍ଟନାୟକ ପ୍ରାଣନାଥ ସମ୍ମାନ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି
Share. Facebook Twitter LinkedIn Email WhatsApp Copy Link

Related Posts

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.