ଭଦ୍ରକ: ଭଦ୍ରକ ଜିଲ୍ଲା ଧାମନଗର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନା ସମେତ ୧୦ କୋଟିରୁ ଅଧିକ ମୂଲ୍ୟର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି କ୍ରୀଡାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ। ଏଥି ସହିତ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନା, ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ବହୁ ହିତାଧିକାରୀଙ୍କୁ ସେ କାର୍ଡ ବିତରଣ କରିଥିଲେ। ସରକାରଙ୍କ ଜନ କଲ୍ୟାଣ ଯୋଜନା ଗ୍ରାମାଞ୍ଚଳ ଠାରୁ ଆରମ୍ଭ କରି ସହରବାସୀଙ୍କ ପାଖରେ ପହଞ୍ଚାଇବାକୁ ଡବଲ ଇଞ୍ଜିନ ସରକାର ସବୁବେଳେ ଲକ୍ଷ୍ୟ ରଖିଛି ବୋଲି ସେ କହିଛନ୍ତି।


