Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିକ୍ଷକ ଓ ଶିକ୍ଷା କର୍ମଚାରୀ ମାନଙ୍କର ସମସ୍ୟା ସମାଧାନ କରନ୍ତୁ ସରକାର: ସମନ୍ୱୟ ସମିତି
ଆଜିର ଖବର

ଶିକ୍ଷକ ଓ ଶିକ୍ଷା କର୍ମଚାରୀ ମାନଙ୍କର ସମସ୍ୟା ସମାଧାନ କରନ୍ତୁ ସରକାର: ସମନ୍ୱୟ ସମିତି

November 27, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ସମନ୍ୱୟ ସମିତି
ପ୍ରତିଶ୍ରୁତି ଦେଇ କଥା ରଖିଲେନି ସରକାର: ସମନ୍ୱୟ ସମିତି
ଭୁବନେଶ୍ୱର: ସରକାର ପ୍ରଦାନ କରିଥିବା ପ୍ରତିଶ୍ରୁତି ଅନୁଯାୟୀ ତିରିଶ ବର୍ଷ ହେଲା ମାଗଣାରେ ଖଟୁଥିବା ଅନୁଦାନ ଯୋଗ୍ୟ ସ୍କୁଲ କଲେଜ ଗୁଡିକୁ ଅନୁଦାନ ପରିସରଭୁକ୍ତ କରିବା, ଅବସର ନେଇଥିବା ଓ ନେବାକୁ ଥିବା ଶିକ୍ଷକ ଓ ଶିକ୍ଷା କର୍ମଚାରୀ ମାନଙ୍କ ନିମନ୍ତେ, ପେନସନ୍ ଓ ଅବସରକାଳୀନ ସୁବିଧା ପ୍ରଦାନ ଏବଂ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷାକର୍ମଚାରୀଙ୍କ ପାଇଁ ଚାକିରି ସର୍ତ୍ତାବଳୀର ବ୍ୟବସ୍ଥା କରନ୍ତୁ ବୋଲି ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶ ଏକ ପ୍ରେସ୍ ବିବୃତ୍ତି ମାଧ୍ୟମରେ କହିଛନ୍ତି।
ସୂଚନାଥାଉକି, ସମଗ୍ର ଭାରତ ବର୍ଷରେ ଓଡ଼ିଶା ଏକମାତ୍ର ରାଜ୍ୟ ଯେଉଁଠି ଶିକ୍ଷକ ଶିକ୍ଷୟିତ୍ରୀମାନେ ତିରିଶରୁ ଚାଳିଶ ବର୍ଷ ଚାକିରି କରି  ଅନେକ ରାଷ୍ଟ୍ରନିର୍ମାତାମାନଙ୍କୁ ସୃଷ୍ଟିକରି ଅବସର ନେଲାବେଳେ ଶୂନ୍ୟହସ୍ତରେ ଘରକୁ ଯାଇଥାନ୍ତି। ଏମିତି ବ୍ୟବସ୍ଥା କୌଣସି ବିଭାଗରେ ନଥିବା ବେଳେ କେବଳ ନୂତନ ଅନୁଦାନପ୍ରାପ୍ତ ସ୍କୁଲ କଲେଜରେ କାର୍ଯ୍ୟ କରୁଥିବା ଶିକ୍ଷକ ଓ ଶିକ୍ଷା କର୍ମଚାରୀମାନଙ୍କ ପାଇଁ ଏହି ଅନ୍ୟାୟ ଓ ଅବିଚାର କରାଯାଇଛି। ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ଠିକା କର୍ମଚାରୀ, ଦୈନିକ କର୍ମଚାରୀ ମାସିକ କିଛିକିଛି ପ୍ରୋତ୍ସାହନ ରାଶି ପାଉଥିବା ବେଳେ ଅଣଅନୁଦାନ ପ୍ରାପ୍ତ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନେ କୌଣସି ଅର୍ଥରାଶି ପାଆନ୍ତି ନାହିଁ। ଏପରିକି ସେହି ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନେ କୌଣସି ସରକାରୀ ସୁବିଧା ଯଥା- ମାଗଣା ପୋଷକ, ବହି, ସାଇକେଲ, ମେଧାବୃତ୍ତି, ମଧ୍ୟାହ୍ନଭୋଜନ ପ୍ରଭୃତି ସରକାରୀ ସୁବିଧାରୁ ବଞ୍ଚିତ ହୋଇଥାନ୍ତି। ଓଡ଼ିଶାର ଜଣେ ଜଣେ ଭବିଷ୍ୟତ ନାଗରିକ ହିସାବରେ ସେମାନେ ନିଜର ହକ୍‌ରୁ ବଞ୍ଚିତ ହେଉଛନ୍ତି। ଏଣୁ ପୂର୍ବରୁ ଦୃଢ଼ ପ୍ରତିଶ୍ରୁତି ଦେଇଥିବା ବର୍ତ୍ତମାନର ମାନ୍ୟବର ମୁଖ୍ୟମନ୍ତ୍ରୀ ଏଥିରେ ହସ୍ତକ୍ଷେପ କରି ସମସ୍ତଙ୍କୁ ସମାନ ସୁବିଧା ସୁଯୋଗ ସୃଷ୍ଟି କରିବା ପାଇଁ ଆଗଭର ହେବା ଉଚିତ।
ପାଞ୍ଚ ହଜାରରୁ ଅଧିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ଇତିମଧ୍ୟରେ ରିକ୍ତ ହସ୍ତରେ ଅବସର ନେଇ ସାରିଛନ୍ତି। ସେମାନଙ୍କ ଅବସରକାଳୀନ ସମୟ କିପରି ଦୟନୀୟ ଅବସ୍ଥାରେ କଟୁଛି ତାହା ଅବର୍ଣ୍ଣନୀୟ। ରାଜ୍ୟରେ ଯେଉଁ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ଶିକ୍ଷାନୁଷ୍ଠାନଗୁଡ଼ିକ ଅଛି ସେଗୁଡ଼ିକୁ ସରକାରୀକରଣ କଲେ ସରକାରଙ୍କର ସେମିତି ବିଶେଷ କିଛି ଆର୍ଥିକ ବୋଝ ନେବାକୁ ପଡ଼ିବ ନାହିଁ। ଶିକ୍ଷକ କର୍ମଚାରୀ ମାନଙ୍କର ପ୍ରମୁଖ ଦାବିଗୁଡ଼ିକ ମଧ୍ୟରୁ ଯୋଗ୍ୟ ବିବେଚିତ ସମସ୍ତ ସ୍କୁଲ କଲେଜକୁ ତୁରନ୍ତ ଅନୁଦାନ ପ୍ରଦାନ, ରାଜ୍ୟର ସମସ୍ତ ନୂତନ ଅନୁଦାନ ପ୍ରାପ୍ତ ସ୍କୁଲ କଲେଜକୁ ଚାକିରି ସର୍ତ୍ତାବଳୀ ସହିତ ପେନ୍‌ସନ୍ ପ୍ରଦାନ କରିବା ଏବଂ ପୂର୍ଣ୍ଣ ଅନୁଦାନରୁ ବଞ୍ଚିତ ହୋଇଥିବା ବିଦ୍ୟାଳୟକୁ ପୂର୍ଣ୍ଣ ଅନୁଦାନ ପ୍ରଦାନ କରିବା, ନୂତନ ପେନସନ୍ ବ୍ୟବସ୍ଥାକୁ ବାତିଲ କରି ପୂର୍ବ ପ୍ରଚଳିତ ପୁରୁଣା ପେନସନ୍ ଲାଗୁ କରିବା, ଅବସର ବୟସସୀମା ୬୨ ବର୍ଷକୁ ବୃଦ୍ଧି କରିବା, ଗ୍ରେଡ଼ପେରେ ଥିବା ଅସଙ୍ଗତି ଦୂରକରିବା, ସପ୍ତମ ବେତନରୁ ବଞ୍ôଚତ ଶିକ୍ଷକମାନଙ୍କୁ ସପ୍ତମ ବେତନ ପ୍ରଦାନ, ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ ନୋସନାଲ୍ ଇନ୍‌କ୍ରିମେଣ୍ଟ ସହିତ ବରିଷ୍ଠତା ପ୍ରଦାନ କରିବା ଏବଂ ରାଜ୍ୟର ବେସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ କରଣ ଓ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ପାଇଁ ସମସ୍ତ ସରକାରୀ ସୁବିଧା ସୁଯୋଗ ଯୋଗାଇ ଦେବା ଇତ୍ୟାଦି। ଏହିସବୁ ଦାବି ପୂରଣ ନହେବା ଯୋଗୁଁ  ଶିକ୍ଷକମାନେ ବାଧ୍ୟ ହୋଇ ଆନ୍ଦୋଳନକୁ ଆସୁଛନ୍ତି। ସରକାର ବାରମ୍ବାର ପ୍ରତିଶ୍ରୁତି ଦେଇ ଆନ୍ଦୋଳନକୁ ବନ୍ଦ କରାଉଛନ୍ତି। ମାତ୍ର ଆନ୍ଦୋଳନ ବନ୍ଦ ହୋଇଗଲା ପରେ ସରକାର ସବୁ କଥା ଭୁଲି ଯାଉଛନ୍ତି।
ଦିନକୁ ଦିନ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଷୁଡ଼ିବାରେ ଲାଗିଛି। ଅଥଚ ସରକାରଙ୍କର ସେ ପ୍ରତି ଆଦୌ ଦୃଷ୍ଟି ନାହିଁ। ସରକାରଙ୍କ ଦୂରଦୃଷ୍ଟି ଅଭାବ ଯୋଗୁଁ ଓ ନୂତନ ନିଯୁକ୍ତି କରାଯାଉ ନଥିବାରୁ ସାଢେ ତିନି ହଜାର ମାଧ୍ୟମିକ ବିଦ୍ୟାଳୟ ସାଙ୍ଗକୁ ବହୁ ନିମ୍ନ ମାଧ୍ୟମିକ ବିଦ୍ୟାଳୟ, ସଂସ୍କୃତ ଟୋଲ ଓ ମଦ୍ରାସା ବିଦ୍ୟାଳୟ ବନ୍ଦ ହେବାକୁ ବସିଲାଣି। ଏକଥା ଲୋକେ ବୁଝିଲେଣି। ଶିକ୍ଷକମାନଙ୍କ ସମସ୍ୟାର ସମାଧାନ ନକଲେ ତାଙ୍କ ଅଞ୍ଚଳର ବିଦ୍ୟାଳୟ ବନ୍ଦ ହେବ। ଯଦି ସରକାର ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟାକୁ ସମାଧାନ ନକରନ୍ତି ତେବେ ସେମାନେ ପୁଣି ରାଜରାସ୍ତାକୁ ଓହ୍ଲାଇବେ ବୋଲି ସମନ୍ୱୟ ସମିତିର ନେତୃତ୍ୱ ସର୍ବଶ୍ରୀ ଆବାହକ ରଞ୍ଜନ କୁମାର ଦାଶ, ସଭାପତି ସୁକାନ୍ତ କୁମାର ବେହେରା, ଅକ୍ଷୟ କୁମାର ମିଶ୍ର, ବିକ୍ରମ କୁମାର ଦାସ, ପ୍ରମୋଦ କୁମାର ହୋତା, ହରେକୃଷ୍ଣ ପାଣିଗ୍ରାହୀ, ରଞ୍ଜନ କୁମାର ପଣ୍ଡା, ଏମ୍‌.ଏ.କାସିମ୍ ବେଗ୍‌, ପ୍ରଶାନ୍ତ କୁମାର ପତି, କଳିଙ୍ଗ କେଶରୀ ପ୍ରଧାନ, ସୁରେଶ ଚନ୍ଦ୍ର ଦାସ, ରାଜା ଓସିମ୍‌, ନୀଳମଣି ପୁରୋହିତ, ବ୍ରଜ କିଶୋର ବିଶ୍ୱାଳ, ଅଶୋକ କୁମାର ମହାପାତ୍ର, ଶଙ୍କର କୁମାର ସୁବୁଦ୍ଧି, ଗରୁଡ଼ ଚନ୍ଦ୍ର ସାହୁ, ରାଜଲକ୍ଷ୍ମୀ ବେହେରା, ଜୟନ୍ତୀ ବଳ, ମାଣିକେଶ୍ୱର ସ୍ୱାଇଁ, ରମାକାନ୍ତ ମହାପାତ୍ର, ପ୍ରଦୀପ କୁମାର ମଙ୍ଗରାଜ, ନବକୁମାର ପଣ୍ଡା ଏବଂ ମଧୁସୂଦନ ଦେ ପ୍ରମୁଖ ସରକାରଙ୍କୁ ଦୃଢ ଚେତାବନୀ ଦେଇଛନ୍ତି।
ସମନ୍ୱୟ ସମିତି
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026
Latest News

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.