Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାରେ 4ହଜାର କୋଟିରୁ ଅଧିକ ବ୍ୟୟରେ 2ଟି ସେମିକଣ୍ଡକ୍ଟର ନିର୍ମାଣ ୟୁନିଟ୍ ଖୋଲିବ: କେନ୍ଦ୍ର ମନ୍ତ୍ରୀ
ଆଜିର ଖବର

ଓଡ଼ିଶାରେ 4ହଜାର କୋଟିରୁ ଅଧିକ ବ୍ୟୟରେ 2ଟି ସେମିକଣ୍ଡକ୍ଟର ନିର୍ମାଣ ୟୁନିଟ୍ ଖୋଲିବ: କେନ୍ଦ୍ର ମନ୍ତ୍ରୀ

December 12, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ର ମନ୍ତ୍ରୀ
ଓଡ଼ିଶା ପାଇଁ ରେଳବାଇ ସମ୍ପର୍କରେ ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କ ପ୍ରଶ୍ନ: ଉତ୍ତର ଦେଲେ ରେଳମନ୍ତ୍ରୀ

ନୂଆଦିଲ୍ଲୀ: ଓଡ଼ିଶାରେ ଇଲେକ୍ଟ୍ରୋନିକ୍ସ, ଆଇଟି, ସେମିକଣ୍ଡକ୍ଟର, ଡିଜିଟାଲ ଭିତ୍ତିଭୂମି କ୍ଷେତ୍ରର ବିକାଶ ପାଇଁ କେନ୍ଦ୍ର ସରକାର ଏକାଧିକ ପଦକ୍ଷେପ ଗ୍ରହଣ କରିଥିବା କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି। ରାଜ୍ୟସଭାରେ ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ 4 ହଜାର 9 କୋଟି ଟଙ୍କାରୁ ଅଧିକ ବ୍ୟୟରେ ଦୁଇଟି ସେମିକଣ୍ଡକ୍ଟର ନିର୍ମାଣ ୟୁନିଟ୍ ଖୋଲିବାକୁ ମଞ୍ଜୁରି ମିଳିଛି। ଏହି କାରଖାନାରୁ ଉତ୍ପାଦିତ ଚିପ୍ ଗୁଡ଼ିକ ଅଟୋମୋବାଇଲ, ଏରୋସ୍ପେସ୍, ପ୍ରତିରକ୍ଷା, ୱେରଲେସ୍ ଉପକରଣ, ବୈଦ୍ୟୁତିକ ବାହନ, ଡାଟା ସେଣ୍ଟର, ଇଲେକ୍ଟ୍ରୋନିକ୍ସ ଉପକରଣ ଆଦିରେ ବ୍ୟବହୃତ ହେବ। ଏହାଛଡ଼ା ଚିପ୍ ଟୁ ଷ୍ଟାର୍ଟଅପ୍ କାର୍ଯ୍ୟକ୍ରମ ଅଧୀନରେ କେନ୍ଦ୍ର ସରକାର ଓଡ଼ିଶାର 11ଟି ବିଶ୍ୱବିଦ୍ୟାଳୟକୁ ମାଗଣା ଡିଜାଇନ୍ ଟୁଲ୍ ଯୋଗାଇ ଦେଇଛନ୍ତି।

ଶ୍ରୀ ବୈଷ୍ଣବଙ୍କ ସୂଚନା ଅନୁଯାୟୀ, ଭୁବନେଶ୍ୱରରେ ଏକ ନୂଆ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ପ୍ରତିଷ୍ଠାକୁ କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି। 200 କୋଟି ଟଙ୍କା ବ୍ୟୟରେ ନିର୍ମାଣାଧୀନ ଏହି କ୍ଲଷ୍ଟର 1530 କୋଟି ଟଙ୍କାର ପୁଞ୍ଜିନିବେଶ ଆକୃଷ୍ଟ କରିବା ସହିତ 3 ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ଇଲେକ୍ଟ୍ରୋନିକ୍ସ କ୍ଷେତ୍ରରେ ଏବେ ସୁଦ୍ଧା 398 କୋଟି ଟଙ୍କା ନିବେଶ କରାଯାଇଥିବା ବେଳେ 572ରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି। ଡିଜିଟାଲ ଦକ୍ଷତା ବିକାଶ ଲାଗି ଜାତୀୟ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ପ୍ରତିଷ୍ଠାନ (ଏନଆଇଇଏଲଆଇଟି) ଓଡ଼ିଶାରେ ଦୁଇଟି କେନ୍ଦ୍ର ସ୍ଥାପନ କରିବା ସହିତ 35ଟି କେନ୍ଦ୍ରକୁ ମାନ୍ୟତା ପ୍ରଦାନ କରିଛି। ଏସବୁ କେନ୍ଦ୍ର କଟକ, ଭୁବନେଶ୍ୱର, ସମ୍ବଲପୁର, ବାଲେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଅବସ୍ଥିତ। ବର୍ତ୍ତମାନସୁଦ୍ଧା ଏହି କେନ୍ଦ୍ରଗୁଡ଼ିକ ଜରିଆରେ ପ୍ରାୟ 25 ହଜାର ପ୍ରାର୍ଥୀ ତାଲିମ ଗ୍ରହଣ କରିଛନ୍ତି।

