Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୦ତମ ରାଜ୍ୟସ୍ତରୀୟ ଜାମ୍ବୋରେଟ୍ ଓ ସ୍ୱତନ୍ତ୍ର ଟ୍ରାଇବାଲ୍ ଜାମ୍ବୋରେଟ୍ ଉଦ୍‌ଘାଟିତ
ଆଜିର ଖବର

୨୦ତମ ରାଜ୍ୟସ୍ତରୀୟ ଜାମ୍ବୋରେଟ୍ ଓ ସ୍ୱତନ୍ତ୍ର ଟ୍ରାଇବାଲ୍ ଜାମ୍ବୋରେଟ୍ ଉଦ୍‌ଘାଟିତ

December 23, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟସ୍ତରୀୟ ଜାମ୍ବୋରେଟ୍ ଓ ସ୍ୱତନ୍ତ୍ର ଟ୍ରାଇବାଲ୍ ଜାମ୍ବୋରେଟ୍ ଉଦ୍‌ଘାଟିତ
ରାଜ୍ୟସ୍ତରୀୟ ଜାମ୍ବୋରେଟ୍ ଓ ସ୍ୱତନ୍ତ୍ର ଟ୍ରାଇବାଲ୍ ଜାମ୍ବୋରେଟ୍ ଉଦ୍‌ଘାଟିତ

ଖୋର୍ଦ୍ଧା: ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡସ୍ ଆନୁକୂଲ୍ୟରେ ଖୋର୍ଦ୍ଧା ଜିଲ୍ଲା ବରୁଣେଇ ପାହାଡସ୍ଥିତ ରାଜ୍ୟ ତାଲିମ କେନ୍ଦ୍ର୍ର ପରିସରରେ ଆୟୋଜିତ ୨୦ତମ ରାଜ୍ୟସ୍ତରୀୟ ଜାମ୍ବୋରେଟ୍ ଏବଂ ସ୍ୱତନ୍ତ୍ର ଟ୍ରାଇବାଲ୍ ଜାମ୍ବୋରେଟ୍ ଆଜି ଅପରାହ୍ନ ୪ଘଟିକା ସମୟରେ ଉଦ୍‌ଘାଟିତ ହୋଇଅଛି। ବିଭିନ୍ନ ଜିଲ୍ଲାରୁ ୨୫୨୦ ଜଣ ସ୍କାଉଟ, ଗାଇଡ୍ ଏହି ଜାମ୍ବୋରେଟ୍‌ରେ ଯୋଗଦାନ କରିଛନ୍ତି। ଜାତୀୟ ଉପସଭାପତି ତଥା ରାଜ୍ୟ ମୁଖ୍ୟ କମିଶନର ଡଃ କାଳିପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ ସମାରୋହରେ ଉଦ୍‌ଘାଟକ ଭାବେ ଲେପ୍ଟନାଣ୍ଟ କର୍ଣ୍ଣେଲ୍ ଜସ୍ମିନ୍ ମିଶ୍ର ପ୍ରଦୀପ ପ୍ରଜ୍ୱଳନ କରି ଉକ୍ତ ଶିବିରକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ।

