Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପ୍ 2025ର ଓଡ଼ିଶା ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପ୍ 2025ର ଓଡ଼ିଶା ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

December 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମହିଳା ଦୃଷ୍ଟିବାଧିତ
ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପ୍ 2025ର ଓଡ଼ିଶା ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଶ୍ରୀଲଙ୍କାର କଲମ୍ବୋ ଠାରେ ଆୟୋଜିତ ପ୍ରଥମ ଦୃଷ୍ଟିହୀନ ମହିଳା T20 ବିଶ୍ୱକପ୍ ରେ ଭାରତୀୟ ମହିଳା ଦୃଷ୍ଟିବାଧିତ କ୍ରିକେଟ୍ ଦଳ ଏକ ରୋମାଞ୍ଚକର ଫାଇନାଲରେ ନେପାଳକୁ ପରାସ୍ତ କରି ଇତିହାସ ସୃଷ୍ଟି କରିଛି।

ଏହି ବିଶ୍ଵକପ ଦଳରେ ଓଡ଼ିଶାରୁ ୪ ଜଣ- ବାଲେଶ୍ୱରର ଫୁଲ ସୋରେନ, ମୟୂରଭଞ୍ଜର ପାର୍ବତୀ ମାର୍ଣ୍ଡି, ଯମୁନାରାଣୀ ଟୁଡୁ ଏବଂ ବାସନ୍ତୀ ହାଁସଦା ପ୍ରତିନିଧିତ୍ବ କରିଥିଲେ। ଆଜି ସେଠାରୁ ଫେରିବା ପରେ, ବିଶ୍ୱ ଚାମ୍ପିଅନମାନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଜ ବାସଭବନ ଠାରେ ଅଭିନନ୍ଦନ ଜଣାଇବା ସହିତ ସମ୍ବର୍ଦ୍ଧିତ କରିଥିଲେ । ଏଥି ସହିତ ପ୍ରତ୍ୟେକ ଖେଳାଳୀଙ୍କୁ ମୁଖ୍ୟମନ୍ତ୍ରୀ, ପୁରସ୍କାର ସ୍ୱରୂପ ୧୧ ଲକ୍ଷ ଟଙ୍କା ଲେଖାଏଁ ଅର୍ଥ ରାଶି ଚେକ୍ ଆକାରରେ ପ୍ରଦାନ କରିଥିଲେ।

ମୁଖ୍ୟମନ୍ତ୍ରୀ ଖେଳାଳୀମାନଙ୍କର ଦୃଢ଼ ନିଷ୍ଠା ଓ ଉଲ୍ଲେଖନୀୟ ପ୍ରଦର୍ଶନକୁ ପ୍ରଶଂସା କରି ନିଜର ନିଷ୍ଠା ଓ ଅଧ୍ୟବସାୟ ବଳରେ ଖେଳରେ ଉତ୍କର୍ଷ ପ୍ରଦର୍ଶନ କରି ଆପଣମାନେ, ଦେଶ ଓ ରାଜ୍ୟ ପାଇଁ ଯଶ ଆଣିଛନ୍ତି ବୋଲି କହିଥିଲେ। ପ୍ରତ୍ୟେକ ଓଡିଆଙ୍କ ପାଇଁ ଆପଣମାନେ ପ୍ରେରଣା ହୋଇଛନ୍ତି ବୋଲି ମତ ଦେଇ ଆତ୍ମବିଶ୍ୱାସର ସହ ଏହି ବିଜୟ ଯାତ୍ରା ଜାରି ରଖିବାକୁ ସେ ଖେଳାଳୀମାନଙ୍କୁ ଉପଦେଶ ଦେଇଥିଲେ।

ଏହି ଅବସରରେ କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, କ୍ରୀଡା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସଚିନ ରାମଚନ୍ଦ୍ର ଜାଧବ, ନିର୍ଦ୍ଦେଶକ ଡକ୍ଟର ୟେଦୁଲା ବିଜୟ, ଦଳର କୋଚ ଶ୍ରୀ ଦେବାଶିଷ ଜେନା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Mohan Majhi ମହିଳା ଦୃଷ୍ଟିବାଧିତ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦି ଏବଂ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର

December 22, 2025

ଏୟାର ଇଣ୍ଡିଆରେ ଯାନ୍ତ୍ରିକ ତ୍ରୁଟି ମାମଲା: ବିସ୍ତୃତ ରିପୋର୍ଟ ମାଗିଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ

December 22, 2025

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ସୁକମାରେ ନକ୍ସଲ ଅସ୍ତ୍ରଶସ୍ତ୍ର କାରଖାନା ଧ୍ୱଂସ

December 22, 2025

୨୦୨୩ ବିଶ୍ୱକପ୍ ପରେ ସଂପୂର୍ଣ୍ଣ ଭାଙ୍ଗି ପଡ଼ିଥିଲେ ରୋହିତ ଶର୍ମା: ବହୁତ ବଡ଼ ନିଷ୍ପତ୍ତି ନେବାକୁ କରୁଥିଲେ ବିଚାର

December 22, 2025
Latest News

ପ୍ରଧାନମନ୍ତ୍ରୀ ମୋଦି ଏବଂ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର

December 22, 2025

ଏୟାର ଇଣ୍ଡିଆରେ ଯାନ୍ତ୍ରିକ ତ୍ରୁଟି ମାମଲା: ବିସ୍ତୃତ ରିପୋର୍ଟ ମାଗିଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ

December 22, 2025

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ସୁକମାରେ ନକ୍ସଲ ଅସ୍ତ୍ରଶସ୍ତ୍ର କାରଖାନା ଧ୍ୱଂସ

December 22, 2025

ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗର ତୁରନ୍ତ ପୁନର୍ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ

December 22, 2025

୨୦୨୩ ବିଶ୍ୱକପ୍ ପରେ ସଂପୂର୍ଣ୍ଣ ଭାଙ୍ଗି ପଡ଼ିଥିଲେ ରୋହିତ ଶର୍ମା: ବହୁତ ବଡ଼ ନିଷ୍ପତ୍ତି ନେବାକୁ କରୁଥିଲେ ବିଚାର

December 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.