Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୨୭ ରେ ଓଡ଼ିଶା ବିଧାନସଭାକୁ ସମ୍ଭୋଧିତ କରିବେ ରାଷ୍ଟ୍ରପତି
ଆଜିର ଖବର

ଆସନ୍ତା ୨୭ ରେ ଓଡ଼ିଶା ବିଧାନସଭାକୁ ସମ୍ଭୋଧିତ କରିବେ ରାଷ୍ଟ୍ରପତି

November 14, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
President
 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

ଭୁବନେଶ୍ଵର: ଭାରତର ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଆଗାମୀ ନଭେମ୍ବର ୨୦ ତାରିଖରେ ଝାରସୁଗୁଡ଼ା ଦେଇ ଛତିଶଗଡ଼ ଯିବାର କାର୍ଯ୍ୟକ୍ରମ ରହିଛି। ସେହିପରି ନଭେମ୍ବର ୨୭ ରେ ରାଷ୍ଟ୍ରପତି ଓଡ଼ିଶା ଆସି ରାଜଭବନରେ ନୂଆ କଳିଙ୍ଗ ଅତିଥ୍ ନିବାସର ଶୁଭ ଉଦ୍ଘାଟନ କରିବା ସହିତ ଓଡ଼ିଶା ବିଧାନସଭାକୁ ସମ୍ଭୋଧନ କରିବେ। ମାନ୍ୟବର ରାଷ୍ଟ୍ରପତିଙ୍କ ଏହି ଗସ୍ତ ପରିପ୍ରେକ୍ଷୀରେ ଓଡ଼ିଶା ସରକାରଙ୍କ ତରଫରୁ ପ୍ରସ୍ତୁତି ନେଇ ଆଜି ପୂର୍ବାହ୍ନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ପରେ ପରେ ଅପରାହ୍ନରେ ଓଡ଼ିଶା ବିଧାନ ସଭାରେ ସ୍ବତନ୍ତ୍ର ପ୍ରକୋଷ୍ଠରେ ମଧ୍ୟ ମାନ୍ୟବର ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ମଧ୍ୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଲୋକ ସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟ ସ୍ବରାଷ୍ଟ୍ର ବିଭାଗ ତରଫରୁ ମାନ୍ୟବର ରାଷ୍ଟ୍ରପତିଙ୍କ ଗସ୍ତ ସଂପର୍କରେ ଉପସ୍ଥାପନ କରାଯାଇଥିଲା।

