ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଆସ୍କା ଥାନା ଅନ୍ତର୍ଗତ ଚେରେମେରିଆ ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯେଉଁଥିରେ ଆସ୍କା ସହର ଲାଲା ଶାସନର ହିମାଂଶୁ ଶେଖର ପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି ଓ ବଂଧୁ ରାଜେନ୍ଦ୍ର ଗୌଡ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣାପଡିଛି।
ଉଭୟ ବଂଧୁ ବ୍ରହ୍ମପୁର ଠାରୁ ନିଜ ଗାଁକୁ ଫେରୁଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇଥିଲେ। କିନ୍ତୁ ଡ଼ାକ୍ତର ହିମାଂଶୁଙ୍କୁ ମୃତ ଘୋଷଣା କରିଛନ୍ତି।
ଖବର ପାଇ ଡାକ୍ତରଖାନାରେ ପହଞ୍ଚି ମୃତ ଶରୀରକୁ ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।