ଓମ୍ ପ୍ରିୟଦର୍ଶୀ ଛୋଟରାୟ, ଓଡ଼ିଶା ରାଜ୍ୟ ଭାରତ ସ୍କାଉଟସ୍ ଓ ଗାଇଡ଼ସ୍‌ର କାଉନ୍‌ସିଲ୍ ସଦସ୍ୟ ଉକ୍ତ ଉଦ୍‌ଘାଟନୀ ଉତ୍ସବରେ ଉପସ୍ଥିତ ଥିଲେ। ରାଜ୍ୟ ମୁଖ୍ୟ କମିଶନର ଡଃ ମିଶ୍ର ଅତିଥିମାନଙ୍କୁ ସ୍ୱାଗତ କରିବାକୁ ଯାଇ ଜାମ୍ବୋରେଟ୍‌ର ଉଦ୍ଦେଶ୍ୟ ତଥା ରାଜ୍ୟ ସଂଗଠନର ବର୍ଷ ବ୍ୟାପୀ ବିଭିନ୍ନ ଅନ୍ତର୍ଜାତୀୟ କାର୍ଯ୍ୟକ୍ରମର ସବିଶେଷ ବିବରଣୀ ପ୍ରଦାନ କରିଥିଲେ। ମୁଖ୍ୟଅତିଥି କର୍ଣ୍ଣେଲ ମିଶ୍ର ରାଜ୍ୟ ସଂଗଠନର ଏଭଳି ଏକ ବ୍ୟାପକ କାର୍ଯ୍ୟକ୍ରମର ଆୟୋଜନରେ ସନ୍ତୋଷପ୍ରକଟ କରିବା ସହିତ ସ୍କାଉଟ ଓ ଗାଇଡ୍ ସଂଗଠନ ପ୍ରତ୍ୟେକ କ୍ଷେତ୍ରରେ ସର୍ବଦା ଉଲ୍ଲେଖନୀୟ କାର୍ଯ୍ୟ ସଂପାଦନ କରିଆସିଛି ବୋଲି ଅଭିହିତ କରିଥିଲେ।

ରାଜ୍ୟ ସଂଗଠନ ଦ୍ୱାରା ଆୟୋଜିତ ଉକ୍ତ ଜାମ୍ବୋରେଟ୍ ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ ସମନ୍ୱୟ ରକ୍ଷାକରି ପାରସ୍ପରିକ ସ୍ନେହ ଓ ବନ୍ଧୁତା ସ୍ଥାପନ ପୂର୍ବକ ସମାଜରେ ଭାଇଚାରାର ଭାବ ଉଦ୍ରେକ କରିବା ପାଇଁ ପ୍ରେରଣାଦାୟକ ହେବ ବୋଲି ମୁଖ୍ୟ ଅତିଥି କର୍ଣ୍ଣେଲ ମିଶ୍ର ମତବ୍ୟକ୍ତ କରିଥିଲେ। ପ୍ରତ୍ୟେକ କାର୍ଯ୍ୟରେ ଓଡିଶା ସଂଗଠନ ସବୁବେଳେ ଅଗ୍ରଣୀ ଭୂମିକା ନିର୍ବାହ କରି ଆସିଥିବାରୁ ସାଧୁବାଦ ଜଣାଇଥିଲେ।

ରାଜ୍ୟ ସଂଗଠନ କମିଶନର ତଥା ଆଡମିନିଷ୍ଟ୍ରେଟିଭ୍ ଅଫିସର ଅନାମିକା ଦାସ ସ୍ୱାଗତ ଭାଷଣ ଦେଇଥିବା ବେଳେ ରାଜ୍ୟ ସମ୍ପାଦକ ଶରତ ଚନ୍ଦ୍ର ପାଇକରାୟ ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ ସ୍କାଉଟ ଓ ଗାଇଡ୍‌ମାନଙ୍କ ଦ୍ୱାରା ଆକର୍ଷଣୀୟ ସଂହତି ନୃତ୍ୟ ଅତିଥିମାନଙ୍କର ଦୃଷ୍ଟି ଆକର୍ଷଣ କରିଥିଲା। ଏହି ଶିବିର ଯୁଗ୍ମ ସଂପାଦକ ମିହିର ରଂଜନ ପଟ୍ଟନାୟକଙ୍କ ନେତୃତ୍ୱରେ ଏବଂ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ସହଯୋଗରେ ଚାଲୁଅଛି।

ଗାଇଡସ୍‌ ରାଜ୍ୟସ୍ତରୀୟ ଜାମ୍ବୋରେଟ୍ ସ୍କାଉଟସ୍ ସ୍ୱତନ୍ତ୍ର ଟ୍ରାଇବାଲ୍ ଜାମ୍ବୋରେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026
Latest News

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.