Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ପହଁଞ୍ଚିଲେ ଶବ୍ଦର ଯାଦୁକର ଜାଭେଦ ଅଖତର
ଆଜିର ଖବର

ଭୁବନେଶ୍ବରରେ ପହଁଞ୍ଚିଲେ ଶବ୍ଦର ଯାଦୁକର ଜାଭେଦ ଅଖତର

November 29, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ପହଁଞ୍ଚିଲେ ଶବ୍ଦର ଯାଦୁକର ଜାଭେଦ ଅଖତର
ଭୁବନେଶ୍ବରରେ ପହଁଞ୍ଚିଲେ ଶବ୍ଦର ଯାଦୁକର ଜାଭେଦ ଅଖତର

ଭୁବନେଶ୍ଵର: ଭାରତୀୟ ଚଳଚ୍ଚିତ୍ର ଓ ସାହିତ୍ୟ କ୍ଷେତ୍ରର ଉଜ୍ୱଳ ତାରକା, ଶବ୍ଦର ଯାଦୁକର, ପ୍ରଖ୍ୟାତ କବି, ସଂଳାପ ଲେଖକ, ଗୀତିକାର ଓ ସମାଜ ଚିନ୍ତକ ପଦ୍ମ ଭୁଷଣ ଜାଭେଦ ଅଖତରଙ୍କୁ ତାଙ୍କର ଉଲ୍ଲେଖନୀୟ ଓ ଜୀବନବ୍ୟାପୀ ଅବଦାନ ନିମନ୍ତେ ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ସମ୍ବର୍ଦ୍ଧିତ କରାଯିବ।

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିସରରେ ଆଜି ଆୟୋଜିତ ହେବାକୁ ଥିବା ୨-ଦିନିଆ ତୃତୀୟ ସୋଆ ସାହିତ୍ୟ ଉତ୍ସବର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଏହି ପ୍ରଖ୍ୟାତ ସାହିତ୍ୟ ସାଧକଙ୍କୁ ସମ୍ମାନିତ କରାଯିବ। ସୋଆ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିଷ୍ଠିତ ସୋଆ ସାହିତ୍ୟ ସମ୍ମାନ ଦେଶରେ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖିଥିବା ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ପ୍ରଦାନ କରାଯିବ। ବିଶିଷ୍ଟ ଲେଖକ, କବି ଓ ଚିନ୍ତକ ଯେଉଁମାନଙ୍କର ଏହି କ୍ଷେତ୍ରରେ ଉତ୍କର୍ଷତା, ସୃଜନଶୀଳତା ଓ ବୌଦ୍ଧିକ ଗଭୀରତା ରହିଛି ସେମାନଙ୍କୁ ସମ୍ମାନିତ କରିବା ହିଁ ସୋଆ ସାହିତ୍ୟ ସମ୍ମାନର ବିନମ୍ର ଉଦ୍ଦେଶ୍ୟ।

ଏହି ସମ୍ମାନ ଗ୍ରହଣ କରିବା ନିମନ୍ତେ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱର ପହଂଚି ଛନ୍ତି ଜାଭେଦ ଅଖତର। ସମ୍ମାନ ଗ୍ରହଣ କରିବା ନେଇ ଜାଭେଦ ଅଖତର ନିଜେ ଏକ ଭିଡ଼ିଓ ବାର୍ତା ମାଧ୍ୟମରେ ସୂଚନା ଦେଇ ଥିଲେ।

ଅଖତର ଏକାଧାରରେ ଜଣେ ସଂଳାପ ଲେଖକ, ଗୀତିକାର, କବି ଏବଂ ଚିନ୍ତକ। ତାଙ୍କର ଲେଖନୀ ଆଧୁନିକ ଭାରତର ଭାବପ୍ରବଣ ଓ ସାଂସ୍କୃତିକ ଦୃଶ୍ୟପଟ୍ଟକୁ ସମୃଦ୍ଧ କରିଆସିଛି। ଜଣେ ଉଚ୍ଚକୋଟୀର ଗୀତିକାର ଭାବେ ତାଙ୍କର କୃତି ଭାରତୀୟ ସିନେମାକୁ ଆହୁରି ସମୃଦ୍ଧ କରିଛି।

ବିଶିଷ୍ଟ ଊର୍ଦ୍ଦୁ କବି ଓ ସଂଳାପ ଲେଖକ ଜାନ ନିସାର ଅଖତର ଏବଂ ଶିକ୍ଷୟତ୍ରୀ ଓ ଲେଖିକା ସାଫିଆ ଅଖତରଙ୍କ ସୁପୁତ୍ର ଜାଭେଦ ଅଖତରଙ୍କ ସାତ ପିଢ଼ି ସାହିତ୍ୟ ସାଧନାରେ ଜଡ଼ିତ ରହିଥିବାର ସୂଚନା ରହିଛି। ପାଂଚ ଥର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଏବଂ ୧୫ ଥର ଫିଲ୍ମଫେୟାର ପୁରସ୍କାରରେ ସମ୍ମାନିତ ଅଖତରଙ୍କୁ ୧୯୯୯ ମସିହାରେ ପଦ୍ମଶ୍ରୀ, ୨୦୦୭ରେ ପଦ୍ମ ଭୁଷଣ ଓ ୨୦୧୪ରେ ସାହିତ୍ୟ ଅକାଦେମୀ ସମ୍ମାନରେ ସମ୍ମାନିତ କରାଯାଇଛି। ତାଙ୍କର କବିତା ସଂକଳନ ‘ତର୍କଷ’ ଓ ‘ଲାଭା’ ଆଧୁନିକ ହିନ୍ଦୀ ସାହିତ୍ୟରେ ସର୍ବାଦୃତ ପୁସ୍ତକ ଭାବେ ପରିଗଣିତ ହେବା ସହ ବିଭିନ୍ନ ଭାରତୀୟ ଏବଂ ବିଦେଶୀ ଭାଷାରେ ମଧ୍ୟ ଅନୁବାଦ କରାଯାଇଛି। ଭାରତୀୟ ସିନେମାର ଶବ୍ଦର ଯାଦୁକର ଭାବେ ପରିଚିତ ଜାଭେଦ ଅଖତରଙ୍କ ସାହିତ୍ୟ କୃତି ଯୁବପିଢ଼ିଙ୍କୁ ଉତ୍ସାହ ପ୍ରଦାନ କରି ଆସିଛି।

