ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସନ୍ଧ୍ୟାରେ ବାରାଣସୀ ଗସ୍ତ କରିବେ। ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କୁ ବିମାନବନ୍ଦରରେ ସ୍ୱାଗତ କରିବେ। ଆସନ୍ତାକାଲି ସକାଳେ ପ୍ରଧାନମନ୍ତ୍ରୀ ବନାରସ-ଖଜୁରାହୋ ଏବଂ ଲକ୍ଷ୍ନୌ-ସହାରନପୁର ଟ୍ରେନ ସମେତ ଚାରୋଟି ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀଙ୍କ ଆଗମନକୁ ନେଇ ବାରାଣସୀ ଲୋକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ରହିଛି। ଏକ ଭବ୍ୟ ସ୍ୱାଗତ ପାଇଁ ପ୍ରସ୍ତୁତି ଚାଲିଛି।



