Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଐତିହାସିକ ବାଲିଯାତ୍ରା ପରିସରରେ ସେବା, ସୁଶାସନ ଓ ଗରିବ କଲ୍ୟାଣ ପ୍ରଦର୍ଶନୀ ଉଦଘାଟିତ
ଆଜିର ଖବର

ଐତିହାସିକ ବାଲିଯାତ୍ରା ପରିସରରେ ସେବା, ସୁଶାସନ ଓ ଗରିବ କଲ୍ୟାଣ ପ୍ରଦର୍ଶନୀ ଉଦଘାଟିତ

November 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଐତିହାସିକ ବାଲିଯାତ୍ରା ପରିସରରେ ସେବା, ସୁଶାସନ ଓ ଗରିବ କଲ୍ୟାଣ ପ୍ରଦର୍ଶନୀ ଉଦଘାଟିତ
ଐତିହାସିକ ବାଲିଯାତ୍ରା ପରିସରରେ ସେବା, ସୁଶାସନ ଓ ଗରିବ କଲ୍ୟାଣ ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ୱର: ଐତିହାସିକ କଟକ ବାଲିଯାତ୍ରାରେ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ପକ୍ଷରୁ ସେବା, ସୁଶାସନ ଓ ଗରିବ କଲ୍ୟାଣ ପ୍ରଦର୍ଶନୀ ଉଦଘାଟିତ ହୋଇଯାଇଛି। ଏହାକୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ଓଡ଼ିଶା କ୍ଷେତ୍ର ଅତିରିକ୍ତ ମହାନିର୍ଦ୍ଦେଶକ (ଏଡିଜି) ଅଖିଳ କୁମାର ମିଶ୍ର ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଉତ୍କଳ ବିଶ୍ୱବିଦ୍ୟାଳୟର ସାମାଜିକ ବିଜ୍ଞାନ ବିଭାଗ ମୁଖ୍ୟ ପ୍ରଫେସର ରବୀନ୍ଦ୍ର ଗରଡ଼ ଯୋଗ ଦେଇଥିଲେ।

ଉଦଘାଟନୀ ଅଧିବେଶନରେ ବହୁସଂଖ୍ୟାରେ ପରିଦର୍ଶକ ଏହି ପ୍ରଦର୍ଶନୀକୁ ବୁଲି ଦେଖିବା ସହିତ କେନ୍ଦ୍ର ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା ଏବଂ ପ୍ରମୁଖ କାର୍ଯ୍ୟକ୍ରମ ବିଷୟରେ ଅବଗତ ହୋଇଥିଲେ। ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ସେମାନଙ୍କୁ କେନ୍ଦ୍ରୀୟ ଯୋଜନାଗୁଡ଼ିକ ବିଷୟରେ ସଚେତନ କରାଯାଇଥିଲା। ପ୍ରଦର୍ଶନୀକୁ ନେଇ ପରିଦର୍ଶକ, ବିଶେଷ କରି ଯୁବବର୍ଗଙ୍କ ମଧ୍ୟରେ ବିଶେଷ ଆଗ୍ରହ ଦେଖିବାକୁ ମିଳୁଛି। ସେମାନେ ମୋଦୀ ସରକାରଙ୍କ ସୁଶାସନ ଏବଂ ବିକାଶମୂଳକ କାର୍ଯ୍ୟକ୍ରମ ବିଷୟରେ ଜାଣିବା ଲାଗି ଅଧିକ ଆଗ୍ରହ ପ୍ରକାଶ କରୁଛନ୍ତି । ଏହି ପ୍ରଦର୍ଶନୀ ଆସନ୍ତା 12 ନଭେମ୍ବର 2025 ପର୍ଯ୍ୟନ୍ତ ଚାଲିବ।

ଉଦଘାଟନୀ କାର୍ଯ୍ୟକ୍ରମରେ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି), ଭୁବନେଶ୍ୱରର ଉପନିର୍ଦ୍ଦେଶକ ମନୋଜ କୁମାର ଜାଲି, ସହାୟକ ନିର୍ଦ୍ଦେଶକ ମହେନ୍ଦ୍ର ପ୍ରସାଦ ଜେନା, ସିବିସି, ଭୁବନେଶ୍ୱରର ସହାୟକ ନିର୍ଦ୍ଦେଶକ ପ୍ରଦୀପ କୁମାର ଚୌଧୁରୀ, ପାର୍ଥସାରଥୀ ମଲ୍ଲିକ, କ୍ଷେତ୍ର ପ୍ରଚାର ଅଧିକାରୀ ସସ୍ମିତା ପାଇକରାୟ ପ୍ରମୁଖଙ୍କ ସମେତ ବହୁ ଅଧିକାରୀ ଓ କର୍ମଚାରୀ ଯୋଗ ଦେଇଥିଲେ।

ଗରିବ କଲ୍ୟାଣ ବାଲିଯାତ୍ରା ଭାରତ ସରକାର ସୁଶାସନ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସେବା
Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026
Latest News

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.