Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚଳିତ ଖରିଫ ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟା ଜାରି
ଆଜିର ଖବର

ଚଳିତ ଖରିଫ ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟା ଜାରି

December 19, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
Paddy
88% of Paddy Procured in Ganjam District

ଭୁବନେଶ୍ଵର: ରାଜ୍ୟରେ ଚଳିତ ଖରିଫ ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ବର୍ତ୍ତମାନ ସୁଦ୍ଧା ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ରେ ଧାନ ସଂଗ୍ରହ ଜାରି ରହଛି। ପର୍ଯ୍ୟାୟକ୍ରମେ ସ୍ଥାନୀୟ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ବିଭିନ୍ନ ଜିଲ୍ଲାରେ ଧାନ ସଂଗ୍ରହ କରାଯିବ। ବର୍ତ୍ତମାନ ସୁଦ୍ଧା ଏହି ଜିଲ୍ଲା ଗୁଡ଼ିକରୁ ୪୯,୦୫୧ ଜଣ ଚାଷୀଙ୍କଠାରୁ ଦୁଇ ଲକ୍ଷ ୨୪ ହଜାର ୭୦୪ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ କରାଯାଇଛି। ଚଳିତ ବର୍ଷ ଗତବର୍ଷ ତୁଳନାରେ ଆଜି ସୁଦ୍ଧା ସମ୍ବଲପୁରରେ ଅଧିକ ଚାଷୀଙ୍କଠାରୁ ଧାନ ସଂଗ୍ରହ କରାଯାଇଛି।

ଆଜିସୁଦ୍ଧା ୧୮ ହଜାର ୮୯୧ ଜଣ ଚାଷୀଙ୍କଠାରୁ ଧାନ ସଂଗ୍ରହ କରାଯାଇଥିବାବେଳେ ଗତବର୍ଷ ଏହିଦିନ ସୁଦ୍ଧା ୧୪ ହଜାର ୮୯୬ ଜଣ ଚାଷୀଙ୍କଠାରୁ ଧାନ ସଂଗ୍ରହ କରାଯାଇଥିଲା। ଗତବର୍ଷ ସମ୍ବଲପୁରରେ ୨୫ ନଭେମ୍ବରରେ ଧାନକିଣା ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଚଳିତବର୍ଷ ଡିସେମ୍ବର ୨ ତାରିଖରେ ଜିଲ୍ଲାରେ ଧାନସଂଗ୍ରହ ଆରମ୍ଭ ହୋଇଛି । ଚଳିତ ଖରିଫ ଋତୁରେ ସମସ୍ତ ଚାଷୀ ମାନଙ୍କୁ ଧାନ କିଣା ପ୍ରକ୍ରିୟାରେ ସାମିଲ କରିବା ପାଇଁ ବିହିତ ପଦକ୍ଷେପ ଗ୍ରହଣ କରାଯାଇଛି। ଏଥିପାଇଁ ପଞ୍ଜିକରଣ ଅବଧି ବୃଦ୍ଧି ସହ ଅଧିକ ଚାଷ ଜମି ଅଞ୍ଚଳକୁ ସର୍ଭେ ଅନ୍ତର୍ଭୁକ୍ତ କରାଯାଇଛି । ସମସ୍ତ ଜିଲ୍ଲାରେ ସାଟେଲାଇଟ ମାଧ୍ୟମରେ ସଠିକ ଚାଷ ଜମି ଚିହ୍ନଟ ପ୍ରକ୍ରିୟା ଶେଷ ହୋଇଛି। ଏତଦବ୍ୟତୀତ ସର୍ବନିମ୍ନ ସହାୟତା ମୂଲ୍ୟ ଓ ଇନପୁଟ ସହାୟତା ରାଶି ମଧ୍ୟ ସରକାରୀ ସ୍ତରରେ ଧାନ ବିକିବା ପାଇଁ ପ୍ରୋତ୍ସାହିତ କରିଥିବା ଲକ୍ଷ୍ୟ କରାଯାଇଛି।

ପ୍ରତ୍ୟେକ ଯୋଗ୍ୟ ଚାଷୀମାନଙ୍କୁ ଧାର୍ଯ୍ୟ ସମୟ ମଧ୍ୟରେ ଟୋକନ୍ ପ୍ରଦାନ କରାଯାଇ ଧାନ ସଂଗ୍ରହ କରାଯାଉଛି। ଯଦି କୌଣସି ଅଭିଯୋଗ ଥାଏ ତେବେ ଚାଷୀମାନେ ସଂପୃକ୍ତ ମଣ୍ଡିରେ କିମ୍ବା ଜିଲ୍ଲା ପ୍ରଶାସନ ନିକଟରେ ଅଭିଯୋଗ କରିପାରିବେ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ଟୋଲ୍ ଫି୍ର ନମ୍ବର -୧୯୬୭ ମାଧ୍ୟମରେ ମଧ୍ୟ ନିଜର ଅଭିଯୋଗ ଦାଖଲ କରିପାରିବେ। ସେମାନଙ୍କ ଅଭିଯୋଗ ଉପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ସରକାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଧାନ ସଂଗ୍ରହ ନେଇ ଅନ୍ୟ କୌଣସି ବ୍ୟକ୍ତିବିଶେଷ କିମ୍ବା ଗୁଜବକାରୀଙ୍କ କଥା ନ ଶୁଣିବା ପାଇଁ ଯୋଗ୍ୟ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି।

ଧାନ ବିକ୍ରୟ କରିବାର ୪୮ ଘଣ୍ଟା ମଧ୍ୟରେ ସଂପୃକ୍ତ ଚାଷୀଙ୍କ ଆକାଉଣ୍ଟକୁ ଏହି ଅର୍ଥରାଶି ପ୍ରଦାନ କରାଯାଉଛି। ଏଥିପାଇଁ ସମୁଚିତ ପଦକ୍ଷେପ ଗ୍ରହଣ କରାଯିବା ସହ ଚାଷୀମାନଙ୍କୁ ଆଧାର ସଂଯୁକ୍ତ ଇ-କେୱାଇସି ଭିତ୍ତିକ ଦେୟ ପ୍ରଦାନର ବ୍ୟବସ୍ଥା ଗ୍ରହଣ କରାଯାଇଛି।

Odisha Kharif paddy Picks Up Pace
Share. Facebook Twitter LinkedIn Email WhatsApp Copy Link

Related Posts

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026
Latest News

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.