ସୂଚନା ଅନୁଯାୟୀ ସେଦିନ ମାନ୍ୟବର ରାଷ୍ଟ୍ରପତି ଛତିଶଗଡ଼ର ଅମ୍ବିକାପୁର ଠାରେ ‘ଜନ ଜାତୀୟ ଗୌରବ ଦିବସ’ କାର୍ଯ୍ୟକ୍ରମରେ ଯୋଗଦେବେ । ଏହି ପରିପ୍ରେକ୍ଷୀରେ ରାଷ୍ଟ୍ରପତି ସେଦିନ ସକାଳ ୮ଟା ୨୫ ମି ସମୟରୁ ନୂଆ ଦିଲ୍ଲୀରୁ ସ୍ବତନ୍ତ୍ର ବାୟୁସେନା ବିମାନ ଯୋଗେ ବାହାରି ସକାଳ ୧୦ଟା ୦୫ମି ରେ ଝାରସୁଗୁଡ଼ାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ଅବତରଣ କରିବେ। ସେଠାରୁ ସେ ବାୟୁସେନାର ସ୍ବତନ୍ତ୍ର ହେଲିକେପ୍ଟର ଯୋଗେ ଯାଇ ଛତିଶଗଡ଼ର ଅମ୍ବିକାପୁର ସ୍ଥିତ ଗାନ୍ଧି ଷ୍ଟାଡିୟମ ଠାରେ ଓହ୍ଲାଇ ସ୍ଥାନୀୟ ପି.ଜି କଲେଜ ପଡ଼ିଆଠାରେ ଛତିଶଗଡ଼ ସରକାରଙ୍କ ଦ୍ବାରା ଆୟୋଜିତ ଉପରୋକ୍ତ କାର୍ଯ୍ୟକ୍ରମରେ ଯୋଗଦେବେ ଏବଂ କାର୍ଯ୍ୟକ୍ରମ ସରିବା ପରେ ସେଠାରୁ ବାହାରି ପୁନଶ୍ଚ ଝାରସୁଗୁଡ଼ା ଦେଇ ସେଦିନ ଅପରାହ୍ନ ୧ ଟା ୪୫ମି. ସୁଦ୍ଧା ଆନ୍ଧ୍ର ପ୍ରଦେଶ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ନଭେମ୍ବର ୨୦ ତାରିଖରେ ମାନ୍ୟବର ରାଷ୍ଟ୍ରପତିଙ୍କ ଝାରସୁଗୁଡାଠାରେ ଅବତରଣ ଏବଂ ସେଠାରେ ଜରୁରୀ ଆବଶ୍ୟକତାକୁ ଦୃଷ୍ଟିରେ ସାମୟିକ ରହଣି ନିମନ୍ତେ ଜିଲ୍ଲାପାଳ ଓ ଏସପି ଝାରସୁଗୁଡାଙ୍କ ସହିତ ପ୍ରସ୍ତୁତି ସଂପର୍କରେ ଆଲୋଚନା କରାଯାଇଥିଲା। ତତ୍ ସହିତ ସୁରକ୍ଷା ବ୍ୟବସ୍ଥା, ଅଗ୍ନିନିର୍ବାପକ ବ୍ୟବସ୍ଥା, ଚିକିତ୍ସା ଓ ସ୍ବାସ୍ଥ୍ୟଯତ୍ନ ଆଦି ଆନୁଷ୍ଠାନିକ ବ୍ୟବସ୍ଥା ସଂପର୍କରେ ବୈଠକରେ ଆଲୋଚନା କରାଯାଇଥିଲା।

ସେହିପରି ମାନ୍ୟବର ରାଷ୍ଟ୍ରପତିଙ୍କ ନଭେମ୍ବର ୨୭ ତାରିଖରେ ଭୁବନେଶ୍ବର ଗସ୍ତ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପ୍ରସ୍ତୁତି ନେଇ ଆଲୋଚନା କରାଯାଇଥିଲେ। ସେଦିନ ମାନ୍ୟବର ରାଷ୍ଟ୍ରପତି ପୂର୍ବାହ୍ଣ ୧୧ ଟା ୫୦ ମି. ସମୟରେ ନୂଆ ଦିଲ୍ଲୀରୁ ସ୍ବତନ୍ତ୍ର ବିମାନ ଯୋଗେ ବାହାରି ଅପରାହ୍ଣ ୨ ଟା ସମୟରେ ଭୁବନେଶ୍ବର ବିମାନ ବନ୍ଦରରେ ଅବତରଣ କରି ରାଜଭବନରେ ପହଞ୍ଚିବେ। ମାନ୍ୟବର ରାଷ୍ଟ୍ରପତି ମଧ୍ୟାନ୍ନ ବିରତି ପରେ ଅପରାହ୍ଣ ୪ ଟା ସମୟରେ ରାଜଭବନ ସ୍ଥିତ ନୂଆ କଳିଙ୍ଗ ଅତିଥ୍ ନିବାସର ଗୃହ ଉଦ୍ଘାଟନ କରିବେ। ଅପରାହ୍ଣ ୪.୨୦ ମି. ରେ ଓଡ଼ିଶା ବିଧାନସଭାରେ ପହଞ୍ଚିବେ ଏବଂ ୪.୩୦ ରୁ ୫.୩୦ ପର୍ଯ୍ୟନ୍ତ ବିଧାନ ସଭାର ସଦସ୍ୟ ସଦସ୍ୟାମାନଙ୍କୁ ସମ୍ବୋଧନ କରିବେ। ପରେ ପରେ ସେଦିନ ମାନ୍ୟବର ରାଷ୍ଟ୍ରପତି ରାଜଭବନଠାରେ ମାନ୍ୟବର ରାଜ୍ୟପାଳଙ୍କ ପକ୍ଷରୁ ଆୟୋଜିତ ରାତ୍ରିଭୋଜନ କାର୍ଯ୍ୟକ୍ରମରେ ଯୋଗଦେବେ ଓ ତହି ପରଦିନ ୨୮ ତାରିଖ ସକାଳୁ ୯ ଟା ୩୫ ମି. ରେ ଭୁବନେଶ୍ବର ବିମାନବନ୍ଦରରୁ ବାହାରି ଲକ୍ଷ୍ନୌ ବିମାନ ବନ୍ଦର ଅଭିମୁଖେ ପ୍ରତ୍ୟାବର୍ତନ କରିବାର କାର୍ଯ୍ୟକ୍ରମ ରହିଛି।

