Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାର ୧୦୮ଟି ଏସଇବିସି ସମ୍ପ୍ରଦାୟକୁ କେନ୍ଦ୍ରୀୟ ଓବିସି ତାଲିକାରେ ସାମିଲ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ଓଡ଼ିଶାର ୧୦୮ଟି ଏସଇବିସି ସମ୍ପ୍ରଦାୟକୁ କେନ୍ଦ୍ରୀୟ ଓବିସି ତାଲିକାରେ ସାମିଲ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ

December 23, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ରମନ୍ତ୍ରୀ
ଓଡ଼ିଶାର ୧୦୮ଟି ଏସଇବିସି ସମ୍ପ୍ରଦାୟକୁ କେନ୍ଦ୍ରୀୟ ଓବିସି ତାଲିକାରେ ସାମିଲ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ପଛୁଆ ସମ୍ପ୍ରଦାୟର ସ୍ୱାର୍ଥ ରକ୍ଷା ଏବଂ ସେମାନଙ୍କୁ ସାମାଜିକ ନ୍ୟାୟ ପ୍ରଦାନ କରିବା ଦିଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ଓଡ଼ିଶା ସରକାରଙ୍କ ଦ୍ୱାରା ରାଜ୍ୟ ଏସଇବିସି ତାଲିକାରେ ସ୍ୱୀକୃତିପ୍ରାପ୍ତ ୧୦୮ଟି ସମ୍ପ୍ରଦାୟକୁ କେନ୍ଦ୍ରୀୟ ଓବିସି ତାଲିକାରେ ସାମିଲ କରିବା ପାଇଁ ସେ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଡାକ୍ତର ବୀରେନ୍ଦ୍ର କୁମାରଙ୍କୁ ପତ୍ର ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଛନ୍ତି।

ଶ୍ରୀ ପ୍ରଧାନ ନିଜ ପତ୍ରରେ ଦର୍ଶାଇଛନ୍ତି ଯେ, ଏହି ସମ୍ପ୍ରଦାୟଗୁଡ଼ିକ ଓଡ଼ିଶା ସରକାରଙ୍କ ଦ୍ୱାରା ରାଜ୍ୟ ଏସଇବିସି ତାଲିକାରେ ମାନ୍ୟତା ପାଇଥିଲେ ମଧ୍ୟ କେନ୍ଦ୍ରୀୟ ତାଲିକାରେ ସ୍ଥାନ ପାଇନାହାଁନ୍ତି। ଏହି ଅସଙ୍ଗତି କାରଣରୁ ଏହି ବର୍ଗର ଲୋକମାନେ କେନ୍ଦ୍ର ସରକାରଙ୍କ ଚାକିରି, ଶିକ୍ଷାନୁଷ୍ଠାନରେ ନାମଲେଖା ତଥା ବିଭିନ୍ନ କଲ୍ୟାଣକାରୀ ଯୋଜନାର ସୁବିଧା ପାଇବାରୁ ବଞ୍ଚିତ ହେଉଛନ୍ତି। ଓଡ଼ିଶାର ଜନସଂଖ୍ୟା ଅନୁସାରେ ଏସଇବିସି ବର୍ଗର ଲୋକମାନଙ୍କ ସଂଖ୍ୟା ଅଧିକ । ଏହି ସମ୍ପ୍ରଦାୟର ଜାତି/ଉପଜାତି/ବର୍ଗର ଲୋକମାନଙ୍କୁ  କେନ୍ଦ୍ରୀୟ ତାଲିକାରେ ଅନ୍ତର୍ଭୁକ୍ତ କରାଗଲେ ସେମାନଙ୍କୁ ସମାନ ଭାବେ ସର୍ବଭାରତୀୟ ସ୍ତରରେ ସ୍ଥାନ ସଂରକ୍ଷଣ ଓ କଲ୍ୟାଣକାରୀ ଯୋଜନାର ସୁବିଧା ମିଳିପାରିବ, ଯାହା ସେମାନଙ୍କର ଆର୍ଥିକ ଓ ଶିକ୍ଷାଗତ ଅଭିବୃଦ୍ଧିରେ ସହାୟକ ହେବ।

