Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ ସ୍କୁଲ ଅଫ୍ ହୋଟେଲ ମ୍ୟାନେଜମେଂଟରେ କେକ୍ ମିକ୍ସିଙ୍ଗ୍ ଉତ୍ସବ ଆୟୋଜିତ
ଆଜିର ଖବର

ସୋଆ ସ୍କୁଲ ଅଫ୍ ହୋଟେଲ ମ୍ୟାନେଜମେଂଟରେ କେକ୍ ମିକ୍ସିଙ୍ଗ୍ ଉତ୍ସବ ଆୟୋଜିତ

December 18, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସୋଆ ସ୍କୁଲ ଅଫ୍ ହୋଟେଲ ମ୍ୟାନେଜମେଂଟ
ସୋଆ ସ୍କୁଲ ଅଫ୍ ହୋଟେଲ ମ୍ୟାନେଜମେଂଟରେ କେକ୍ ମିକ୍ସିଙ୍ଗ୍ ଉତ୍ସବ ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟରେ ବଡ଼ ଦିନ ପରିପ୍ରେକ୍ଷୀରେ ନିକଟରେ ଏକ କେକ୍ ମିକ୍ସିଙ୍ଗ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ସୋଆର ବୋର୍ଡ ଅଫ୍ ଡାଇରେକ୍ଟର ଡିଷ୍ଟିଙ୍ଗୁଇସ୍‌ଡ ସଦସ୍ୟା ଉପାସନା ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। କେକ୍ ମିକ୍ସିଙ୍ଗ ଉତ୍ସବରେ ସାମିଲ ହେବା ସହ ଏଭଳି ଏକ ଆନନ୍ଦଦାୟକ କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସକାରାତ୍ମକ ମନୋଭାବ ସୃଷ୍ଟି କରିବ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ସିକ୍କିମ୍‌ର ମେକ ଅପ୍ ଆର୍ଟିଷ୍ଟ ଏଥେନ୍ ସୈଲେଶ ପ୍ରଧାନ ଯୋଗ ଦେଇ ଏହି କେକ୍ ମିକ୍ସିଙ୍ଗ ପ୍ରସ୍ତୁତି ଆରମ୍ଭର ମୁଖ୍ୟ ଉଦ୍ଦେଶ୍ୟ ବିଷୟରେ ଆଲୋକପାତ କରିଥିଲେ।

୧୭୦୦ ଶତାବ୍ଦୀରେ ୟୁରୋପରେ ଏହି ପାରମ୍ପରିକ କେକ୍ ମିକ୍ସିଙ୍ଗ ପ୍ରସ୍ତୁତି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ଏହାକୁ ଏକ ଶୁଭ ସମୟ ଓ ଆନନ୍ଦର ବାର୍ତାବହ ବୋଲି କୁହାଯାଇଥାଏ। ଏହି ସମୟରେ ଅଧିକ ପରିମାଣର ଫଳ ଏବଂ ବାଦାମ ଜାତୀୟ ଫସଲ ଉତ୍ପାଦନ ହେଉଥିବାରୁ କେକ୍ ପ୍ରସ୍ତୁତ କରିବା ସହଜ ହୋଇଥାଏ ବୋଲି ସେ କହିଥିଲେ।

ଏହି ପାରମ୍ପରିକ ବଡ଼ଦିନ କେକ୍ ବା ବଡ଼ଦିନ ପୁଡିଙ୍ଗ୍‌ରେ ଅନେକ ପରିମାଣର ଡ୍ରାଏ ଫ୍ରୁଟ, ଅଣ୍ଡା ଏବଂ ମଇଦା ବ୍ୟବହାର କରାଯାଇଥାଏ। ଅନେକ କେକ୍‌ରେ ଡ୍ରାଏ ଫ୍ରୁଟ୍‌୍‌, ଚେରି, ଫ୍ରୁଟି, କାନ୍‌ବେରୀ, ଖଜୁରୀ ଓ ବିଭିନ୍ନ ପାନୀୟ ବ୍ୟବହୃତ ହୋଇଥାଏ। ଏହି ପରମ୍ପରାକୁ ବଜାୟ ରଖିବା ନିମନ୍ତେ ଏସ୍‌ଏଚ୍‌ଏମ୍‌ର ଛାତ୍ରଛାତ୍ରୀମାନେ ଏହି ଉତ୍ସବକୁ ପାଳନ କରିଥିଲେ।

ଏହି ଅବସରରେ ସୋଆର ଉପକୁଳପତି ପ୍ରଫେସର ଅନୁପ କୁମାର ସାମନ୍ତରାୟ, ଦ କ୍ରାଉନ୍ ଆଇଏଚ୍‌ସିଏଲ୍ ସିଲେକ୍ସନ ହୋଟେଲ୍‌ର ଫୁଡ ଆଣ୍ଡ ବେଭେରେଜ୍ ମ୍ୟାନେଜର ଲିପନ୍ ପାତ୍ର, ଆମ୍ବେଦକର କଲେଜର ଅଧ୍ୟକ୍ଷ  ରାଜେନ୍ଦ୍ର କୁମାର ନାୟକ, କ୍ରିିଷ୍ଣା ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଂଟ ସାଇନସେସ୍‌ର ପ୍ରଫେସର (ଡକ୍ଟର) ସ୍ୱର୍ଣ୍ଣଲତା ମିଶ୍ର, ରାଜଧାନୀ ମହାବିଦ୍ୟାଳୟର ଆସିଷ୍ଟାଂଟ ପ୍ରଫେସର ସ୍ମୃତି ରେଖା ସାହୁ, ପଟିଆ କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ତ୍ରିଲୋଚନ ରଥ ଏବଂ ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି ଉପସ୍ଥିତ ଥିଲେ।

ଏସ୍‌ଏଚ୍‌ଏମ୍‌ର ବିଏଚ୍‌ଏମ୍ ସିଟିର ଦ୍ୱିତୀୟ ବର୍ଷର ଛାତ୍ର ଶୁଭମ୍ ମହାନ୍ତି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଏସ୍‌ଏଚ୍‌ଏମ୍‌ର ଫ୍ୟାକଲ୍ଟି ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ।

କେକ୍ ମିକ୍ସିଙ୍ଗ୍ ଉତ୍ସବ ଶିକ୍ଷା ଓ ଅନୁସନ୍ଧାନ ସୋଆ ସ୍କୁଲ ଅଫ୍ ହୋଟେଲ ମ୍ୟାନେଜମେଂଟ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.