Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିସେମ୍ବର ୧୦ ରାଜଧାନୀର ଗାନ୍ଧିମାର୍ଗରେ ବିଶାଳ ଶିକ୍ଷକ ସମାବେଶ: ସମନ୍ୱୟ ସମିତି
ଆଜିର ଖବର

ଡିସେମ୍ବର ୧୦ ରାଜଧାନୀର ଗାନ୍ଧିମାର୍ଗରେ ବିଶାଳ ଶିକ୍ଷକ ସମାବେଶ: ସମନ୍ୱୟ ସମିତି

December 7, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ତେଜିଲା ଶିକ୍ଷକ ଆନ୍ଦୋଳନ: ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା
ତେଜିଲା ଶିକ୍ଷକ ଆନ୍ଦୋଳନ: ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା

ଭୁବନେଶ୍ୱର: ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ଆହ୍ୱାନରେ ଡିସେମ୍ବର ୧୦ ତାରିଖରେ ହଜାର ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ ରାଜଧାନୀର ରାଜରାସ୍ତାରେ ଏକ ବିଶାଳ ଶିକ୍ଷକ ସମାବେଶ ସଂଗଠିତ କରିବାକୁ ଯାଉଛନ୍ତିି ବୋଲି ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶ ପ୍ରେସ୍‌ମିଟ୍ ଜରିଆରେ ଗଣମାଧ୍ୟମକୁ ଜଣାଇଛନ୍ତି। ସମସ୍ତ ଅନୁଦାନ ଯୋଗ୍ୟ ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ତୁରନ୍ତ ଅନୁଦାନ ପ୍ରଦାନ କରିବା ଏବଂ ଅବସର ନେଉଥିବା ଓ ନେଇଥିବା ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କୁ ପେନସନ୍‌, ଅବସରକାଳୀନ ସୁବିଧା, ଚାକିରି ସର୍ତ୍ତାବଳୀ ପ୍ରଦାନ, ଅବସର ବୟସ ସୀମା ୬୦ରୁ ୬୨ ବର୍ଷକୁ ବୃଦ୍ଧି ଆଦି ଦାବି ପୂରଣ ନିମନ୍ତେ ସରକାର ପ୍ରତିଶ୍ରୁତି ଦେଇ ସମସ୍ୟାର ସମାଧାନ ନକରିବା ପ୍ରତିବାଦରେ ଏ ମହାସମାବେଶ ଅନୁଷ୍ଠିତ ହେଉଛି ବୋଲି ସମନ୍ୱୟ ସମିତି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଥାଉକି, ଗତ ଆନ୍ଦୋଳନ ସମୟରେ ଶିକ୍ଷକ ନେତୃତ୍ୱ ଓ ସରକାରଙ୍କ ସହିତ ହୋଇଥିବା ଆଲୋଚନାରେ ସମସ୍ୟା ସମାଧାନ ନିମନ୍ତେ ସରକାର ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାହା ପାଳନ ନକରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଇତିମଧ୍ୟରେ ଅନେକ ଥର ସରକାରଙ୍କ ସହ ସାକ୍ଷାତ ଆଲୋଚନା ହୋଇଛି ଓ ବାରମ୍ବାର ପ୍ରତିଶ୍ରୁତି ମିଳିଛି। ଅଦ୍ୟାବଧି ସରକାର ସମସ୍ୟା ସମାଧାନ କରିବା ପାଇଁ ତିନୋଟି କମିଟି ଯଥା- ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି, ପଲିଟିକାଲ କମିଟି, ସଚିବସ୍ତରୀୟ କମିଟି ଗଠନ କରିସାରିଛନ୍ତି। ମାତ୍ର ସମସ୍ୟା ସମାଧାନକୁ ବିଳମ୍ବ କରିବା ଲକ୍ଷ୍ୟରେ ସରକାର ଆଉ ଏକ କମିଟି ଗଠନ କରି ଛଅ ମାସ ଭିତରେ ଏ ସମସ୍ୟା ସମାଧାନ କରିବେ ବେଲି ପବିତ୍ର ବିଧାନସଭା ଗୃହରେ ଘୋଷଣା କରିଛନ୍ତି। ତୁରନ୍ତ ଏହି ଉଚ୍ଚସ୍ତରୀୟ କମିଟି ବସି ଛଅମାସ ପରିବର୍ତ୍ତେ ଯଥାଶିଘ୍ର ସମସ୍ତ ବର୍ଗର ଶିକ୍ଷକମାନଙ୍କର ସମସ୍ୟା ସମାଧାନ କରନ୍ତୁ ବୋଲି ସମନ୍ୱୟ ସମିତି ପକ୍ଷରୁ କୁହାଯାଇଛି।

ଆସନ୍ତା ଡିସେମ୍ବର ୧୦ ତାରିଖରେ ହଜାର ହଜାର ଶିକ୍ଷକ ଓ ଶିକ୍ଷା କର୍ମଚାରୀ କଂଗ୍ରେସଭବନ ସମ୍ମୁଖରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଲୋୟର ପି.ଏମ୍‌.ଜି. ଅଭିମୁଖେ ଅଗ୍ରସର ହେବେ। ବିଧାନସଭା ସମ୍ମୁଖସ୍ଥ ଗାନ୍ଧିମାର୍ଗରେ ସଭା ଅନୁଷ୍ଠିତ ହେବା ସହିତ ଅହୋରାତ୍ର ଧାରଣା ଜାରି ରହିବ।

ଡିସେମ୍ବର ୧୦ ତାରିଖ ବିଶାଳ ଶିକ୍ଷକ ସମାବେଶ ରାଜଧାନୀର ଗାନ୍ଧିମାର୍ଗ ସମନ୍ୱୟ ସମିତି
Share. Facebook Twitter LinkedIn Email WhatsApp Copy Link

Related Posts

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026
Latest News

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.