Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନଭେମ୍ବର ୧୭ରୁ ୩୦ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାରେ କୁଷ୍ଠ ରୋଗ ଚିହ୍ନଟ ଅଭିଯାନ
ଆଜିର ଖବର

ନଭେମ୍ବର ୧୭ରୁ ୩୦ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାରେ କୁଷ୍ଠ ରୋଗ ଚିହ୍ନଟ ଅଭିଯାନ

November 11, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନଭେମ୍ବର ୧୭ରୁ ୩୦ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାରେ କୁଷ୍ଠ ରୋଗ ଚିହ୍ନଟ ଅଭିଯାନ
ନଭେମ୍ବର ୧୭ରୁ ୩୦ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାରେ କୁଷ୍ଠ ରୋଗ ଚିହ୍ନଟ ଅଭିଯାନ

ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲାରେ ନଭେମ୍ବର ୧୭ ତାରିଖରୁ ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ କୁଷ୍ଠ ରୋଗ ଚିହ୍ନଟ ଅଭିଯାନ ୨୦୨୫ ଉପଲକ୍ଷେ ବିଭିନ୍ନ କାର୍ଯ୍ୟ ସମ୍ପାଦନ ବିଭାଗ ଅଧିକାରୀ ମାନଙ୍କୁ ନେଇ ଏକ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଏହି ବୈଠକରେ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ କୁଷ୍ଠ ରୋଗର ଲକ୍ଷଣ ଓ ନିରାକରଣ ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିଲେ। କୁଷ୍ଠ ରୋଗୀର ନାକରୁ ଜୀବାଣୁ ବାହାରି ବାୟୁ ମଣ୍ଡଳରେ ଘୁରି ବୁଲନ୍ତି। ରୋଗୀ ନିକଟରେ ଚଳ ପ୍ରଚଳ କରୁଥିବା ପରିବାର ଲୋକ ପ୍ରଶ୍ୱାସରେ କୁଷ୍ଠ ଜୀବାଣୁ ଶରୀର ମଧ୍ୟକୁ ପ୍ରବେଶ କରି ବହୁ ବର୍ଷ ପରେ କୁଷ୍ଠ ରୋଗର ଲକ୍ଷଣ ଜାଣି ହୁଏ। ଯେଉଁ ବ୍ୟକ୍ତିଙ୍କୁ କୁଷ୍ଠ ରୋଗ ହୋଇଛି ତାଙ୍କ ପରିବାର ବର୍ଗ ଏମ ଡି ଟି ବଟିକା ଥରେ ଖାଇଲେ ରୋଗ ପ୍ରତିଷେଧକ ଶକ୍ତି ବଢ଼ାଇଥାଏ ଏବଂ ଶତକଡା ୯୯ ଭାଗ ଜୀବାଣୁ ମରିଯାଆନ୍ତି ଯ ଦ୍ଵାରା କୁଷ୍ଠ ରୋଗ ହେବାର ସମ୍ଭାବନାକୁ ସମ୍ପୂର୍ଣ୍ଣ ମାତ୍ରାରେ ଏଡ଼ାଇ ଦିଆଯାଇପାରିବ।

ଏହି ରୋଗ ବଂଶଗତ ନୁହେଁ, ଏହା ଏକ ବାୟୁ ବାହିତ ଜୀବାଣୁ ସଂକ୍ରମଣ ରୋଗ। ବ୍ୟକ୍ତି କୁଷ୍ଠ ରୋଗରେ ସଂକ୍ରମିତ ହେଲେ ଏମ ଡି ଟି ଔଷଧ ଖାଇବା ଓ ଡ଼ାକ୍ତରୀ ପରାମର୍ଶ ନେବା ବାଞ୍ଛନୀୟ। ରୋଗୀ ଯଦି ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ ନ କରନ୍ତି ତେବେ ଧୀରେ ଧୀରେ ଆଙ୍ଗୁଠି ବଙ୍କା ହୋଇ ଛିଡି ପଡେ, ମୁହଁ ଅସୁନ୍ଦର ଦେଖାଯାଏ। ଯଦି ଔଷଧ ଠିକ୍ ସମୟରେ ନ ଖାଆନ୍ତି ତେବେ ବ୍ୟକ୍ତିକୁ ଏହି ରୋଗ ମାଡ଼ି ମାଡ଼ି ଚାଲିଥାଏ। ଜିଲ୍ଲା କୁଷ୍ଠ ରୋଗ ପରାମର୍ଶଦାତା ଡାକ୍ତର ସୌମ୍ୟକାନ୍ତ ସତ୍ୟସୁନ୍ଦର କୁଷ୍ଠ ରୋଗ ର ସଂକ୍ରମଣ ଓ ନିରାକରଣ ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରକାଶ କରିବାସହ ଅଭିଯାନର ଲକ୍ଷ୍ୟ ଓ ଉଦେଶ୍ୟ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ।

ଶେଷରେ ଜିଲ୍ଲା କୁଷ୍ଠ ସେବା ସ୍ୱାସ୍ଥ୍ୟ ନିରୀକ୍ଷକ ସୁନୀଲ ଦତ୍ତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ବୈଠକରେ କାର୍ଯ୍ୟନ୍ଵୟନ ବିଭାଗୀୟ ଅଧିକାରୀ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ କୁସୁମ କୁମାରୀ ପ୍ରହରାଜ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିଲ୍ଲୀପ ହିଆଲ ଙ୍କ ସମେତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସମସ୍ତ ବିଭାଗର ବରିଷ୍ଠ ଡ଼ାକ୍ତରୀ ବିଶେଷଜ୍ଞ, ସମସ୍ତ ଗୋଷ୍ଠୀ ଓ ପ୍ରାଥମିକ ସ୍ଵାସ୍ଥ୍ୟ କେନ୍ଦ୍ର ମେଡିକାଲ ଅଫିସର, ଆଶା କର୍ମୀ ଓ ଅଙ୍ଗନ ୱାଡ଼ି କର୍ମୀ, ପରିଦର୍ଷିକା ଏବଂ ଗଣ ମାଧ୍ୟମ ପ୍ରତିନିଧି ବୃନ୍ଦ ଯୋଗଦେଇଥିଲେ।

କୁଷ୍ଠ ରୋଗ ଚିହ୍ନଟ ଖୋର୍ଦ୍ଧା ଜିଲ୍ଲା ଚିହ୍ନଟ ଅଭିଯାନ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ
Share. Facebook Twitter LinkedIn Email WhatsApp Copy Link

Related Posts

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026
Latest News

ଖାଦ୍ୟ ବିଷାକ୍ତ କାରଣରୁ ୮୪ ସୀମା ସୁରକ୍ଷା ବଳ ଯବାନ ହସ୍ପିଟାଲରେ ଭର୍ତ୍ତି

October 15, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.