Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ
ଆଜିର ଖବର

ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ

December 23, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ
ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ

ଭୁବନେଶ୍ଵର: ଆଜି ପୂର୍ବାହ୍ନରେ ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଯୁଦ୍ଧ କୌଶଳ, ଶାରୀରିକ ସାମର୍ଥ୍ୟ, ରଣନୀତି କୌଶଳ ଓ ମାନସିକ ସହନଶୀଳତାକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏହି ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଆୟୋଜନ କରାଯାଇଛି ବୋଲି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ନକ୍ସଲ ବିରୋଧୀ ଅଭିଯାନ) ସଂଜୀବ ପଣ୍ଡା କହିଛନ୍ତି। ଏହି ପ୍ରତିଯୋଗିତାରେ ଓଡ଼ିଶା ପୁଲିସର ବିଭିନ୍ନ ସଶସ୍ତ୍ର ବାଟାଲିୟନ୍‌ର ୧୭ ଟି ଟିମର ୪୦୨ ଜଣ କମାଣ୍ଡୋ ଅଂଶ ଗ୍ରହଣ କରିଛନ୍ତି।

ଏହା ସହ ପ୍ରତିଯୋଗିତା କମାଣ୍ଡୋଙ୍କ ମଧ୍ୟରେ ପେଶାଦାରିତା, ଶୃଙ୍ଖଳା ଓ ଦଳୀୟ ସମନ୍ୱୟକୁ ବଢ଼ାଇବାରେ ସକ୍ଷମ ହେବ ବୋଲି ଗୁରୁତ୍ୱାରୋପ କରିଥିଲେ। ଏହା ବ୍ୟତୀତ ଯେକୌଣସି ପ୍ରତିକୂଳ ପରିସ୍ଥିତିକୁ ତ୍ୱରିତ ଓ ସଫଳ ଭାବେ ମୁକାବିଲା କରିବା ପାଇଁ କମାଣ୍ଡୋ ମାନଙ୍କୁ ମାନସିକ ସ୍ତରରେ ସୁଦୃଢ କରି ପାରିବ ବୋଲି ମତବ୍ୟକ୍ତ କରିଥିଲେ।
ଶ୍ରୀ ପଣ୍ଡା ଆହୁରି ମଧ୍ୟ କହିଥିଲେ ଯେ, ସାମ୍ପ୍ରତିକ ପରିସ୍ଥିତିରେ ଆସୁଥିବା ଭିନ୍ନ ଭିନ୍ନ ଚ୍ୟାଲେଞ୍ଜ୍‌ଗୁଡ଼ିକୁ ଦୃଷ୍ଟିରେ ରଖି କମାଣ୍ଡୋମାନେ ସଦା ସମୟରେ ଶାରୀରିକ ଓ ମାନସିକ ଭାବେ ଫିଟ୍ ରହିବା ନିତ୍ୟାନ୍ତ ଆବଶ୍ୟକ। ଏହା ସହ ନୂତନ ପ୍ରଯୁକ୍ତି, ଆଧୁନିକ ଅସ୍ତ୍ର ଶସ୍ତ୍ର ଓ ରଣନୀତି କୌଶଳ ସହ ନିଜକୁ ଅପଡେଟ ରଖିବା ଅତ୍ୟନ୍ତ ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ।

ଏହି ପ୍ରତିଯୋଗିତାରେ ରାଜ୍ୟର ବିଭିନ୍ନ ସଶସ୍ତ୍ର ପୋଲିସ ବ୍ୟାଟାଲିୟନ୍‌ର କମାଣ୍ଡୋ ମାନେ ଅଂଶଗ୍ରହଣ କରି ଓବସ୍ଟାକଲ୍ କୋର୍ସ, ୫ କିଲୋଗ୍ରାମ ଓଜନର ବ୍ୟାକପ୍ୟାକ୍ ପିନ୍ଧି କନଫିଡେନ୍ସ କୋର୍ସରେ ୧.୩ କିଲୋମିଟର ଦୌଡ଼, ୫ କିଲୋଗ୍ରାମ ଓଜନର ବ୍ୟାକପ୍ୟାକ୍ ସହିତ କ୍ରସ୍–କଣ୍ଟ୍ରି ପଦଯାତ୍ରା, ଫାୟାରିଂ ଭଳି ପ୍ରତିଯୋଗିତାରେ ନିଜ ଦକ୍ଷତା ପ୍ରଦର୍ଶନ କରିବେ।

ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ପଣ୍ଡା ସମସ୍ତ ଅଂଶଗ୍ରହଣକାରୀ କମାଣ୍ଡୋମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ପେଶାଦାର ପ୍ରଶିକ୍ଷଣ ଓ ପ୍ରତିଯୋଗିତା ଜାରି ରଖିବାକୁ ଗୁରୁତ୍ବାରୋପ କରିଥିଲେ।

ରାଜ୍ୟର ଆଇନ ଶୃଙ୍ଖଳା ଓ ଶାନ୍ତି ବ୍ୟବସ୍ଥାକୁ ଆହୁରି ମଜବୁତ କରିବା ପାଇଁ ସବୁବେଳେ ପୋଲିସ ବାହିନୀକୁ ଅତ୍ୟାଧୁନିକ, ସକ୍ଷମ ଓ ବିଭିନ୍ନ ଚ୍ୟାଲେଞ୍ଜ୍‌ର ସଫଳ ମୁକାବିଲା କରିବା ନିମନ୍ତେ ଓଡ଼ିଶା ପୋଲିସ ସଦା ସର୍ବଦା ପ୍ରସ୍ତୁତ ଓ ସଜାଗ ରହିଛି ବୋଲି ସେ ମତବ୍ୟକ୍ତ କରିଥିଲେ।

ଆଜିର ଏହି ଉଦଘାଟନ ସମାରୋହରେ ଏସପି ସ୍ପେଶାଲ ବ୍ରାଞ୍ଚ ରାଜ ପ୍ରସାଦ, ଡେପୁଟି କମାଣ୍ଡାଣ୍ଟ,ପାୟଲ ଦୟାଲ ବା, କ୍ରୀଡା ଅଧିକାରୀ, ନୀଳ ମାଧବ ସ୍ଵାଇଁ ପ୍ରମୁଖ ଉପସ୍ଥିତ ଥିଲେ।

ଆନ୍ତଃ ବାଟାଲିୟନ କମାଣ୍ଡୋ ଏସଓଜି ଚନ୍ଦକା ସଂଜୀବ ପଣ୍ଡା ସ୍ପେଶାଲ ଅପରେଶନ ଗ୍ରୁପ
Share. Facebook Twitter LinkedIn Email WhatsApp Copy Link

Related Posts

ଜନଗଣନା-୨୦୨୭ରେ ସାମିଲ ହେଲେ ଲୋକସଭା ବାଚସ୍ପତି; ସମ୍ପୂର୍ଣ୍ଣ କଲେ ଡିଜିଟାଲ୍ ସ୍ୱ-ଗଣନା

April 4, 2026

IIHT ରେ ଫ୍ୟାସନ ଶୋ ଓ ହ୍ୟାଣ୍ଡଲୁମ୍ ପ୍ରଦର୍ଶନୀ ଆୟୋଜିତ

April 4, 2026

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026
Latest News

ଜନଗଣନା-୨୦୨୭ରେ ସାମିଲ ହେଲେ ଲୋକସଭା ବାଚସ୍ପତି; ସମ୍ପୂର୍ଣ୍ଣ କଲେ ଡିଜିଟାଲ୍ ସ୍ୱ-ଗଣନା

April 4, 2026

IIHT ରେ ଫ୍ୟାସନ ଶୋ ଓ ହ୍ୟାଣ୍ଡଲୁମ୍ ପ୍ରଦର୍ଶନୀ ଆୟୋଜିତ

April 4, 2026

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026

ପଶ୍ଚିମ ଏସିଆର ପରିସ୍ଥିତି ଉପରେ ସରକାରଙ୍କ ପଦକ୍ଷେପ: ଏଲପିଜି ବଣ୍ଟନକୁ ପ୍ରାଥମିକତା

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.