Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ ପ୍ରଥମାଷ୍ଟମୀରେ ମଧ୍ୟ ପଢୁଆଁ ହୁଅନ୍ତି ପ୍ରଭୃ ଲିଙ୍ଗରାଜ
ଆଜିର ଖବର

ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ ପ୍ରଥମାଷ୍ଟମୀରେ ମଧ୍ୟ ପଢୁଆଁ ହୁଅନ୍ତି ପ୍ରଭୃ ଲିଙ୍ଗରାଜ

November 12, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପ୍ରଭୃ ଲିଙ୍ଗରାଜ
ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ ପ୍ରଥମାଷ୍ଟମୀରେ ମଧ୍ୟ ପଢୁଆଁ ହୁଅନ୍ତି ପ୍ରଭୃ ଲିଙ୍ଗରାଜ

ଭୁବନେଶ୍ବର: ପ୍ରଥମାଷ୍ଟମୀରେ ସାଧାରଣତଃ ଘରର ପ୍ରଥମ ସନ୍ତାନଙ୍କୁ ପୂଜା କରାଯାଇଥାଏ। ସେହିପରି ଭଗବାନ ହେଲେ ମଧ୍ୟ କଣ ହେଲା ପ୍ରଭୃ ଲିଙ୍ଗରାଜ ମଧ୍ୟ ଏହି ଦିନ ପଢୁଆଁ ହୋଇଥାନ୍ତି। ଲିଙ୍ଗରାଜଙ୍କ ରିତିନୀତିରେ ଏହି ପ୍ରଥମାଷ୍ଟମୀ ଏକ ମହତ ରଖେ। ସେଦିନ ଏକ ସ୍ବତନ୍ତ୍ର ପୂଜା କରାଯାଇଥାଏ।

ପ୍ରଥମାଷ୍ଟମୀ ଦିନ ଲିଙ୍ଗରାଜ ମହାପ୍ରଭୁଙ୍କର ମାମୁଁଘର ଯାତ୍ରା ହୋଇଥାଏ। ଲିଙ୍ଗରାଜ ମହାପ୍ରଭୁ ଏହିଦିନ ଲିଙ୍ଗରାଜ ମନ୍ଦିର ନିକଟରେ ଥିବା ତାଙ୍କ ମାମୁଁଘର ରୂପେ ପରିଚିତ କପାଳିମଠକୁ ପଢୁଆଁ ହେବା ପାଇଁ ଯାଆନ୍ତି। ଏହି ମଠର ଆରାଧ୍ୟ ଦେବତା ‘ବରୁଣେଶ୍ୱର’ ଓ ‘ବନଦେବ’। ଏ ଦୁହେଁ ଲିଙ୍ଗରାଜଙ୍କର ମାମୁଁ- ମାଇଁ ରୂପେ ପ୍ରଖ୍ୟାତ। ଏହି ମଠ ହତାରେ ଗୋଟିଏ ପୁଷ୍କରିଣୀ ରହିଛି। ତାହା ପାପନାଶିନୀ ରୂପେ ପରିଚିତ। ପ୍ରଥମାଷ୍ଟମୀ ଦିନ ଏହି ପୁଷ୍କରିଣୀର ଜଳ ପାନକଲେ ପାପକ୍ଷୟ ହୁଏ ଓ ବନ୍ଧ୍ୟାନାରୀ ସନ୍ତାନବତୀ ହୁଅନ୍ତି ବୋଲି ପ୍ରବାଦ ଅଛି।

ପ୍ରଥମାଷ୍ଟମୀର ଅନ୍ୟ ନାମ ‘ସୌଭାଗିନୀ ଅଷ୍ଟମୀ’। ପୂର୍ବେ ଏହିଦିନ ସୌଭାଗିନୀ ଦେବୀଙ୍କର ପୂଜା ସମ୍ଭବତଃ ପ୍ରଚଳିତ ଥିଲା। କୃଷକ ସନ୍ତାନ ଲାଭ କରିଛି ଏବଂ ଶସ୍ୟ ମଧ୍ୟ ପାଇଛି କିମ୍ବା ଶସ୍ୟ ରୂପକ ସନ୍ତାନ ମଧ୍ୟ ସେ ଲାଭ କରିଛି- ଏହା ଅତ୍ୟନ୍ତ ସୌଭାଗ୍ୟର କଥା। କୃଷକର ମନ ଏଥିଲାଗି ଆନନ୍ଦିତ ଓ ଉଲ୍ଲସିତ। ସେ ଅତି ଆନନ୍ଦରେ ଏହି ତିଥିକୁ ସୌଭାଗିନୀ ଅଷ୍ଟମୀ ରୂପେ ପାଳି ଆସିଛି।

