Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ଥାନାରେ ଅଟକ ଥିବା ଅଭିଯୁକ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
ଆଜିର ଖବର

ବାଣପୁର ଥାନାରେ ଅଟକ ଥିବା ଅଭିଯୁକ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

December 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ଥାନା
ବାଣପୁର ଥାନାରେ ଅଟକ ଥିବା ଅଭିଯୁକ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଚୋରା ମଦ ବିକ୍ରି ଅଭିଯୋଗରେ ପୋଲିସ ଦ୍ୱାରା ଅଟକ ଥିବା ଜଣେ ଅଭିଯୁକ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାପଡିଛି।

ବାଣପୁର ପୋଲିସ ସୂଚନା ମୁତାବକ ସ୍ଥାନୀୟ ଦାଶରଥୀପୁର ଗ୍ରାମ (ପୋଡ଼ାସାହି) ରେ ବିପୁଳ ପରିମାଣରେ ଚୋରା ମଦ ବିକ୍ରି ହେଉଥିବା ବାରମ୍ବାର ଅଭିଯୋଗ ହୋଇଆସୁଥିଲା। ଏହି ପରିପ୍ରେକ୍ଷୀରେ ଗତକାଲି ସଂନ୍ଧ୍ୟାରେ ଉକ୍ତ ଅଞ୍ଚଳରେ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଦାଶରଥୀପୁର ଗ୍ରାମର ଛବିନ୍ଦ୍ର ନାୟକଙ୍କୁ ଦେଶୀ ମଦ ସହ ଅଟକ ରଖିଥିଲା।

ତେବେ ଆଜି ସକାଳେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ପୋଲିସ ବାଣପୁର ମେଡିକାଲକୁ ନେଇଥିଲେ। କିନ୍ତୁ ଡାକ୍ତର ତାଙ୍କୁ ବାଣପୁରରୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରିଥିଲେ। ତେବେ କ୍ୟାପିଟାଲ ହସ୍ପିଟାଲ ପହଂଚିଲାବେଳକୁ ଡାକ୍ତର ସେଠାରେ ଛବିନ୍ଦ୍ରଙ୍କୁ ମୃତ ଘୋଷଣା କରିଥିଲେ।

ଖବର ପାଇ କ୍ୟାପିଟାଲ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁକରି ମୃତ ଛବିନ୍ଦ୍ରଙ୍କ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଦେଇଛି। ତେବେ ମୃତ ଛବିନ୍ଦ୍ରଙ୍କ ପୁର୍ବରୁ ଏକାଧିକ ରୋଗ ଥିଲା ବୋଲି ସାଧାରଣରେ ଆଲୋଚନା ହେଉଛି।

ଅପରପକ୍ଷେ ମୃତ ଛବିନ୍ଦ୍ରଙ୍କ ସ୍ତ୍ରୀ ଗଣମାଧ୍ୟମ ସମ୍ମୁଖରେ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି।  ଉକ୍ତ ଘଟଣାକୁ ଦୃଷ୍ଟିରେ ବାଣପୁର ଥାନାର ସୁରକ୍ଷା ବଢ଼ାଇଦିଆଯାଇଛି।

Banpur Police Bnapur ବାଣପୁର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026
Latest News

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.