Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ଓ ଛାତ୍ରଛାତ୍ରୀମାନଙ୍କର ସମସ୍ୟା ଦୂର କରିବା ପାଇଁ ଓଷ୍ଟାର ଦାବି
ଆଜିର ଖବର

ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ଓ ଛାତ୍ରଛାତ୍ରୀମାନଙ୍କର ସମସ୍ୟା ଦୂର କରିବା ପାଇଁ ଓଷ୍ଟାର ଦାବି

November 15, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଓଷ୍ଟାର ଦାବି
ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ଓ ଛାତ୍ରଛାତ୍ରୀମାନଙ୍କର ସମସ୍ୟା ଦୂର କରିବା ପାଇଁ ଓଷ୍ଟାର ଦାବି
ଭୁବନେଶ୍ୱର: ରାଜ୍ୟର ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ଓ ଛାତ୍ରଛାତ୍ରୀମାନେ ଅବହେଳିତ ଅବସ୍ଥାରେ ରହିଛନ୍ତି। ତେଣୁ ସରକାର ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ ମାନଙ୍କର ବିଭିନ୍ନ ସମସ୍ୟା ଗୁଡ଼ିକୁ ତୁରନ୍ତ ସମାଧାନ କରିବା ସହ ସମସ୍ତ ବିଦ୍ୟାଳୟରେ ଅଧ୍ୟୟନରତ କୋମଳମତି ଛାତ୍ରଛାତ୍ରୀମାନଙ୍କୁ ସମାନ ସୁବିଧା ସୁଯୋଗ ପ୍ରଦାନ କରିବା ପାଇଁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ର ସାଧାରଣ ସଂପାଦକ ରଞ୍ଜନ କୁମାର ଦାଶ ଏକ ପ୍ରେସ୍ ବିବୃତ୍ତି ମାଧ୍ୟମରେ ଜଣାଇଛନ୍ତି।
ସୂଚନାଥାଉକି, ରାଜ୍ୟରେ ଅନୁଦାନଯୋଗ୍ୟ ବିଦ୍ୟାଳୟରେ ପାଠ ପଢ଼ୁଥିବା ଛାତ୍ରଛାତ୍ରୀମାନେ ବହି, ପୋଷାକ, ମଧ୍ୟାହ୍ନଭୋଜନ, ସାଇକେଲ  ଆଦି କୌଣସି ସରକାରୀ ସୁବିଧା ପାଉ ନାହାଁନ୍ତି। ଏହି ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ବିନା ପାରିଶ୍ରମିକରେ ଅଭାବ ଅନାଟନରେ ରହି ଶିକ୍ଷାଦାନ କରୁଛନ୍ତି। ୩୦ ବର୍ଷରୁ ଊର୍ଦ୍ଧ୍ୱ କାଳ ନିରବଚ୍ଛିନ୍ନ ଭାବେ ସେବା ଯୋଗାଇ ଆସୁଥିଲେ ମଧ୍ୟ ଟଙ୍କାଟିଏ ଅନୁଦାନ ପାଆନ୍ତି ନାହିଁ। ସେମାନଙ୍କ ମଧ୍ୟରୁ କେତେକ ମୃତ୍ୟୁବରଣ କରିଛନ୍ତି ଓ କେତେକ ଶୂନ୍ୟ ହସ୍ତରେ ଅବସର ନେଉଛନ୍ତି। ତେଣୁ ସରକାର ଏହି ବର୍ଗର ବିଦ୍ୟାଳୟ ଗୁଡ଼ିକୁ ତୁରନ୍ତ ଅନୁଦାନ ପ୍ରଦାନର ବ୍ୟବସ୍ଥା କରନ୍ତୁ। ସେହିପରି ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟରେ ଅବସର ନେଇଥିବା ଓ ନେବାକୁଥିବା ଶିକ୍ଷକ ଓ କର୍ମଚାରୀମାନଙ୍କର ଚାକିରି ସର୍ତ୍ତାବଳୀ କିମ୍ବା ଅବସରକାଳୀନ ସୁବିଧା ସୁଯୋଗ ପ୍ରଦାନର କୌଣସି ବ୍ୟବସ୍ଥା ନାହିଁ । ଏହି ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ କର୍ମଚାରୀମାନଙ୍କ ମଧ୍ୟରୁ ପ୍ରାୟ ୫୬୦୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ଅବସର ନେଇଗଲେଣି।
