Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟସ୍ତରୀୟ ସର୍ଗି ଫୁଲ୍ ମହୋତ୍ସବ ୨୦୨୫ ଉଦଯାପିତ
ଆଜିର ଖବର

ରାଜ୍ୟସ୍ତରୀୟ ସର୍ଗି ଫୁଲ୍ ମହୋତ୍ସବ ୨୦୨୫ ଉଦଯାପିତ

December 21, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
State-Level Sargi Phul Festival 2025 Concludes
State-Level Sargi Phul Festival 2025 Concludes

ଭୁବନେଶ୍ଵର: ଉଦଯାପିତ ହୋଇଯାଇଛି ରାଜ୍ୟସ୍ତରୀୟ ସର୍ଗି ଫୁଲ୍ ମହୋତ୍ସବ ୨୦୨୫। ଏହି ଅବସରରେ ମାନ୍ୟବର ମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ, ପଛୁଆବର୍ଗ କଲ୍ୟାଣ ବିଭାଗ, ସାମାଜିକ କଲ୍ୟାଣ ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧିତ କରିଛନ୍ତି। ଉଦଯାପନୀ କାର୍ଯ୍ୟକ୍ରମରେ ବିଭାଗୀୟ ଆୟୁକ୍ତ ତଥା ଶାସନ ସଚିବ ବି. ପରମେଶ୍ବରନ୍, ଅନୁସୂଚିତ ଜାତି ନିର୍ଦ୍ଦେଶକ ଲକ୍ଷ୍ମଣ ମଲ୍ଲିକ, ଓବିସି ନିର୍ଦ୍ଦେଶକ ଯୁଗଳେଶ୍ବରୀ ଦାଶ, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ନିର୍ଦ୍ଦେଶକ ତଥା ଆଦିବାସୀ ଭାଷା ଓ ସଂସ୍କୃତି ଏକାଡେମୀର ମେମ୍ବର ସେକ୍ରେଟାରୀ ସୁଧାକର ଶବର , ସ୍ବତନ୍ତ୍ର ଶାସନ ସଚିବ ସୁଜାତା ମିଶ୍ର, ବିତ୍ତ ପରାମର୍ଶଦାତା ତଥା ସ୍ବତନ୍ତ୍ର ଶାସନ ସଚିବ ବନିତା ଦାସ, ଅତିରିକ୍ତ ଶାସନ ସଚିବ ଦେବେନ୍ଦ୍ର କୁମାର ନନ୍ଦ, ପ୍ରମୁଖ ଉପସ୍ଥିତ ଥିଲେ।

ଉଦଯାପନୀ ସନ୍ଧ୍ୟାରେ ଯୋଗ ଦେଇ ମାନ୍ୟବର ମନ୍ତ୍ରୀ ପିଲାମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କ ସଫଳ ଭବିଷ୍ୟତ କାମନା କରିଛନ୍ତି। ସେ କହିଛନ୍ତି, “ସର୍ଗି ଫୁଲ୍’’ ପବିତ୍ରତାର ପ୍ରତୀକ। ପିଲାମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭାର ଅନ୍ବେଷଣର ସୁଯୋଗ ହେଉଛି ସର୍ଗି ଫୁଲ୍। ଏହି ଉତ୍ସବରେ ପିଲାମାନଙ୍କ ଅଂଶଗ୍ରହଣ ଏହାକୁ ଅଧିକ ପ୍ରାଣବନ୍ତ ଓ ଗରିମାମୟ କରିଛି ବୋଲି ସେ ମତପ୍ରକାଶ କରିଛନ୍ତି। ସେ ଏହା ମଧ୍ୟ କହିଛନ୍ତି, ବିଭାଗ ଅଧିନସ୍ଥ ବିଦ୍ୟାଳୟ ତଥା ଛାତ୍ରାବାସରେ ରହି ପାଠପଢୁଥିବା କୋମଳମତି ଛାତ୍ରଛାତ୍ରୀମାନଙ୍କ ପ୍ରତିଭାକୁ ସାର୍ବଜନୀନ କରିବା ଓ ସେମାନଙ୍କ ଦକ୍ଷତାକୁ ବିକଶିତ କରିବା ଏହି ଉତ୍ସବ ପାଳନର ଉଦ୍ଦେଶ୍ୟ। ଏଥିସହିତ ଏହି ସଫଳ ରାଜ୍ୟସ୍ତରୀୟ ଉତ୍ସବର ଆୟୋଜନ କରିଥିବାରୁ ବିଭାଗର ସମସ୍ତ ଅଧିକାରୀ ଓ କର୍ମକର୍ତ୍ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ବିଭାଗୀୟ ପ୍ରୟାସ ସମ୍ପର୍କରେ ସୂଚନା ଦେଇ ମନ୍ତ୍ରୀ ଶ୍ରୀ ଗଣ୍ଡ ସୂଚନା ଦେଇଛନ୍ତି ଯେ, ରାଜ୍ୟରେ ଡ୍ରପ୍ ଆଉଟ୍ ହାର ହ୍ରାସ କରିବା ପାଇଁ ରାଜ୍ୟସରକାରଙ୍କ ପ୍ରୟାସରେ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା ମାଧ୍ୟମରେ ଛାତ୍ରଛାତ୍ରୀଙ୍କୁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଉଛି। ଏଥିସହ ଚାଇଲ୍ଡ ଟ୍ରାକିଂ ସର୍ଭେ ଓ ଆସ ସ୍କୁଲ ଯିବା ପ୍ରୟାସ ମାଧ୍ୟମରେ ଅଧାରୁ ପାଠ ଛାଡିଥିବା ପିଲାମାନଙ୍କୁ ପୁଣିଥରେ ବିଦ୍ୟାଳୟକୁ ଫେରାଇ ଅଣାଯାଉଛି। ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ସମସ୍ତଙ୍କ ସମ୍ମିଳିତ ପ୍ରୟାସର ଆବଶ୍ୟକତା ରହିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ତିନିଦିନବ୍ୟାପୀ ଏହି କାର୍ଯ୍ୟକ୍ରମରେ ୧୧୬୦ ଛାତ୍ରଛାତ୍ରୀ ଓ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନେଇ ୨୨ ଟି ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଏହି ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଛନ୍ତି ମୁଖ୍ୟ ଅତିଥି। ଏଥିସହ ୫ ଟି ଶ୍ରେଷ୍ଠ ପ୍ରଦର୍ଶନକାରୀ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ମଧ୍ୟ ସମ୍ମାନିତ କରାଯାଇଥିବା ବେଳେ ଏକଲବ୍ୟ ବିଦ୍ୟାଳୟର ସିବିଏସଇ ବୋର୍ଡ଼ ପରୀକ୍ଷାରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ୧୦ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଛି। ଏଥିସହ ବିଭାଗ ଅଧିନରେ ଥିବା ୫୦ ଟି ଶ୍ରେଷ୍ଠ ଉଚ୍ଚ ବିଦ୍ୟାଳୟ, ୧୦ ଟି ଶ୍ରେଷ୍ଠ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ସମ୍ମାନିତ କରାଯାଇଛି।

