ଭୁବନେଶ୍ଵର: କଂଗ୍ରେସ ପକ୍ଷରୁ ନୂଆପଡାରେ ଏକ ସାମ୍ୱାଦିକ ସମ୍ମିଳନୀ କରାଯାଇଛି। ଦଳୀୟ ପ୍ରାର୍ଥୀ ଘାସିରାମ ମାଝୀଙ୍କ ବିଜୟ ସୁନିଶ୍ଚିତ ବୋଲି କଂଗ୍ରେସ ନେତାମାନେ ଦୃଢୋକ୍ତି ପ୍ରକାଶ କରିଛନ୍ତି। ସାମ୍ୱାଦିକ ସମ୍ମିଳନୀରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧାରୀ ଗମାଙ୍ଗ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନା, ସମ୍ପାଦକ ସୁରେଶ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ଶ୍ରୀ ମାଝୀ ନିଜ ସମର୍ଥକମାନଙ୍କ ସହ ପୁରପଲ୍ଲୀର ବିଭିନ୍ନ ସ୍ଥାନରେ ପ୍ରଚାରକୁ ଜୋରଦାର କରିଛନ୍ତି।