ଶ୍ରୀ ପ୍ରଧାନ ତାଙ୍କ ପତ୍ର ସହ ସଂଲଗ୍ନ ୧୦୮ଟି ସମ୍ପ୍ରଦାୟର ଏକ ସବିଶେଷ ତାଲିକା ପ୍ରଦାନ କରିଛନ୍ତି। ଏଥିରେ ଖଣ୍ଡାୟତ, ପ୍ରଧାନ, ଚଷା ପାଇକ, ମହାନ୍ତି, ଗଉଡ଼, ବଣିଆ, ଏବଂ ତେଲି ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ସମ୍ପ୍ରଦାୟ ଅନ୍ତର୍ଭୁକ୍ତ ଅଛନ୍ତି । ଏହି ସମ୍ପ୍ରଦାୟଗୁଡ଼ିକର ଶିକ୍ଷାଗତ ଏବଂ ଆର୍ଥିକ ଅଭିବୃଦ୍ଧି ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ସେ କେନ୍ଦ୍ର ମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।

ପ୍ରକାଶ ଥାଉକି, ଗତକାଲି ଶ୍ରୀ ପ୍ରଧାନ ଏ ସଂକ୍ରାନ୍ତରେ ତଥା ଏସଇବିସି ବର୍ଗର ଲୋକଙ୍କ କଲ୍ୟାଣ ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ପତ୍ର ଲେଖି ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ଓଏସସିବିସି) ର ତୁରନ୍ତ ପୁନର୍ଗଠନ ପାଇଁ ଅନୁରୋଧ କରିଥିଲେ।

ଏସଇବିସି ସମ୍ପ୍ରଦାୟ ଓଡିଶା କେନ୍ଦ୍ରୀୟ ଓବିସି ତାଲିକା ଧର୍ମେନ୍ଦ୍ର ପ୍ରଧାନ ବୀରେନ୍ଦ୍ର କୁମାର
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ରୀୟ କୃଷିରତ ମହିଳା ସଂସ୍ଥାନ, ଭୁବନେଶ୍ୱର ଦ୍ୱାରା କିଷାନ ଦିବସ ପାଳିତ

December 23, 2025

ସମ୍ବଲପୁର ରେଳମଣ୍ଡଳ ଅନ୍ତର୍ଗତ ସାଂସଦଙ୍କ ଡିଭିଜନାଲ୍ କମିଟି ବୈଠକ

December 23, 2025

BSFରେ ଦଶମ ଶ୍ରେଣୀ ପାସ୍ ପ୍ରାର୍ଥୀଙ୍କ ପାଇଁ ବଡ ସୁଯୋଗ, ଶୀଘ୍ର କରନ୍ତୁ ଆବେଦନ

December 23, 2025

ଭିବି ଜୀ ରାମ ଜୀ ଯୋଜନା ଅଧୀନରେ ୧.୫୧ ଲକ୍ଷ କୋଟିରୁ ଅଧିକ ଟଙ୍କାର ଆବଣ୍ଟନ ପ୍ରସ୍ତାବିତ: କୃଷି ମନ୍ତ୍ରୀ

December 23, 2025
Latest News

ଓଡ଼ିଶାର ୧୦୮ଟି ଏସଇବିସି ସମ୍ପ୍ରଦାୟକୁ କେନ୍ଦ୍ରୀୟ ଓବିସି ତାଲିକାରେ ସାମିଲ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ

December 23, 2025

କେନ୍ଦ୍ରୀୟ କୃଷିରତ ମହିଳା ସଂସ୍ଥାନ, ଭୁବନେଶ୍ୱର ଦ୍ୱାରା କିଷାନ ଦିବସ ପାଳିତ

December 23, 2025

ସମ୍ବଲପୁର ରେଳମଣ୍ଡଳ ଅନ୍ତର୍ଗତ ସାଂସଦଙ୍କ ଡିଭିଜନାଲ୍ କମିଟି ବୈଠକ

December 23, 2025

BSFରେ ଦଶମ ଶ୍ରେଣୀ ପାସ୍ ପ୍ରାର୍ଥୀଙ୍କ ପାଇଁ ବଡ ସୁଯୋଗ, ଶୀଘ୍ର କରନ୍ତୁ ଆବେଦନ

December 23, 2025

ଭିବି ଜୀ ରାମ ଜୀ ଯୋଜନା ଅଧୀନରେ ୧.୫୧ ଲକ୍ଷ କୋଟିରୁ ଅଧିକ ଟଙ୍କାର ଆବଣ୍ଟନ ପ୍ରସ୍ତାବିତ: କୃଷି ମନ୍ତ୍ରୀ

December 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.