Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟବାସୀଙ୍କ ସୁରକ୍ଷା ଉଦ୍ଦେଶ୍ୟରେ ଡିଜିପି ଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
ଆଜିର ଖବର

ରାଜ୍ୟବାସୀଙ୍କ ସୁରକ୍ଷା ଉଦ୍ଦେଶ୍ୟରେ ଡିଜିପି ଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

November 11, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
ରାଜ୍ୟବାସୀଙ୍କ ସୁରକ୍ଷା ଉଦ୍ଦେଶ୍ୟରେ ଡିଜିପି ଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

କଟକ: ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟବାସୀଙ୍କ ସୁରକ୍ଷା ଉଦ୍ଦେଶ୍ୟରେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟ ଠାରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟର ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ସହ ଯେ କୌଣସି ଅପ୍ରୀତିକର ପରିସ୍ଥିତିକୁ ମୁକାବିଲା କରିବାକୁ ସର୍ବଦା ପ୍ରସ୍ତୁତ ରହିବାକୁ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି କ୍ରମରେ ଡିଜିପି ଶ୍ରୀ ଖୁରାନିଆ ଆଜି ରାତିରେ କଟକ ବାଲିଯାତ୍ରା ଆୟୋଜନ ସ୍ଥଳକୁ ଗସ୍ତ କରି ସେଠାରେ ସୁରକ୍ଷା ବ୍ୟବସ୍ଥା ସଂକ୍ରାନ୍ତରେ ବିସ୍ତୃତ ଭାବେ ଅନୁଧ୍ୟାନ କରିଥିଲେ। ସେଠାରେ ଲକ୍ଷାଧିକ ଲୋକଙ୍କ ଜନ ଗହଳି ହେଉଛି। ଜନ ସାଧାରଣଙ୍କ ସୁରକ୍ଷା ବ୍ୟବସ୍ଥାରେ ଯେ ଭଳି କୌଣସି ତ୍ରୁଟି ବିଚ୍ୟୁତି ନ ହେବ ସେ ସଂକ୍ରାନ୍ତରେ ନିୟୋଜିତ ଥିବା ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ଏହା ସହ ଜନ ସାଧାରଣଙ୍କ ସୁରକ୍ଷା ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ଜନସମାଗମ ସ୍ଥଳ, ବଜାର, ରେଳ ଷ୍ଟେସନ, ବସ୍ ଟର୍ମିନାଲ୍, ଧାର୍ମିକ ସ୍ଥାନ ସମେତ ବିଭିନ୍ନ ସମ୍ବେଦନଶୀଳ ଅଞ୍ଚଳରେ ପାଟ୍ରୋଲିଙ୍ଗ ବଢ଼ାଇବା ଉପରେ ଡିଜିପି ଗୁରୁତ୍ୱାରୋପ କରିଛନ୍ତି। ସେହିପରି CCTV ନିରୀକ୍ଷଣ, ବିସ୍ଫୋରକ ପଦାର୍ଥ ଚେକିଂ, ସନ୍ଦିଗ୍ଧ ଯାତ୍ରୀ, ଗୁଇନ୍ଦା ସୂଚନା ସଂଗ୍ରହକୁ କ୍ରିୟାଶୀଳ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ ସନ୍ଦେହଜନକ ବ୍ୟକ୍ତି ବିଶେଷ କିମ୍ବା ବସ୍ତୁ ନଜରକୁ ଆସିଲେ ତୁରନ୍ତ ନିକଟସ୍ଥ ଥାନା କିମ୍ବା Dial-112କୁ ତୁରନ୍ତ ଜଣାଇବାକୁ ଡିଜିପି ଅନୁରୋଧ କରିଛନ୍ତି।

ଏହା ସହ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇ ଜନ ସାଧାରଣଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବାକୁ ସେ ପ୍ରାଧାନ୍ୟ ଦେଇଛନ୍ତି। ଏହା ସହ ସମସ୍ତ ପରିସ୍ଥିତିକୁ ପ୍ରତିକାର କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ପୋଲିସ ପ୍ରଶାସନକୁ ସକ୍ରିୟ ସହଯୋଗ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।

ଆଜିର ଏହି ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ( ଆଇନ ଓ ଶୃଙ୍ଖଳା ) ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ପ୍ରତୀକ ମହାନ୍ତି ଉପସ୍ଥିତ ଥିଲେ। ଏହା ସହ ଆଭାସି ମାଧ୍ୟମରେ ଭୁବନେଶ୍ୱର-କଟକ ପୋଲିସ କମିଶନର, ବିଭିନ୍ନ ରେଞ୍ଜ ଆଇଜି, ଡିଆଇଜିଙ୍କ ସମେତ ସମସ୍ତ ଜିଲ୍ଲା ଏସପି ପ୍ରମୁଖ ଉପସ୍ଥିତ ଥିଲେ।

ଉଚ୍ଚସ୍ତରୀୟ ସମୀକ୍ଷା ଯୋଗେଶ ବାହାଦୁର ଖୁରାନିଆ ରାଜ୍ୟ ପୋଲିସ ମୁଖ୍ୟାଳୟ ସମୀକ୍ଷା ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.