ଏହି ପ୍ରଥମାଷ୍ଟମୀକୁ ‘କାଳ ଭୈରବାଷ୍ଟମୀ’ ମଧ୍ୟ କୁହାଯାଏ। ଏହିଦିନ କାଳ ଭୈରବଙ୍କର ବ୍ରତ ଓ ପୂଜାର ପ୍ରଚଳନ ଥିଲା। ଏବେ ଏହିପୂଜା ଲୁପ୍ତ। ସ୍କନ୍ଧ ପୁରାଣର କୋଶୀଖଣ୍ଡରେ ଉଲ୍ଲେଖ ଅଛି, ମାର୍ଗଶିର ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ କାଳଭୈରବୀଙ୍କ ନିକଟରେ ବ୍ରତ, ଉପବାସ ଓ ଜାଗରଣ ଆଦି ସମ୍ପାଦନ କଲେ ପ୍ରାଣୀମାନେ ସର୍ବପାପରୁ ମୁକ୍ତ ହୁଅନ୍ତି।

ତନ୍ତ୍ରସାଧକମାନଙ୍କ ସାଧନା ସମୟରେ ଯେଉଁ ଉଲ୍ଲେଖ ତନ୍ତ୍ର ପରମ୍ପରାରେ ରହିଛି, ସେଥି ମଧ୍ୟରେ ଏହି ପ୍ରଥମାଷ୍ଟମୀର ରାତ୍ରି ବିଶେଷ ଉଲ୍ଲେଖନୀୟ। ତାନ୍ତ୍ରିକ ଭାଷାରେ ଏହାର ନାମ ‘ଘୋରରାତ୍ର’। ନବଦୁର୍ଗାଙ୍କ ମଧ୍ୟରୁ କାଳରାତ୍ରି ଅନ୍ୟତମା। ଆଦ୍ୟାଶକ୍ତି କାଳରାତ୍ରି ରୂପେ ଏହିଦିନ ଅବତୀର୍ଣ୍ଣା ହୋଇଥିଲେ। ତନ୍ତ୍ର ସମ୍ବନ୍ଧୀୟ ବିଭିନ୍ନ ଶାସ୍ତ୍ରରେ ଏହି ବିଷୟରେ ଉଲ୍ଲେଖ ଅଛି। ଅତୀତରେ ବହୁ ସ୍ଥାନରେ ଭୈରବ ଓ ଭୈରବୀଙ୍କୁ ପୂଜା କରାଯାଉଥିଲା।

ପଢୁଆଁ ପ୍ରଥମାଷ୍ଟମୀ ପ୍ରଭୃ ଲିଙ୍ଗରାଜ
Share. Facebook Twitter LinkedIn Email WhatsApp Copy Link

Related Posts

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026

OTT ପ୍ଲାଟଫର୍ମରେ ହଇଚଇ ସୃଷ୍ଟି କରୁଛି ୨ ଘଣ୍ଟା ୨୦ ମିନିଟର ତାମିଲ ଫିଲ୍ମ

April 21, 2026

ଭୋଟର ତାଲିକାରୁ ବାଦ ପଡିଥିବା ଭୋଟରଙ୍କ ଯାଞ୍ଚ ନିର୍ଦ୍ଦେଶ

April 21, 2026

ଆପଣଙ୍କ ଶରୀରରେ ଆଇରନ ପରିମାଣ କମ୍ ଅଛି କି, ତେବେ ଏହାକୁ ହାଲୁକା ଭାବରେ ନିଅନ୍ତୁ ନାହିଁ

April 21, 2026
Latest News

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026

OTT ପ୍ଲାଟଫର୍ମରେ ହଇଚଇ ସୃଷ୍ଟି କରୁଛି ୨ ଘଣ୍ଟା ୨୦ ମିନିଟର ତାମିଲ ଫିଲ୍ମ

April 21, 2026

ଭୋଟର ତାଲିକାରୁ ବାଦ ପଡିଥିବା ଭୋଟରଙ୍କ ଯାଞ୍ଚ ନିର୍ଦ୍ଦେଶ

April 21, 2026

ଆପଣଙ୍କ ଶରୀରରେ ଆଇରନ ପରିମାଣ କମ୍ ଅଛି କି, ତେବେ ଏହାକୁ ହାଲୁକା ଭାବରେ ନିଅନ୍ତୁ ନାହିଁ

April 21, 2026

ଦିନିକିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.