ନୂଆଦିଲ୍ଲୀ: ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ଏୟାର ଇଣ୍ଡିଆର ଏକ ବିମାନ ଯାନ୍ତ୍ରିକ ତ୍ରୁଟିର ସମ୍ମୁଖୀନ ହୋଇଥିଲା। ଉକ୍ତ ଘଟଣାର ଏୟାର ଇଣ୍ଡିଆକୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ବିସ୍ତୃତ ରିପୋର୍ଟ ମାଗିଛି। ମନ୍ତ୍ରଣାଳୟ ଏହି ଘଟଣାର ସମ୍ପୂର୍ଣ୍ଣ ତଦନ୍ତ କରିବାକୁ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟକୁ ନିର୍ଦ୍ଦେଶ ଦେଇଛି। ଯାତ୍ରୀମାନଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇବା ଏବଂ ପରବର୍ତ୍ତୀ ଉଡ଼ାଣରେ ସେମାନଙ୍କୁ ଗନ୍ତବ୍ୟ ସ୍ଥଳକୁ ପଠାଇବାର ବ୍ୟବସ୍ଥା କରିବାକୁ ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେଇଛି। ମନ୍ତ୍ରଣାଳୟ କହିଛି ଯେ, ବିମାନ AI-887 ସୁରକ୍ଷିତ ଭାବରେ ଅବତରଣ କରିଛି ଏବଂ ଯାତ୍ରୀମାନଙ୍କ ସୁରକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।