୨୭ ତାରିଖରେ ମାନ୍ୟବର ରାଷ୍ଟ୍ରପତିଙ୍କ ଆଗମନ ଠାରୁ ପ୍ରତ୍ୟାବର୍ତ୍ତନ ପର୍ଯ୍ୟନ୍ତ ସମସ୍ତ ପ୍ରସ୍ତୁତି ସଂପର୍କରେ ଆଲୋଚନା କରାଯାଇଥିଲା। ମାନ୍ୟବର ରାଷ୍ଟ୍ରପତିଙ୍କର ସୁରକ୍ଷା, ରାଜଭବନରେ ରହଣି, କାରକେଡ୍ ବ୍ୟବସ୍ଥା, ସ୍ବାସ୍ଥ୍ୟ ସେବା, କାର୍ଯ୍ୟକ୍ରମରେ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ବ୍ୟବସ୍ଥା ଆବଶ୍ୟକ ପାସ୍ ବ୍ୟବସ୍ଥା ଏବଂ ଗଣମାଧ୍ଯମରେ ପ୍ରଚାର ପ୍ରସାର ସଂପର୍କରେ ଆଲୋଚନା କରାଯାଇଥିଲା।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ସ୍ବରାଷ୍ଟ୍ର ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ରାଜ୍ୟ ପୁଲିସ ମହା ନିର୍ଦ୍ଦେଶକ ୱାଇ.ବି.ଖୁରାନିଆ, ଅଗ୍ନିସେବା ଡିଜି ଡଃ. ସୁଧାଂଶୁ ଷଡ଼ଙ୍ଗୀଙ୍କ ସମେତ ରାଜ୍ୟ ସରକାରଙ୍କ ସଂପୃକ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବ, ରାଜ୍ୟପାଳଙ୍କ କମିଶନର ତଥା ଶାସନ ସଚିବ, ବିଧାନସଭା ସଚିବ, ଭୁବନେଶ୍ବର-କଟକ ପୋଲିସ୍ କମିଶନର, ଜିଲ୍ଲାପାଳ, ଖୋର୍ଦ୍ଧା ଏବଂ ସଂପୃକ୍ତ ବିଭିନ୍ନ ବିଭାଗର ଅନ୍ୟ ବରିଷ୍ଠ ପଦାଧୂକାରୀମାନେ ଯୋଗ ଦେଇଥିଲେ।

ମାନ୍ୟବର ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଦାୟିତ୍ବର ସହ ନିର୍ବାହ କରିବାକୁ ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗର ଅଧିକାରୀ ତଥା ପୁଲିସ ପ୍ରଶାସନ କର୍ତ୍ତୃପକ୍ଷମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି।

ଓଡିଶା ବିଧାନସଭା ଝାରସୁଗୁଡା ଦୌପଦୀ ମୁର୍ମୁ ନଭେମ୍ବର ୨୦ ତାରିଖ
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.