Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ବିଜେପିର ପ୍ରତିନିଧି ଦଳ
ଆଜିର ଖବର

କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ବିଜେପିର ପ୍ରତିନିଧି ଦଳ

December 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ବିଜେପିର ପ୍ରତିନିଧି ଦଳ
କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ବିଜେପିର ପ୍ରତିନିଧି ଦଳ

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଓଡ଼ିଶାର ସାଂସଦ, ବିଧାୟକ ତଥା ବିଜେପିର ଏକ ପ୍ରତିନିଧି ଦଳ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଭେଟିଛନ୍ତି। ଓଡ଼ିଶାର ଚାଷୀଙ୍କ ସ୍ୱାର୍ଥ ଦୃଷ୍ଟିରେ ଉଷୁନା ଚାଉଳ ଉଠାଣ ପରିମାଣ ୨୦ ଲକ୍ଷ ମେଟ୍ରିକ ଟନରୁ ବଢାଇ ୨୫ ଲକ୍ଷ ମେଟ୍ରିକ ଟନ କରିବା ପାଇଁ ଅନୁରୋଧ କରିଛନ୍ତି।

ଏ ସମ୍ପର୍କିତ ଏକ ପତ୍ର ବିଭାଗୀୟ ମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି, ଯେଉଁଥିରେ ଉଲ୍ଲେଖ ରହିଛି ୨୦୨୪-୨୫ ବର୍ଷ ପାଇଁ ଖରିଫ ଓ ରବି ଋତୁ ପାଇଁ ଓଡ଼ିଶାର ଧାନ ସଂଗ୍ରହ ପରିମାଣକୁ ୫୦ ଲକ୍ଷ ମେଟ୍ରିକ ଟନରୁ ୫୮ ଲକ୍ଷ ମେଟ୍ରିକ ଟନ ବୃଦ୍ଧି କରାଯାଇଛି। ଏଥିପାଇଁ ସେ କୃତଜ୍ଞତା ଜ୍ଞାପନ କରିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ ଏହି ଧାନ ସଂଗ୍ରହ ପରିମାଣ ବୃଦ୍ଧି ରାଜ୍ୟର ଚାଷୀ ସମାଜର ଆତ୍ମବିଶ୍ୱାସକୁ ବଢାଇବା ସହ ସୁରୁଖୁରୁରେ ସଂଗ୍ରହ କାର୍ଯ୍ୟକୁ ସୁନିଶ୍ଚିତ କରିଛି।

ତେବେ ଓଡ଼ିଶାରେ ବିଶେଷ ଭାବରେ ଉଷୁନା ଚାଉଳ ଅଧିକ ଉତ୍ପାଦନ ହେଉଥିବା ବେଳେ ୨୦୨୫-୨୬ ଖରିଫ ଋତୁ ପାଇଁ ସଂଗ୍ରହ କାର୍ଯ୍ୟ ଆରମ୍ଭ ହୋଇଯାଇଥିବାରୁ ଉଷୁନା ଚାଉଳର ତୁରନ୍ତ ଉଠାଣ ନିତ୍ୟାନ୍ତ ଜରୁରୀ। ଏହି ପରିପ୍ରେକ୍ଷୀରେ, କେନ୍ଦ୍ରୀୟ ପୁଲ ଅଧୀନରେ ଉଭୟ ଖରିଫ ଓ ରବି ଋତୁ ପାଇଁ ଓଡ଼ିଶାର ଉଷୁନା ଚାଉଳ ଉଠାଣ ପରିମାଣକୁ ବର୍ତ୍ତମାନର ୨୦ ଲକ୍ଷ ମେଟ୍ରିକ୍ ଟନକୁ ବଢାଇ ୨୫ ଲକ୍ଷ ମେଟ୍ରିକ୍ ଟନ କରିବା ପାଇଁ ଅନୁରୋଧ କରିଛନ୍ତି। ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ) ଦ୍ୱାରା ବଳକା ଥିବା ଏହି ଉଷୁନା ଚାଉଳର ଶୀଘ୍ର ଉଠାଣ ହେଲେ  ଓଡ଼ିଶାର ଚାଷୀମାନେ ବିଶେଷ ଭାବରେ ଲାଭବାନ ହେବେ ଏବଂ ଜାତୀୟ ଖାଦ୍ୟ ନିରାପତ୍ତା ବ୍ୟବସ୍ଥା ଆହୁରି ମଜବୁତ୍ ହେବ।

ଉଷୁନା ଚାଉଳ ଓଡିଶା ବିଜେପି କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ପିଏମ ସୂର୍ଯ୍ୟ ଘର: ୭.୭ ଲକ୍ଷରୁ ଅଧିକ ପରିବାରକୁ ଶୂନ୍ୟ ବିଦ୍ୟୁତ୍ ବିଲ୍ ପ୍ରଦାନ

December 16, 2025

ରାଜ୍ୟ ବିଦ୍ୟାଳୟ ସମୂହ ନେଟବଲ ପ୍ରତିଯୋଗିତା ଉଦଘାଟିତ

December 16, 2025

ମୁସଲିମ ମହିଳା ଡାକ୍ତରଙ୍କ ହିଜାବ କାଢିବା ମାମଲା: ନୀତିଶ କୁମାରଙ୍କ ଉପରେ ବିବୃତ୍ତି ଦେଲା ପାକିସ୍ତାନ

December 16, 2025

ମେସି ଇଭେଣ୍ଟରେ ବିଶୃଙ୍ଖଳା ପରେ ଇସ୍ତଫା ଦେଲେ ବଙ୍ଗଳାର କ୍ରୀଡା ମନ୍ତ୍ରୀ: ମମତା ବାନାର୍ଜୀଙ୍କୁ ଲେଖିଲେ ଚିଠି

December 16, 2025
Latest News

କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ବିଜେପିର ପ୍ରତିନିଧି ଦଳ

December 16, 2025

ପିଏମ ସୂର୍ଯ୍ୟ ଘର: ୭.୭ ଲକ୍ଷରୁ ଅଧିକ ପରିବାରକୁ ଶୂନ୍ୟ ବିଦ୍ୟୁତ୍ ବିଲ୍ ପ୍ରଦାନ

December 16, 2025

ରାଜ୍ୟ ବିଦ୍ୟାଳୟ ସମୂହ ନେଟବଲ ପ୍ରତିଯୋଗିତା ଉଦଘାଟିତ

December 16, 2025

ମୁସଲିମ ମହିଳା ଡାକ୍ତରଙ୍କ ହିଜାବ କାଢିବା ମାମଲା: ନୀତିଶ କୁମାରଙ୍କ ଉପରେ ବିବୃତ୍ତି ଦେଲା ପାକିସ୍ତାନ

December 16, 2025

ଭୁବନେଶ୍ବରରେ ନାବାଳିକା ଦୁଷ୍କର୍ମ ଘଟଣା ନେଇ ରାଜନୀତି, ନବୀନଙ୍କୁ କାଉଣ୍ଟର କଲେ ପ୍ରଭାତି

December 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.