ଅବସର ନେବା ପରଦିନ ଠାରୁ ସେମାନେ ଟଙ୍କାଟିଏ ପାଆନ୍ତି ନାହିଁ। ଅବସର ପରେ କେଉଁଠି ନା କେଉଁଠି ଦିନମଜୁରିଆ ଭାବେ ବା ଚାହା ଦୋକାନ କରି ନିଜର ଜୀବିକା ନିର୍ବାହ କରୁଛନ୍ତି। ଏହି ବର୍ଗର ବିଦ୍ୟାଳୟଗୁଡ଼ିକରୁ ଶିକ୍ଷକ ଅବସର ପରେ ନୂତନ ନିଯୁକ୍ତି କରାନଯିବା ଫଳରେ ବିଦ୍ୟାଳୟଗୁଡ଼ିକ ଶିକ୍ଷକ ଶୂନ୍ୟ ହେବାକୁ ବସିଲାଣି। ଏହି ବିଦ୍ୟାଳୟରେ ଅଧ୍ୟୟନରତ ଓବିସି, ଏସ୍‌ଇବିସ ଛାତ୍ରଛାତ୍ରୀମାନଙ୍କୁ ମଧ୍ୟ ସ୍କଲାରସିପ୍ ପ୍ରଦାନ କରାଯାଏ ନାହିଁ।
ସବୁଛାତ୍ରଛାତ୍ରୀ ମାନେ ମଧ୍ୟ ପୁସ୍ତକ ପାଆନ୍ତି ନାହିଁ। ପୂର୍ଣ୍ଣଅନୁଦାନ ପ୍ରାପ୍ତ ବିଦ୍ୟାଳୟରେ କାର୍ଯ୍ୟରତ ପ୍ରଧାନ ଶିକ୍ଷକମାନଙ୍କୁ ଉଚ୍ଚହାରରେ ଦରମା ପ୍ରଦାନ କରାଯାଉ ନାହିଁ। ସେହିପରି ରାଜ୍ୟରେ ଥିବା ସରକାରୀ ବିଦ୍ୟାଳୟ ମଧ୍ୟରୁ ପ୍ରାୟ ୨୪୦୦ ରୁ ଊର୍ଦ୍ଧ୍ୱ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ନାହାଁନ୍ତି। ତୁରନ୍ତ ଏହି ବିଦ୍ୟାଳୟଗୁଡ଼ିକରେ ପ୍ରଧାନଶିକ୍ଷକ ନିଯୁକ୍ତିର ବ୍ୟବସ୍ଥା କରାଯିବାପାଇଁ ସରକାରଙ୍କ ନିକଟରେ ବାରମ୍ବାର ଦାବି ହୋଇ ଆସୁଥିଲେ ମଧ୍ୟ ତାହା ଅଦ୍ୟାବଧି ପୂରଣ ହୋଇ ନାହିଁ।
ଅସମାହିତ ସମସ୍ୟା ମଧ୍ୟରେ ଅଛି ସମଗ୍ର ଓଡ଼ିଶାର ଅନୁଦାନରୁ ବଞ୍ଚିତ ଅନୁଦାନ ଯୋଗ୍ୟ ବିଦ୍ୟାଳୟକୁ ଅନୁଦାନ ପ୍ରଦାନ, ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟଗୁଡ଼ିକରୁ ଅବସର ନେଇଥିବା ଏବଂ ଅବସର ନେବାକୁ ଥିବା ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀଙ୍କୁ ଚାକିରି ସର୍ତ୍ତାବଳୀ ସହ ପେନସନ୍ ପ୍ରଦାନ, ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ  ୬ଟି ନୋସନାଲ୍ ଇନିକ୍ରିମେଣ୍ଟ ପ୍ରଦାନ ଓ ନୂତନ ପେନସନ୍ ସ୍କିମ୍ (ଏନ୍‌.ପି.ଏସ୍‌) ପରିବର୍ତ୍ତେ ପୂରାତନ ପେନସନ୍ ସ୍କିମ୍ (ଓ.ପି.ଏସ୍‌)ର ପୁନଃ ପ୍ରଚଳନ କରିବା, ସପ୍ତମ ବେତନରୁ ବଞ୍ଚିତ ଶିକ୍ଷକମାନଙ୍କୁ ସପ୍ତମ ବେତନ ପ୍ରଦାନ,  ନୂତନ ଓ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡ଼ିକୁ ସରକାରୀକରଣ, ଗ୍ରେଡ଼ପେ ରେ ଥିବା ଅସଙ୍ଗତି ଦୂରୀକରଣ, ୨ଟି ପିଅନ ଓ ୪୬, ୬୩ ବିଦ୍ୟାଳୟମାନଙ୍କୁ ୨୦୦୮ ପରିବର୍ତ୍ତେ ୨୦୦୪ରୁ ଆଣ୍ଟିଡେସନ ପ୍ରଦାନ, ହିନ୍ଦୀ, ସଂସ୍କୃତ ଶିକ୍ଷକମାନଙ୍କର ଯୋଗ୍ୟତା ଅନୁଯାୟୀ ଉପଯୁକ୍ତ ହାରରେ ଦରମା ପ୍ରଦାନ, ୪୮ ବର୍ଷରେ ପଦାର୍ପଣ କରି କୋର୍ଟର ନିର୍ଦ୍ଦେଶ ପାଇଥିବା ହିନ୍ଦୀ ଓ ସଂସ୍କୃତ ଶିକ୍ଷକମାନଙ୍କୁ ଟି.ଜି. ସ୍କେଲ ପ୍ରଦାନ, ଆଲେଜେଡ଼୍ ଓ ସେକ୍ସନ ଶିକ୍ଷକମାନଙ୍କୁ ରେଗୁଲାର କରିବା, ଆର.ଏ. ସ୍କିମ୍‌ର ପୁନଃ ପ୍ରଚଳନ କରିବା, ଶୂନ୍ୟପଡ଼ିଥିବା ଶିକ୍ଷକ ଓ ପ୍ରଧାନ ଶିକ୍ଷକ ପଦବୀ ପୂରଣ, କ୍ରୀଡ଼ା ଶିକ୍ଷକମାନଙ୍କୁ ବିଏ ବି.ପି.ଏଡ଼./ ବିଏ ସି.ପି.ଏଡ଼. ଭିତ୍ତିରେ ଉଚ୍ଚତର ଦରମା ପ୍ରଦାନ, ଅବସର ବୟସ ସୀମା ୬୦ରୁ ୬୨ ବର୍ଷ ବୃଦ୍ଧି କରିବା, ଅଫିସ୍ ସହାୟକ ମାନଙ୍କର ଯୋଗ୍ୟତା ଭିତ୍ତିକ ପଦୋନ୍ନତି, ଊର୍ଦ୍ଦୁ ଶିକ୍ଷକମାନଙ୍କୁ ଅନୁଦାନ ପ୍ରଦାନ ଇତ୍ୟାଦି ।
ଶିକ୍ଷକ ଓ ଶିକ୍ଷାକର୍ମଚାରୀ ମାନଙ୍କର ଏହିସବୁ ସମସ୍ୟାବଳୀଗୁଡ଼ିକର ସମାଧାନ ନିମନ୍ତେ ସରକାର ଦେଇଥିବା ପ୍ରତିଶ୍ରୁତିକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ପକ୍ଷରୁ ସଭାପତି ସର୍ବଶ୍ରୀ ଅକ୍ଷୟ କୁମାର ମିଶ୍ର, କାର୍ଯ୍ୟକାରୀ ସଭାପତି ନୀଳମଣି ପୁରୋହିତ, ସାଧାରଣ ସଂପାଦକ ରଞ୍ଜନ କୁମାର ଦାଶ, ଯୁଗ୍ମ ସାଧାରଣ ସଂପାଦକ ବ୍ରଜକିଶୋର ବିଶ୍ୱାଳ, କୋଷାଧ୍ୟକ୍ଷ ଅଶୋକ କୁମାର ମହାପାତ୍ର, ଶିକ୍ଷାପ୍ରଦୀପ ସଂପାଦକ ଶଙ୍କର କୁମାର ସୁବୁଦ୍ଧି ପ୍ରମୁଖ ସରକାରଙ୍କୁ ଜଣାଇବା ସହିତ ମାନ୍ୟବର ମୁଖ୍ୟମନ୍ତ୍ରୀ ଉପରୋକ୍ତ ସମସ୍ୟାଗୁଡ଼ିକୁ ସହୃଦୟତାର ସହ ବିଚାର କରି ତୁରନ୍ତ ସମାଧାନ କରିବା ପାଇଁ ଦୃଢ଼ ଦାବି କରିଛନ୍ତି। ଯଦି ଏହି ସବୁ ସମସ୍ୟାର ସମାଧାନ ନ ହୁଏ ତେବେ ଆଗାମୀ ଦିନରେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ସଂଗଠନ ତରଫରୁ ସରକାରଙ୍କୁ ଦୃଢ଼ ଚେତାବନୀ ଦିଆଯାଇଛି।
ଓଷ୍ଟାର ଦାବି ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଓ ଛାତ୍ରଛାତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ନାଗରିକଙ୍କୁ ସଶକ୍ତ କରିବା ସହ ଗୋପନୀୟତାକୁ ସୁରକ୍ଷା ଦେବା ଲାଗି ଡିପିଡିପି ନିୟମାବଳୀର ବିଜ୍ଞପ୍ତି ପ୍ରକାଶ

