କେଉଁଝର: ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେଉଁଝର ଘଟଗାଁ ମା ତାରିଣୀ ପିଠରେ ପହଞ୍ଚିଛନ୍ତି। ସେଠାରେ ସେ ମା ତାରିଣୀଙ୍କ ପିଠର ବିକାଶ ପାଇଁ ବହୁ ପ୍ରକଳ୍ପର ଘୋଷଣା ତଥା ଉଦଘାଟନ କରିବେ। ମୁଖ୍ୟମନ୍ତ୍ରୀ ସେଠାରେ ପହଞ୍ଚିବା ପରେ ତାଙ୍କୁ ବିରାଟ ଶୋଭାଯାତ୍ରାରେ ମା ତାରିଣୀ ପିଠକୁ ନିଆଯାଇଥିଲା। ଏଥିରେ ଆଇନ, ପୁର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ, ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖ ସାମିଲ ହୋଇଥିଲେ।
ଆଜି ମୁଖ୍ୟମନ୍ତ୍ରୀ ପାଖାପାଖି ୬୦ ଏକର ପରିମିତ ଜମି ଉପରେ ମା’ତାରିଣୀ ମନ୍ଦିରର ସର୍ବାଙ୍ଗୀନ ବିକାଶ ମୂଳଦୁଆ ରଖିବେ। ଏହି ପ୍ରକଳ୍ପ ସମହୂରେ ୩୧୨ କୋଟିରୁ ଉର୍ଦ୍ଧ୍ଵ ଟଙ୍କା ଖର୍ଚ୍ଚ ପାଇଁ ଖୋଦ୍ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଅନୁମୋଦନ ଦିଆଯାଇ ସାରିଛି । ଯାତ୍ରୀମାନଙ୍କ ସୁବିଧାକୁ ଧ୍ୟାନରେ ରଖି ୨୧୬ ଶଯ୍ୟା ବିଶିଷ୍ଟ ଯାତ୍ରୀ ନିବାସ, ୫୦୦ ଲୋକଙ୍କ ଏକ ସଙ୍ଗେ ପ୍ରସାଦ ସେବନ ପାଇଁ ସୁବନ୍ଦୋବସ୍ତ, ନଡ଼ିଆ ଗୋଦାମ ସହିତ ମା’ତାରିଣୀ ମନ୍ଦିର ସମ୍ବଦ୍ଧିତ ଏକ ସୁନ୍ଦର ଵ୍ୟାଖ୍ୟାନ କେନ୍ଦ୍ର ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ମୁଖ୍ୟମନ୍ତ୍ରୀ ନିଜେ ବ୍ୟକ୍ତିଗତ ତତ୍ୱାବଧାନ ସହ ଯୋଜନା କରିଛନ୍ତି।


