Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ ସୋଆ: ସୋଆ ଉପସଭାପତି
ଆଜିର ଖବର

ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ ସୋଆ: ସୋଆ ଉପସଭାପତି

December 20, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସୋଆ ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ: ସୋଆ ଉପସଭାପତି
ସୋଆ ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ: ସୋଆ ଉପସଭାପତି

ଭୁବନେଶ୍ୱର: ଛାତ୍ରଛାତ୍ରୀମାନେ ଶୈକ୍ଷିକ ଦାୟିତ୍ୱ ଓ ଶୃଙ୍ଖଳା ପ୍ରତି ଅଧିକ ଧ୍ୟାନ ଦେବା ଆବଶ୍ୟକ ଯାହାଦ୍ୱାରା କି ବିଶ୍ୱବିଦ୍ୟାଳୟର ସମ୍ମାନ ଊର୍ଦ୍ଧ୍ୱକୁ ଯିବ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ଉପସଭାପତି ଶାଶ୍ୱତୀ ଦାସ।
ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨, ଫୁଲନଖରାର ପ୍ରଥମ ବାର୍ଷିକ ଉତ୍ସବ ‘ଏନିଗ୍‌ମା ୨୦୨୫’ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରୀମତି ଦାସ କହିଛନ୍ତି ଯେ, ର‌୍ୟାଗିଂ ଏକ ଧର୍ତବ୍ୟ ଅପରାଧ। ଏଭଳି ଅପରାଧିକ କାର୍ଯ୍ୟକଳାପକୁ କେବେ ବି ବରଦାସ୍ତ କରାଯିବା ଉଚିତ୍ ନୁହେଁ। ଆମ ଶିକ୍ଷାନୁଷ୍ଠାନ ଏଭଳି ଅପରାଧିକ କାର୍ଯ୍ୟକଳାପକୁ କେବେ ବି ସମର୍ଥନ କରେ ନାହିଁ ବୋଲି ଶ୍ରୀମତି ଦାସ କହିଛନ୍ତି।

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ କ୍ୟାମ୍ପସ-୨ ଭଳି ନୂତନ ମେଡିକାଲ୍ କଲେଜର ଶୈକ୍ଷିକ ଯାତ୍ରା ବେଶ ସୁଦୃଢ଼ ହେବ ବୋଲି ଆଶା ବ୍ୟକ୍ତ କରିବା ସହ କାର୍ଯ୍ୟକ୍ରମ ଅବସରରେ ଛାତ୍ରଛାତ୍ରୀ, ହସ୍ପିଟାଲ୍ ଡିନ୍‌, ମେଡିକାଲ୍ ସୁପରିଟେଣ୍ଡେଂଟ ଏବଂ ଫ୍ୟାକଲ୍ଟି ମେମ୍ବରମାନଙ୍କୁ ସୋଆ ଉପସଭାପତି ଶୁଭେଚ୍ଛା ଜଣାଇଛନ୍ତି।

ଦୁଇ ଦିନ ଧରି ଆୟୋଜିତ ହେଉଥିବା ଏହି ବାର୍ଷିକ ଉତ୍ସବର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ହସ୍ପିଟାଲ୍‌ର ଡିନ୍ ପ୍ରଫେସର (ଡାକ୍ତର) ଅରକ୍ଷିତ ସ୍ୱାଇଁ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ୨୦୨୪ ଏବଂ ୨୦୨୫ ବ୍ୟାଚ୍‌ର ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିବା ସୂଚନା ଦେଇଥିଲେ।

ଏହି ଅବସରରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ସୋଆ ଛାତ୍ରଛାତ୍ରୀମାନଙ୍କ ଦକ୍ଷତାକୁ ଉଚ୍ଚ ପ୍ରଶଂସା କରିବା ସହ ବିଶ୍ୱବିଦ୍ୟାଳୟ ଏପରି ଏକ ସ୍ଥାନ ଯେଉଁଠାରେ ଛାତ୍ରଛାତ୍ରୀମାନଙ୍କ ସର୍ବାଙ୍ଗୀନ ଉନ୍ନତି ଉପରେ ବିଶେଷ ଧ୍ୟାନ ଦିଆଯାଇଥାଏ ବୋଲି ମତ ରଖିଥିଲେ।

କାର୍ଯ୍ୟକ୍ରମରେ ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ -୧ର ପୂର୍ବତନ ଡିନ୍ ପ୍ରଫେସର ଗଙ୍ଗାଧର ସାହୁ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଶୃଙ୍ଖଳିତ ହେବା ଦିଗରେ ଗୁରୁତ୍ୱାରୋପ କରିଥିଲେ।

କାର୍ଯ୍ୟକ୍ରମରେ ସୋଆ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନିଜ ବକ୍ତବ୍ୟରେ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।

ଏହି ଅବସରରେ ମେଡିକାଲ କଲେଜର କୃତି ଛାତ୍ରଛାତ୍ରୀଙ୍କୁ ସୋଆ ଉପସଭାପତି ପୁରସ୍କୃତ କରିଥିଲେ। ଦୁଇ ଦିନ ଧରି ଆୟୋଜିତ ହେବାକୁ ଥିବା ଏହି ଉତ୍ସବରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଛି।

ଏନିଗ୍‌ମା ୨୦୨୫ ଶାଶ୍ୱତୀ ଦାସ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.