November 15, 2025

ଆଜି ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମବାର୍ଷିକୀରେ ପାଳନ ହେବ ଆଦିବାସୀ ଗୌରବ ଦିବସ

November 15, 2025

ଆଜି ନଭେମ୍ବର ୧୫ ତାରିଖ ଶନିବାରରେ ସାତୋଟି ରାଶି ପାଇଁ ରହିଛି ମଙ୍ଗଳମୟ, ଜାଣନ୍ତୁ ରାଶିଫଳ

November 15, 2025

ଆସନ୍ତାକାଲିଠାରୁ ୧୮ ଯାଏଁ ଓଡ଼ିଆର୍ଟରେ ଆନ୍ତର୍ଜାତୀୟ ଚିଲିକା ଶେଲଡକ ଲୋକ ସଂସ୍କୃତି ଉତ୍ସବ

November 14, 2025
Latest News

ନାଗରିକଙ୍କୁ ସଶକ୍ତ କରିବା ସହ ଗୋପନୀୟତାକୁ ସୁରକ୍ଷା ଦେବା ଲାଗି ଡିପିଡିପି ନିୟମାବଳୀର ବିଜ୍ଞପ୍ତି ପ୍ରକାଶ

November 15, 2025

ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ଓ ଛାତ୍ରଛାତ୍ରୀମାନଙ୍କର ସମସ୍ୟା ଦୂର କରିବା ପାଇଁ ଓଷ୍ଟାର ଦାବି

November 15, 2025

ଆଜି ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମବାର୍ଷିକୀରେ ପାଳନ ହେବ ଆଦିବାସୀ ଗୌରବ ଦିବସ

November 15, 2025

ଆଠଟି ରାଜ୍ୟର ଉପନିର୍ବାଚନ ଫଳାଫଳ ପ୍ରକାଶ: ଜାଣନ୍ତୁ କେଉଁଠି କିଏ ଜିତିଲା?

November 15, 2025

ଆଜି ନଭେମ୍ବର ୧୫ ତାରିଖ ଶନିବାରରେ ସାତୋଟି ରାଶି ପାଇଁ ରହିଛି ମଙ୍ଗଳମୟ, ଜାଣନ୍ତୁ ରାଶିଫଳ

November 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.