CM Mohan Ch Majhi meets JP Nadda
ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀରେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଉଭୟଙ୍କ ମଧ୍ୟରେ ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ଏବଂ ଭବିଷ୍ୟତର କାର୍ଯ୍ୟପନ୍ଥା ଉପରେ ବିସ୍ତୃତ ଭାବେ ଆଲୋଚନା ହୋଇଛି। ଶ୍ରୀ ନଡ୍ଡାଙ୍କ ଦୂରଦୃଷ୍ଟିସମ୍ପନ୍ନ ମାର୍ଗଦର୍ଶନ ରାଜ୍ୟ ସରକାରଙ୍କୁ ଅଧିକ ଉତ୍ସାହର ସହ କାର୍ଯ୍ୟ କରିବା ପାଇଁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


