Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ଭାବ୍ୟ ବାତ୍ୟା “ମୋନ୍ଥା”କୁ ଦୃଷ୍ଟିରେ ରଖି କୃଷି ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ
ଆଜିର ଖବର

ସମ୍ଭାବ୍ୟ ବାତ୍ୟା “ମୋନ୍ଥା”କୁ ଦୃଷ୍ଟିରେ ରଖି କୃଷି ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ

October 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Agriculture Dept Gears Up for Cyclone ‘Montha’; Officers’ Leave Cancelled Till Oct 31
Agriculture Dept Gears Up for Cyclone ‘Montha’; Officers’ Leave Cancelled Till Oct 31

ଭୁବନେଶ୍ଵର: ସମ୍ଭାବ୍ୟ ବାତ୍ୟା “ମୋନ୍ଥା”କୁ ଦୃଷ୍ଟିରେ ରଖି କୃଷି ବିଭାଗ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଅକ୍ଟୋବର ୩୧ ତାରିଖ ଯାଏଁ କୌଣସି କୃଷି ଅଧିକାରୀ ଛୁଟି ନେଇପାରିବେ ନାହିଁ ବୋଲି ବିଭାଗୀୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ନିର୍ଦ୍ଦେଶ ଅବମାନନା କ୍ଷେତ୍ରରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ମଧ୍ୟ ନିଆଯାଇପାରେ। ଏହାବ୍ୟତୀତ, କୃଷି ବିଭାଗ ଦ୍ଵାରା ଜାରୀ ହୋଇଥିବା ପରାମର୍ଶକୁ ଚାଷୀଙ୍କ ନିକଟକୁ ସମସ୍ତ ପ୍ରକାର ମାଧ୍ୟମରେ ପହଞ୍ଚାଇବା ଜରୁରୀ। ଯଥା ଅମଳ ସରିଥିବା ଫସଲକୁ ଉଚ୍ଚ ତଥା ସୁରକ୍ଷିତ ସ୍ଥାନରେ ଘୋଡ଼ାଇ ରଖିବା, ଜମିରୁ ଜଳ ନିଷ୍କାସନ ଇତ୍ୟାଦି। ବାତ୍ୟା ପରବର୍ତ୍ତୀ ପଦକ୍ଷେପ ଅନୁଯାୟୀ, ଜମିରୁ ପାଣି ଛାଡ଼ିଗଲା ମାତ୍ରେ, କୃଷି ଅଧିକାରୀମାନେ ତୁରନ୍ତ ବିଲକୁ ଯାଇ ଫସଲ କ୍ଷୟକ୍ଷତିର ଆକଳନ କରିବେ।

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ନିର୍ଦ୍ଦେଶ ଅନୁଯାୟୀ, ଫସଲ କ୍ଷୟକ୍ଷତି ଆକଳନରେ କୌଣସି ବି କ୍ଷତିଗ୍ରସ୍ତଚାଷୀ ବାଦ ନ ପଡ଼ିବା ଆବଶ୍ୟକ। ତଥ୍ୟ ଅନୁଯାୟୀ, ରାଜ୍ୟରେ ୧୪.୧୭ ଲକ୍ଷ ହେକ୍ଟର ଚାଷଜମି ବୀମାଭୁକ୍ତ ଅଟେ। ପ୍ରଧାନମନ୍ତ୍ରୀ ଫସଲ ବୀମାରେ ଅନୁବନ୍ଧିତ ଚାଷୀ ଇନ୍ସୁରାନ୍ସ ବାବଦରେ ଏନସିଆଇପି ପୋର୍ଟାଲରେ ଆବେଦନ କରିପାରିବେ, କିମ୍ବା ଟୋଲ ଫ୍ରି ନମ୍ବର ୧୪୪୪୭ ରେ କଲ କରିପାରିବେ କିମ୍ବା ହ୍ୱାଟସଆପ ଚାଟବଟ ନମ୍ବର ୭୦୬୫୫୧୪୪୪୭ ରେ ଯୋଗାଯୋଗ କରିପାରିବେ। କୃଷି ବିଭାଗ ପକ୍ଷରୁ କଣ୍ଟ୍ରୋଲ ରୁମର ପ୍ରସ୍ତୁତି ମଧ୍ୟ ଶେଷ ହୋଇଛି । ସମସ୍ତ ପ୍ରକାର ମୁକାବିଲା ପାଇଁ କୃଷି ବିଭାଗ ସଜାଗ ରହିଛି।

ଏହି ବୈଠକରେ କୃଷି ନିର୍ଦ୍ଦେଶକ ଶୁଭମ ସକ୍ସେନା, ଅତିରିକ୍ତ ସଚିବ ଡ଼ ଗଣେଶ୍ବର ଜେନା, ବିଭାଗୀୟ ବରିଷ୍ଠ ଅଧିକାରୀଙ୍କ ସମେତ ରାଜ୍ୟର ସମସ୍ତ ଜିଲ୍ଲାରୁ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଉଦ୍ୟାନ କୃଷି ଅଧିକାରୀମାନେ ଭିଡ଼ିଓ କନ୍ଫରେନ୍ସ ମାଧ୍ୟମରେ ଯୋଗଦେଇଥିଲେ।

କୃଷି ବିଭାଗ ପ୍ରସ୍ତୁତି ବୈଠକ ବାତ୍ୟା"ମୋନ୍ଥା"
Share. Facebook Twitter LinkedIn Email WhatsApp Copy Link

Related Posts

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026
Latest News

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026

ପୁଣି ମଣିପୁର ଅଶାନ୍ତ : ଗଡିଲା ମୁଣ୍ଡ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.