Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଜାରି
ଆଜିର ଖବର

ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଜାରି

December 21, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଜାରି
ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଜାରି

ଭୁବନେଶ୍ଵର; ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଜାରି ରହିଛି। ଦେବଗଡ଼ ଜିଲ୍ଲାରେ ଧାନ ସଂଗ୍ରହ ଆରମ୍ଭ ହୋଇଛି। ଜିଲ୍ଲାର ରିଆମାଳ ବ୍ଲକରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଜିଲ୍ଲାର ୫୧ଟି ମଣ୍ଡିରେ ୨୧ ହଜାର ୪୧୪ ଜଣ ଚାଷୀଙ୍କ ଠାରୁ ଧାନ କିଣା ଯିବ। ଗତ ବର୍ଷ ତୁଳନାରେ ଚଳିତ ବର୍ଷ ଅଧିକ ଚାଷୀଙ୍କ ଠାରୁ ଧାନ ସଂଗ୍ରହ କରାଯିବ। ଦେବଗଡ଼ ଜିଲ୍ଲାରେ ଗତ ବର୍ଷ ୪୯ଟି ମଣ୍ଡି ଖୋଲାଯାଇଥିବା ବେଳେ ଚଳିତ ବର୍ଷ ୫୧ଟି ମଣ୍ଡି ଖୋଲାଯାଇଛି। ସେହିଭଳି ଗତବର୍ଷ ୧୯, ୬୬୨ ଚାଷୀ ପଞ୍ଜିକରଣ କରିଥିବା ବେଳେ ଚଳିତ ବର୍ଷ ୨୧, ୪୧୪ ଚାଷୀ ପଞ୍ଜିକରଣ କରିଛନ୍ତି ଜିଲ୍ଲାରେ ଚାଷୀ ପଞ୍ଜିକରଣ କରିଛନ୍ତି । ଚଳିତ ଖରିଫ ଋତୁରେ ଧାନ କିଣା ପାଇଁ ୬୨,୭୪୭ ଏକର ଜମି ପଞ୍ଜିକୃତ ହୋଇଛି ଯାହା ଗତବର୍ଷ ୫୮, ୨୪୯ ଏକର ଥିଲା। ଧାନ କିଣା ପୂର୍ବରୁ ପଞ୍ଜିକୃତ ଚାଷ ଜମି ଗୁଡିକର ସାଟେଲାଇଟ ସର୍ଭେ ଶେଷ ହୋଇଛି। ଜିଲ୍ଲାରେ ୫୧ ଜଣ ମଣ୍ଡି ନୋଡାଲ ଅଧିକାରୀ ଏବଂ ୧୩ ଜଣ ମଣ୍ଡି ସୁପରଭାଇଜିଂ ଅଧିକାରୀ ନିୟୋଜିତ ରହି ପ୍ରକ୍ରିୟା ଉପରେ ତୀକ୍ଷଣ ନଜର ରଖିଛନ୍ତି। ଏଥିସହ ସମସ୍ତ ମଣ୍ଡି ଗୁଡିକରେ ଚାଷୀ ମାନଙ୍କ ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରାଯିବା ସହ ସିସିଟିଭି ଲଗାଯାଇଛି।

ବର୍ତ୍ତମାନ ବରଗଡ଼, ନୂଆପଡା, ସମ୍ବଲପୁର, କଳାହାଣ୍ଡି, ସୁବର୍ଣ୍ଣପୁର, ସୁନ୍ଦରଗଡ଼ ଓ ବଲାଙ୍ଗୀର ଜିଲ୍ଲାରେ ଧାନ କିଣା ପ୍ରକ୍ରିୟା ଚାଲିଛି । ସୂଚନାଯୋଗ୍ୟ,ଏହିସବୁ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୬୭ ହଜାର ୨୫୦ ଜଣ ଚାଷୀଙ୍କ ଠାରୁ ତିନି ଲକ୍ଷ ୫ ହଜାର ୫୦ ମେଟ୍ରିକ ଟନ ଧାନ କିଣା ଯାଇଛି। ଏଥିସହ ସମ୍ପୃକ୍ତ ଚାଷୀ ମାନଙ୍କୁ ସର୍ବନିମ୍ନ ସହାୟତା ମୂଲ୍ୟ ବାବଦକୁ ୪୪୭ କୋଟି ୨୨ ଲକ୍ଷ ଓ ଇନପୁଟ ସହାୟତା ଭାବେ ୧୩୮ କୋଟି ଟଙ୍କା ପ୍ରଦାନ କରାଯାଇଛି।

ପର୍ଯ୍ୟାୟକ୍ରମେ ଅନ୍ୟ ଜିଲ୍ଲାରେ ଧାନ କିଣା ଆରମ୍ଭ କରାଯିବ। ଏଥିପାଇଁ ଜିଲ୍ଲା ଗୁଡିକରେ ସମସ୍ତ ପ୍ରସ୍ତୁତି ଯାରି ରହିଛି। ଏତଦବ୍ୟତୀତ ପଞ୍ଜିକୃତ ଚାଷୀ ମାନଙ୍କୁ ଆଗୁଆ ସୂଚନା ପ୍ରଦାନ ସହ ଟୋକନ ପ୍ରଦାନ କରାଯାଉଛି। ମଣ୍ଡି ଗୁଡିକରେ ସର୍ବନିମ୍ନ ସୁବିଧା ପ୍ରଦାନ କରାଯିବା ସହ ଚାଷୀ ମାନଙ୍କ ଆକାଉଣ୍ଟକୁ ୪୮ ଘଣ୍ଟା ମଧ୍ୟରେ ସର୍ବନିମ୍ନ ସହାୟତା ରାଶି ପ୍ରଦାନ କରାଯାଉଛି। ଚାଷୀ ମାନଙ୍କୁ ଆଧାର ସଂଯୁକ୍ତ ଇ-କେୱାଇସି ଦେୟ ବ୍ୟବସ୍ଥା କରାଯାଇଛି। ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ଚାଷୀମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ବିଭିନ୍ନ ଉପଯୋଗୀ ପଦକ୍ଷେପ ଗ୍ରହଣ କରାଯାଇଛି।

ଖରିଫ ଋତୁ ଦେବଗଡ ଜିଲ୍ଲା ଧାନ କିଣା ପ୍ରକ୍ରିୟା
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026
Latest News

ଆମେରିକା ସହିତ ‘ପ୍ୟାକ୍ସ ସିଲିକା’ରେ ଯୋଗଦେଲା ଭାରତ: ଜାଣନ୍ତୁ ଏହା କ’ଣ?

February 20, 2026

“ଯଦି ଆପଣମାନେ ଫ୍ରାନ୍ସ ଆସନ୍ତି…”: ଭାରତୀୟମାନଙ୍କୁ ବଡ଼ ପ୍ରସ୍ତାବ ଦେଲେ ମାକ୍ରୋନ୍

February 20, 2026

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.