ଭୁବନେଶ୍ଵର: ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ବଙ୍ଗୋପସାଗରରେ ସୃଷ୍ଟ ସମ୍ଭାବ୍ୟ ବାତ୍ୟାର ମୁକାବିଲା ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ଭୁବନେଶ୍ବର ରାଜୀବ ଭବନରେ ଆୟୋଜିତ ଗୁରୁତ୍ବପୂର୍ଣ୍ଣ ବୈଠକରେ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ ଏବଂ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳମାନେ ଯୋଗ ଦେଇଥିଲେ। ବାତ୍ୟା ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତ ରହିବା ଲାଗି ରାଜସ୍ବ ମନ୍ତ୍ରୀ ବିଭାଗୀୟ ଅଧିକାରୀ ଏବଂ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।