Concludes Sargi Phul Festival 2025 State-Level
Share. Facebook Twitter LinkedIn Email WhatsApp Copy Link

Related Posts

ଡିସେମ୍ବର ୨୧ ତାରିଖ ରାଶିଫଳ, ଆଜି ୪ ଟି ରାଶିର ବ୍ୟକ୍ତି ରୁହନ୍ତୁ ସତର୍କ, ହୋଇପାରେ ଧନହାନୀ

December 21, 2025

ହିଜାବ ବିବାଦ: ଶେଷ ଦିନରେ ମଧ୍ୟ ଯୋଗ ଦେଲେ ନାହିଁ ଡାକ୍ତର ନୁସରତ, ବଡ଼ ନିଷ୍ପତ୍ତି ନେଲେ ସରକାର

December 20, 2025

ଡିସେମ୍ବର ୨୬ରୁ ଏକ ଘଣ୍ଟା ବନ୍ଦ ରହିବ ବହିର୍ବିଭାଗ: ଆନ୍ଦୋଳନ ଚେତାବନୀ ଦେଲେ ଡାକ୍ତର

December 20, 2025

ବାଲୁଗାଁ ରେଳ ଷ୍ଟେସନ ପରାମର୍ଶଦାତା କମିଟି ବୈଠକ, ଯାତ୍ରୀ ସମସ୍ୟା ଉପରେ ଗୁରୁତ୍ଵ

December 20, 2025
Latest News

ରାଜ୍ୟସ୍ତରୀୟ ସର୍ଗି ଫୁଲ୍ ମହୋତ୍ସବ ୨୦୨୫ ଉଦଯାପିତ

December 21, 2025

ଡିସେମ୍ବର ୨୧ ତାରିଖ ରାଶିଫଳ, ଆଜି ୪ ଟି ରାଶିର ବ୍ୟକ୍ତି ରୁହନ୍ତୁ ସତର୍କ, ହୋଇପାରେ ଧନହାନୀ

December 21, 2025

ଭାରତର ଭବିଷ୍ୟତ ଅଭିବୃଦ୍ଧିର ନେତୃତ୍ୱ ନେବ ଉତ୍ତର-ପୂର୍ବ: ପ୍ରଧାନମନ୍ତ୍ରୀ

December 20, 2025

ହିଜାବ ବିବାଦ: ଶେଷ ଦିନରେ ମଧ୍ୟ ଯୋଗ ଦେଲେ ନାହିଁ ଡାକ୍ତର ନୁସରତ, ବଡ଼ ନିଷ୍ପତ୍ତି ନେଲେ ସରକାର

December 20, 2025

ମୋଦୀଙ୍କ ଅଭୂତପୂର୍ବ କୂଟନୀତି: ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ କଲେ ୫ ଟି ଗଲ୍ଫ ଦେଶ

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.