Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା କନଷ୍ଟେବଳଙ୍କୁ ୧ କୋଟିର ଚେକ ପ୍ରଦାନ କଲେ ଡିଜିପି
ଆଜିର ଖବର

ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା କନଷ୍ଟେବଳଙ୍କୁ ୧ କୋଟିର ଚେକ ପ୍ରଦାନ କଲେ ଡିଜିପି

October 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା କନଷ୍ଟେବଳଙ୍କୁ ୧ କୋଟିର ଚେକ ପ୍ରଦାନ କଲେ ଡିଜିପି
ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା କନଷ୍ଟେବଳଙ୍କୁ ୧ କୋଟିର ଚେକ ପ୍ରଦାନ କଲେ ଡିଜିପି

ଭୁବନେଶ୍ଵର: ଦୁର୍ଘଟଣାରେ ଶିକାର ହୋଇ ମୃତ୍ୟବରଣ କରିଥିବା କନଷ୍ଟେବଳ ଲବଣି ଗାଣ୍ଟାଙ୍କ ପରିବାରବର୍ଗଙ୍କୁ ଆଜି ରାଜ୍ୟ ପୋଲିସ ମୁଖ୍ୟାଳୟ ଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଭେଟି ସମବେଦନା ଜଣାଇବା ସହ ଭାରତୀୟ ଷ୍ଟେଟ ବ୍ୟାଙ୍କ ତରଫରୁ ଦିଆ ଯାଇଥିବା ୧ କୋଟି ଟଙ୍କାର ଦୁର୍ଘଟଣା ଜନିତ ମୃତ୍ୟୁ ବୀମା ରାଶିର ଚେକ ପ୍ରଦାନ କରିଛନ୍ତି। ଏହି ଅବସରରେ ସ୍ୱଳ୍ପ ସମୟ ମଧ୍ୟରେ ବୀମା ରାଶି ପ୍ରଦାନ କରିବାରେ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ସମସ୍ତ ଅଧିକାରୀଙ୍କୁ ଡିଜିପି ସାଧୁବାଦ ଜଣାଇଥିଲେ।

ସୂଚନାଯୋଗ୍ୟ ଯେ, ମୃତ ଲବଣି ରାୟଗଡା ଜିଲ୍ଲା ରିଜର୍ଭ କାର୍ଯ୍ୟାଳୟ ଠାରେ କନଷ୍ଟେବଳ ଭାବେ ଚାକିରୀ କରୁଥିଲେ। ଗତ ଜୁଲାଇ ୫ ତାରିଖରେ ଥେରୁବାଲି ନିକଟରେ ନିଜ କର୍ତ୍ତବ୍ୟ ସମ୍ପାଦନ କରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇ ମୃତ୍ୟୁ ବରଣ କରିଥିଲେ। ଆଜି ତାଙ୍କ ପିତା ବୃନ୍ଦାବନ ଗାଣ୍ଟା ଡିଜିପିଙ୍କ ଠାରୁ ଚେକ ଗ୍ରହଣ କରିଥିଲେ।

ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ପ୍ରତୀକ ମହାନ୍ତି, ଏସବିଆଇ, ( ଚିଫ ଜେନେରାଲ ମ୍ୟାନେଜର), ଏ. ଡି. ରତ୍ନାତେଜା, ଏସବିଆଇ,( ଜେନେରାଲ ମ୍ୟାନେଜର) ଶ୍ରୀ କୌଶଲ କିଶୋର ସିଂ, ଏସବିଆଇ,( ଡେପୁଟି ଜେନେରାଲ ମ୍ୟାନେଜର) ଆଶିଷ କୁମାର ମିଶ୍ର, ଏସବିଆଇ, (ରିଜିଅନାଲ ମ୍ୟାନେଜର), ଉତ୍ତର କୁମାର ପଟେଲ, ଏସବିଆଇ,( ଏଜିଏମ) ନଗେନ୍ଦ୍ର ସାହୁ, ଏସବିଆଇ, (ଏଜିଏମ) ମନୋଜ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

ଉଲ୍ଲେଖ ଯୋଗ୍ୟ ଯେ, ପୂର୍ବରୁ ଓଡିଶା ପୋଲିସ ଏବଂ ଭାରତୀୟ ଷ୍ଟେଟ ବ୍ଯାଙ୍କ ମଧ୍ୟରେ ଏକ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇଥିଲା। ଚୁକ୍ତିପତ୍ର ଅନୁଯାୟୀ, SBI ପକ୍ଷରୁ ଦୁର୍ଘଟଣାର ଜନିତ ମୃତ୍ୟୁ ହୋଇଥିବାରୁ ୧ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି।

ଦୁର୍ଘଟଣାରେ ମୃତ୍ୟୁବରଣ ବୀମା ରାଶି ଯୋଗେଶ ବାହାଦୁର ଖୁରାନିଆ ଲବଣି ଗାଣ୍ଟା
Share. Facebook Twitter LinkedIn Email WhatsApp Copy Link

Related Posts

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026
Latest News

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.