Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫୁଲବାଣୀରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ‘ବାର୍ତ୍ତାଳାପ’
ଆଜିର ