Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ପରିକ୍ରମା କରୁଛି ଓଡ଼ିଶା ପୋଲିସର ୧୬ଟି ସାଇବର ରଥ: ସଚେତନତା ସୃଷ୍ଟି କରିବା ଲକ୍ଷ୍ୟ
ଆଜିର ଖବର

ରାଜ୍ୟରେ ପରିକ୍ରମା କରୁଛି ଓଡ଼ିଶା ପୋଲିସର ୧୬ଟି ସାଇବର ରଥ: ସଚେତନତା ସୃଷ୍ଟି କରିବା ଲକ୍ଷ୍ୟ

October 26, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟରେ ପରିକ୍ରମା କରୁଛି ଓଡ଼ିଶା ପୋଲିସର ୧୬ଟି ସାଇବର ରଥ: ସଚେତନତା ସୃଷ୍ଟି କରିବା ଲକ୍ଷ୍ୟ
ରାଜ୍ୟରେ ପରିକ୍ରମା କରୁଛି ଓଡ଼ିଶା ପୋଲିସର ୧୬ଟି ସାଇବର ରଥ: ସଚେତନତା ସୃଷ୍ଟି କରିବା ଲକ୍ଷ୍ୟ

ଭୁବନେଶ୍ଵର: ରାଜ୍ୟରେ ସାଇବର ସୁରକ୍ଷା ସମ୍ପର୍କରେ ଜନ ସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଓଡ଼ିଶା ପୋଲିସର ୧୬ଟି ସାଇବର ରଥ ରାଜ୍ୟର ବିଭିନ୍ନ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ପରିକ୍ରମା କରୁଛି। ଏହି ରଥରେ ଖଚିତ LED ପ୍ୟାନେଲ୍ ରେ ପ୍ରଦର୍ଶିତ ହେଉଥିବା ଭିଡିଓ ବାର୍ତ୍ତାକୁ ଜନସାଧାରଣ ବିଶେଷ କରି ଛାତ୍ର ଛାତ୍ରୀମାନଙ୍କୁ ଆକର୍ଷିତ କରିବା ସହ ସେମାନଙ୍କ ମନରେ ସାଇବର ସୁରକ୍ଷା ପ୍ରତି ବଢ଼ୁଥିବା ସଚେତନତା ଏବଂ ଆଗ୍ରହ ସ୍ପଷ୍ଟ ଭାବେ ପରିଲକ୍ଷିତ ହେଉଛି। ବର୍ତ୍ତମାନ ସୁଦ୍ଧା ବିଭିନ୍ନ ଜିଲ୍ଲାରେ ଅନୁଷ୍ଠିତ ହୋଇଥିବା ରାଲି, ସେମିନାର, କର୍ମଶାଳା ଏବଂ ସାଧାରଣ ସଭା ସମେତ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମରେ ୨.୫ ଲକ୍ଷରୁ ଅଧିକ ସାଧାରଣ ନାଗରିକ ସକ୍ରିୟ ଭାବେ ଅଂଶଗ୍ରହଣ କରି ସାଇବର ସୁରକ୍ଷା କ୍ଷେତ୍ରରେ ଏକ ସୁରକ୍ଷିତ ପରିବେଶ ସୃଷ୍ଟି କରିବାରେ ସହାୟକ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ ଯେ, ଗତ ଅକ୍ଟୋବର ୧୮, ୨୦୨୫ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଏହି ଅଭିଯାନର ଶୁଭାରମ୍ଭ କରାଯାଇଥିଲା। ଏଥିରେ ୧୬ଟି ସାଇବର ରଥକୁ ପତାକା ଦେଖାଇ ଶୁଭାରମ୍ଭ କରାଯାଇଥିଲା।

ଏହି ଅଭିଯାନରେ ଓଡ଼ିଶାର ୩୩ଟି ପୋଲିସ୍ ଜିଲ୍ଲା ସକ୍ରିୟ ଭାବେ ସାମିଲ ହୋଇ ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ବିଭିନ୍ନ ଜିଲ୍ଲାମାନଙ୍କରେ ୫୦ରୁ ଅଧିକ ଉଦ୍‌ଘାଟନୀ ସମାରୋହ ଅନୁଷ୍ଠିତ ହୋଇଛି। ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ସର୍ବସାଧାରଣ ସ୍ଥାନରେ ସଚେତନତା କର୍ମଶାଳା ଆୟୋଜନ କରାଯାଇଛି। ଏଥି ସହିତ ଗୁରୁତ୍ୱପୂର୍ଣ୍ଣ ସ୍ଥାନମାନଙ୍କରେ ସାଇବର ସଚେତନତା ସମ୍ବଳିତ ପାମ୍ପଲେଟ୍ ବଣ୍ଟନ କରାଯାଇଛି ଏବଂ LED ପ୍ୟାନେଲ୍ ମାଧ୍ୟମରେ ସାଇବର ସୁରକ୍ଷା ସମ୍ପର୍କିତ ଭିଡିଓ ପ୍ରଦର୍ଶିତ ହେଉଛି।

ପୁରୀ ଜିଲ୍ଲା ପୋଲିସ ତରଫରୁ ସାଇବର ସଚେତନତା ପ୍ରସାର ପାଇଁ ଏକ walkathon ର ଆୟୋଜନ କରାଯାଇଥିବାବେଳେ ଏଥିରେ ହଜାର ହଜାର ବ୍ୟକ୍ତିବିଶେଷ ସାମିଲ ହୋଇଥିଲେ । ସେହିପରି ମୟୂରଭଞ୍ଜ ଜିଲ୍ଲାରେ ସାଇବର ସୁରକ୍ଷା ସମ୍ପର୍କରେ ଏକ ବିଶାଳ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏଥିରେ ସ୍ଥାନୀୟ କଳାକାରଙ୍କ ସହଯୋଗରେ ସାଇବର ସୁରକ୍ଷା ସମ୍ପର୍କିତ ପଥପ୍ରାନ୍ତ ନାଟକ ପରିବେଷଣ କରଯାଇଥିଲା ଯାହାକୁ ଦର୍ଶକ ମାନେ ଆଗ୍ରହର ସହ ଉପଭୋଗ କରିବା ସହ ସାଇବର ସୁରକ୍ଷା ସମ୍ପର୍କିତ ସଚେତନ ହୋଇଥିବା ପରିଲକ୍ଷିତ ହୋଇଥିଲା ।

ବାଲେଶ୍ୱର ଜିଲ୍ଲାରେ ଆୟୋଜିତ ହୋଇଥିବା ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମରେ ସର୍ବାଧିକ ୨୦ ହଜାରରୁ ଅଧିକ ଅଂଶଗ୍ରହଣକାରୀ ସାମିଲ ହୋଇଥିବା ବେଳେ କଳାହାଣ୍ଡିରେ ୧୫ ହଜାରରୁ ଅଧିକ ଏବଂ ସମ୍ବଲପୁରରେ ୧୨ ହଜାରରୁ ଅଧିକ ନାଗରିକ ସାମିଲ ହୋଇ ସାଇବର ସୁରକ୍ଷା ସମ୍ପର୍କିତ କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିବା ସହ ପୋଲିସର ଭୂମିକାକୁ ପ୍ରସଂଶା କରିଥିଲେ।

ସଚେତନତା ସାଇବର ରଥ ସାଇବର ସୁରକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ଟ୍ରାନ୍ସଜେଣ୍ଡରଙ୍କ ଅଧିକାର: ଆଇନଗତ ସଂସ୍କାର ଏବଂ ସମାବେଶୀ ପ୍ରଗତି

November 19, 2025

କ୍ଷୁଦ୍ର ଓ ନାମମାତ୍ର ଚାଷୀମାନଙ୍କ ସଶକ୍ତିକରଣ ପାଇଁ ନିରନ୍ତର କାର୍ଯ୍ୟ କରୁଛନ୍ତି କେନ୍ଦ୍ର ସରକାର: କେନ୍ଦ୍ର ମନ୍ତ୍ରୀ

November 19, 2025

ଓଡ଼ିଶାରେ ଇସ୍ପାତ କ୍ଷେତ୍ରର ଅଭିବୃଦ୍ଧିକୁ ନେଇ କେନ୍ଦ୍ର ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

November 19, 2025

PM Kisan Nidhi: ୨୧ତମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ମୋଦି, ଓଡିଶାରୁ ମୁଖ୍ୟମନ୍ତ୍ରୀ ସାମିଲ

November 19, 2025
Latest News

ଭାରତରେ ଟ୍ରାନ୍ସଜେଣ୍ଡରଙ୍କ ଅଧିକାର: ଆଇନଗତ ସଂସ୍କାର ଏବଂ ସମାବେଶୀ ପ୍ରଗତି

November 19, 2025

କ୍ଷୁଦ୍ର ଓ ନାମମାତ୍ର ଚାଷୀମାନଙ୍କ ସଶକ୍ତିକରଣ ପାଇଁ ନିରନ୍ତର କାର୍ଯ୍ୟ କରୁଛନ୍ତି କେନ୍ଦ୍ର ସରକାର: କେନ୍ଦ୍ର ମନ୍ତ୍ରୀ

November 19, 2025

ଶ୍ରୀ ସତ୍ୟସାଇ ବାବା ସେବାକୁ ମାନବ ଜୀବନର ହୃଦୟରେ ରଖିଥିଲେ: ପ୍ରଧାନମନ୍ତ୍ରୀ

November 19, 2025

ଓଡ଼ିଶାରେ ଇସ୍ପାତ କ୍ଷେତ୍ରର ଅଭିବୃଦ୍ଧିକୁ ନେଇ କେନ୍ଦ୍ର ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

November 19, 2025

PM Kisan Nidhi: ୨୧ତମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ମୋଦି, ଓଡିଶାରୁ ମୁଖ୍ୟମନ୍ତ୍ରୀ ସାମିଲ

November 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.