Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଞ୍ଚ ଦିବସୀୟ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ
ଆଜିର ଖବର

ପାଞ୍ଚ ଦିବସୀୟ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ

November 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Residential Practical Skill Development Training for Vocational Higher Secondary Students
Residential Practical Skill Development Training for Vocational Higher Secondary Students

ଭୁବନେଶ୍ବର: ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଭୁବନେଶ୍ୱରସ୍ଥିତ ବିଶ୍ବ ଦକ୍ଷତା କେନ୍ଦ୍ର (World Skill Centre) ଓ ସେଣ୍ଟ୍ରାଲ୍ ଟୁଲ୍ ରୁମ୍ ଆଣ୍ଡ ଟ୍ରେନିଂ ସେଣ୍ଟର (ସିଟିଟିସି) ଠାରେ ପାଞ୍ଚ ଦିବସୀୟ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ (Hands on Skill) ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଭୁବନେଶ୍ବରସ୍ଥିତ ବିଶ୍ବ ଦକ୍ଷତା କେନ୍ଦ୍ରଠାରେ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶିକା ନିୟତୀ ପଟ୍ଟନାୟକ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ ଏବଂ ବର୍ତ୍ତମାନ ପରିପ୍ରେକ୍ଷୀରେ ଧନ୍ଦାମୂଳକ ଶିକ୍ଷାର ଗୁରୁତ୍ବ ସମ୍ପର୍କରେ ଆଲୋକପାତ କରିବା ସହ ସୂଚନା ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଛାତ୍ରଛାତ୍ରୀମାନଙ୍କୁ ଦକ୍ଷ ହେବାକୁ ପ୍ରେରିତ କରିଥିଲେ।

ଏହି ଉଦଯାପନୀ ଉତ୍ସବରେ ଅନ୍ୟ ମାନଙ୍କ ମଧ୍ୟରେ ନିର୍ଦ୍ଦେଶାଳୟର ଉପନିର୍ଦ୍ଦେଶକ ଜିତେନ୍ଦ୍ର ନାୟକ, ବିଶ୍ବ ଦକ୍ଷତା କେନ୍ଦ୍ର(World Skill Centre) ର COO ପିନାକୀ ପଟ୍ଟନାୟକ, ଅଧ୍ୟକ୍ଷ ଟି ଥାମ୍ବୀରାଜା ଓ ଉପନିର୍ଦେଶକ ସସ୍ମିତା ସାହୁ ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଧନ୍ଦାମୂଳକ କ୍ଷେତ୍ରରେ ଭବିଷ୍ୟତ ଗଠନ ନିମନ୍ତେ ପ୍ରୋତ୍ସାହିତ କରିଥିଲେ। ଛାତ୍ରଛାତ୍ରୀମାନେ ସେମାନଙ୍କ ପ୍ରଶିକ୍ଷଣ ଅନୁଭୂତି ବର୍ଣ୍ଣନା କରିଥିଲେ ଓ ପରିଶେଷରେ ସେମାନଙ୍କୁ ସାର୍ଟିଫିକେଟ ବଣ୍ଟନ କରାଯାଇଥିଲା।

ସେହିପରି ସେଣ୍ଟ୍ରାଲ୍ ଟୁଲ୍ ରୁମ୍ ଆଣ୍ଡ ଟ୍ରେନିଂ ସେଣ୍ଟର (ସିଟିଟିସି) ଠାରେ ଉଦଯାପନୀ ଉତ୍ସବରେ ଉପନିର୍ଦେଶକ ମଧୁସୂଦନ ମଲ୍ଲିକ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ସାର୍ଟିଫିକେଟ ବଣ୍ଟନ କରିଥିଲେ। ଏଠାରେ ସୂଚନାଯୋଗ୍ୟ, ଗତକାଲି ତା୩୧.୧୦.୨୦୨୫ରିଖ ଦିନ ସେଞ୍ଚୁରିଆନ୍ ୟୁନିଭର୍ସିଟିଠାରେ SPEFL ଟ୍ରେଡ୍ କୁ ନେଇ ଚାଲିଥିବା ପାଞ୍ଚ ଦିବସୀୟ ପ୍ରଶିକ୍ଷଣ ଉଦଯାପିତ ହୋଇଯାଇଛି। ଏହି ଉଦଯାପନୀ ଉତ୍ସବରେ CUTM ଉପକୂଳପତି ପ୍ରଫେସର ଡାଃ ସୁପ୍ରିୟା ପଟ୍ଟନୟକ, ପ୍ରୋ ଭି ସି ଅଜୟ ନାୟକ,ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦେଶିକା ସସ୍ମିତା ମାଳି ଓ ଉପନିର୍ଦେଶକ ଜିତେନ୍ଦ୍ର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Hands on Skill World Skill Centre ଦକ୍ଷତା ବିକାଶ ପ୍ରଶିକ୍ଷଣ
Share. Facebook Twitter LinkedIn Email WhatsApp Copy Link

Related Posts

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026
Latest News

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.