ଓଡ଼ିଶାରେ ଉଦ୍ୟୋଗ ବିକାଶ ଲାଗି ସଫ୍ଟୱେର ଟେକ୍ନୋଲୋଜି ପାର୍କ ଅଫ୍ ଇଣ୍ଡିଆ ଦ୍ୱାରା ଇଲେକ୍ଟ୍ରୋପ୍ରନର୍ ପାର୍କ ସ୍ଥାପନ କରାଯାଇଛି। ଟ୍ରିପଲ୍ ଆଇଟି ଭୁବନେଶ୍ୱର ଏବଂ ଇଣ୍ଡିଆନ୍ ଇଲେକ୍ଟ୍ରୋନିକ୍ସ ଆଣ୍ଡ ସେମି କଣ୍ଡକ୍ଟର ଆସୋସିଏସନ ସହଭାଗିତାରେ ଏହାକୁ ବିକଶିତ କରାଯାଇଛି। ଏହାର ଉଦ୍ଦେଶ୍ୟ ହେଉଛି ଇଲେକ୍ଟ୍ରୋନିକ୍ସ ସିଷ୍ଟମ ଡିଜାଇନ୍ ଏବଂ ଉତ୍ପାଦନକୁ ପ୍ରୋତ୍ସାହନ ଦେବା। ବର୍ତ୍ତମାନ ସୁଦ୍ଧା ଏଥିରେ 37ଟି ଷ୍ଟାର୍ଟଅପ୍ ସାମିଲ ହୋଇଛନ୍ତି। ସେହିପରି ଓଡ଼ିଶା ସରକାର, ବିପିୟୁଟି, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ ଏବଂ ଆଇଆଇଟି ଭୁବନେଶ୍ୱର ସହଭାଗିତାରେ ଉଦ୍ୟମିତା ପାଇଁ ଇଏମ୍ ଟେକ୍ ସେଣ୍ଟର୍ ସ୍ଥାପନ ବିକଶିତ କରାଯାଇଛି। ଏହା ଅଧୀନରେ 29ଟି ଷ୍ଟାର୍ଟଅପ୍ ସାମିଲ୍ ହୋଇଛନ୍ତି। ଏହାବ୍ୟତୀତ ଓଡ଼ିଶା ସରକାରଙ୍କ ସହଭାଗିତାରେ ଭର୍ଚୁଆଲ ଏବଂ ଏକ୍ସଟେଣ୍ଡେଡ୍ ରିୟଲିଟି ଉଦ୍ୟମିତା କେନ୍ଦ୍ର ସ୍ଥାପନ କରାଯାଇଛି ଯାହାର ଉଦ୍ଦେଶ୍ୟ ହେଉଛି ସୃଜନଶୀଳ ପ୍ରଯୁକ୍ତି କ୍ଷେତ୍ରରେ ଷ୍ଟାର୍ଟଅପ୍ ଇକୋସିଷ୍ଟମକୁ ପ୍ରୋତ୍ସାହନ ଦେବା। ଏବେ ସୁଦ୍ଧା ଏଥିରେ 25ଟି ଷ୍ଟାର୍ଟଅପ୍ ସାମିଲ ହୋଇଛନ୍ତି।

ଅନ୍ୟପକ୍ଷରେ କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ଗତ 11 ବର୍ଷ ମଧ୍ୟରେ ଓଡ଼ିଶାରେ ଦୂରସଞ୍ଚାର ସଂଯୋଗ ଉଲ୍ଲେଖନୀୟ ଭାବେ ବିସ୍ତାରିତ ହୋଇଛି । ମାର୍ଚ୍ଚ 2014 ବେଳକୁ ରାଜ୍ୟରେ 16,416ଟି ବେସ୍‌ ଟ୍ରାନ୍ସିଭର୍‌ ଷ୍ଟେସନ (ବିଟିଏସ) ଥିବା ବେଳେ 2025 ନଭେମ୍ବର ସୁଦ୍ଧା ଏହା 1,03,740କୁ ବୃଦ୍ଧି ପାଇଛି । ମାର୍ଚ୍ଚ 2014ରେ ଓଡ଼ିଶାର ଇଣ୍ଟରନେଟ୍‌ ଉପଭୋକ୍ତାଙ୍କ ସଂଖ୍ୟା 27.9 ଲକ୍ଷ ଥିବା ବେଳେ ସେପ୍ଟେମ୍ବର 2025 ସୁଦ୍ଧା ଏମାନଙ୍କ ସଂଖ୍ୟା 2.8 କୋଟିରେ ପହଞ୍ଚିଛି।

ଏହାବ୍ୟତୀତ 4,965ଟି ଗାଁକୁ ପ୍ରସାରିତ 3,389ଟି ଅତରିକ୍ତ ଫୋର୍‌ ଜି ସାଇଟ୍‌ କୁ ସରକାର କାର୍ଯ୍ୟକ୍ଷମ କରିଛନ୍ତି। ଭାରତ ନେଟ୍‌ କାର୍ଯ୍ୟକ୍ରମ ଅଧୀନରେ 6,785 ଗାଁକୁ ଦୂରସଞ୍ଚାର ଓ ଇଣ୍ଟରନେଟ୍‌ ସେବା ପହଞ୍ଚିଛି ବୋଲି ଶ୍ରୀ ବୈଷ୍ଣବ କହିଛନ୍ତି ।

ଅଶ୍ୱିନୀ ବୈଷ୍ଣବ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ କେନ୍ଦ୍ର ସରକାର ଚିପ୍ ଟୁ ଷ୍ଟାର୍ଟଅପ୍ କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026
Latest News

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.