ରଣପୁର: ଶନିବାର ଦିନ ରଣପୁର ବ୍ଲକର ୩୪ ଜଣ ୩୪ ଜଣ ଶିକ୍ଷକ ଶିକ୍ଷ୍ୟୟତ୍ରୀଙ୍କୁ ସମନ୍ୱୟ ଶିକ୍ଷକ ସଙ୍ଘ ଦ୍ୱାରା ସେବା ନିବୃତ୍ତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶାର ବାଚସ୍ପତି ସୁରମା ପାଢ଼ୀ ଯୋଗ ଦେଇ ଶିକ୍ଷକତା କ୍ଷେତ୍ରରୁ ଅବସର ନେଇଥିବା ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଉପଢକନ, ପୁଷ୍ପଗୁଛ ଓ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଓଡିଶା ପ୍ରାଥମିକ ଶିକ୍ଷକ ସଙ୍ଘ ମହାସଚିବ ଜ୍ୟୋତି ରଞ୍ଜନ ଦାଶ, ସମନ୍ୱୟ ଶିକ୍ଷକ ସଂଘର କାର୍ଯ୍ୟକାରୀ ସଭାପତି ଅନିଲ କୁମାର ପାଇକରାୟ, ସମ୍ପାଦକ ଜ୍ୟୋତି ରଞ୍ଜନ କର, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରିଣୀ ଲକ୍ଷ୍ମୀ ଦେଇ, ପ୍ରାଥମିକ ଶିକ୍ଷକ ସଙ୍ଘର ସଭାପତି ବିଶ୍ୱଜିତ ମହାପାତ୍ର , ବ୍ଲକଗ୍ରାଣ୍ଟ ଶିକ୍ଷକ ସଙ୍ଘ ସଭାପତି ସ୍ମୃତି ରଂଜନ ଦାଶ ଓ ପବିତ୍ର ମୋହନ ସାମନ୍ତରାୟ ପ୍ରମୁଖ ମଂଚାସୀନ ଥିଲେ। ବିଭିନ୍ନ କର୍ମକର୍ତ୍ତା ଓ ଶିକ୍ଷକ ଶିକ୍ଷୟତ୍ରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