ସୋଆ ପରିଚାଳିତ ସେଂଟର ଫର ପ୍ରିଜରଭେସନ୍‌, ପ୍ରୋପାଗେସନ୍ ଆଣ୍ଡ ରେଷ୍ଟୋରେସନ୍ ଅଫ୍ ଏନ୍‌ସିଏଂଟ କଲ୍‌ଚର ଆଣ୍ଡ ହେରିଟେଜ ଅଫ୍ ଇଣ୍ଡିଆ (ପ୍ରାଚୀନ) ପକ୍ଷରୁ ଆସନ୍ତା ନଭେମ୍ବର ୨୯ ଓ ୩୦ ଦୁଇ ଦିନ ଧରି ଏହି ସାହିତ୍ୟ ଉତ୍ସବ ଆୟୋଜିତ ହେବାର କାର୍ଯ୍ୟକ୍ରମ ରହିଛି। ଚଳିତ ବର୍ଷର ପ୍ରସଙ୍ଗ ହେଉଛି ‘କଲ୍‌ଚର, କ୍ରିଏଟିଭିଟି ଆଣ୍ଡ ଆର୍ଟିଫିସିଆଲ୍ ଇନ୍‌ଟେଲିଜେନ୍ସ’ ଅର୍ଥାତ ସଂସ୍କୃତି, ସର୍ଜନଶୀଳତା ଓ କୃତ୍ରିମ ବୁଦ୍ଧିମତା।

ଚଳିତ ବର୍ଷର ସାହିତ୍ୟ ଉତ୍ସବରେ ଦେଶର କୋଣ ଅନୁକୋଣରୁ ପ୍ରାୟ ୧୦୦ ରୁ ଊର୍ଦ୍ଧ୍ୱ ବିଶିଷ୍ଟ ଲେଖକ, କବି, ଚିତ୍ରକାର, ଔପନ୍ୟାସିକ, ଅନୁବାଦକ, ପ୍ରକାଶକ, ଚିନ୍ତକ, ନାଟକ ଏବଂ ଗଣମାଧ୍ୟମ ଜଗତର ବିଶିଷ୍ଟ ବ୍ୟକ୍ତି ବିଶେଷ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବା ବେଳେ ଦୁଇ ଦିନିଆ ଏହି ଉତ୍ସବରେ ୩୦ଟି ବିଭିନ୍ନ ଅଧିବେଶନ ରଖାଯାଇଛି।

ଜାଭେଦ ଅଖତର ଭାରତୀୟ ଚଳଚ୍ଚିତ୍ର ଭୁବନେଶ୍ବର ଶବ୍ଦର ଯାଦୁକର ଶିକ୍ଷା ଓ ଅନୁସନ୍ଧାନ ସୋଆ ସାହିତ୍ୟ ସମ୍ମାନ ୨୦୨୫
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ୟେକ ସୀମାଞ୍ଚଳ ଗ୍ରାମକୁ ‘ଭାରତର ପ୍ରଥମ ଗ୍ରାମ’ ଭାବେ ପରିଭାଷିତ କରିବାର ନିଷ୍ପତ୍ତି

February 21, 2026

ନିଲ୍ କାତ୍ୟାଲ୍ କିଏ, ଯାହାଙ୍କ ଯୁକ୍ତି ଆମେରିକାର ସୁପ୍ରିମକୋର୍ଟରେ ଶୁଳ୍କ ପ୍ରସଙ୍ଗରେ ଟ୍ରମ୍ପଙ୍କୁଦେଲା ଝଟକା?

February 21, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026
Latest News

ପ୍ରତ୍ୟେକ ସୀମାଞ୍ଚଳ ଗ୍ରାମକୁ ‘ଭାରତର ପ୍ରଥମ ଗ୍ରାମ’ ଭାବେ ପରିଭାଷିତ କରିବାର ନିଷ୍ପତ୍ତି

February 21, 2026

ନିଲ୍ କାତ୍ୟାଲ୍ କିଏ, ଯାହାଙ୍କ ଯୁକ୍ତି ଆମେରିକାର ସୁପ୍ରିମକୋର୍ଟରେ ଶୁଳ୍କ ପ୍ରସଙ୍ଗରେ ଟ୍ରମ୍ପଙ୍କୁଦେଲା ଝଟକା?

February 21, 2026

ଏଆଇ ଇମ୍ପାକ୍ସ ସମ୍ମିଳନୀ ଅବସରରେ ଭାରତ ସଂକ୍ରାନ୍ତରେ ବିଶ୍ୱର ବୈଷୟିକ ନେତୃତ୍ୱଙ୍କ ମତ

February 21, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.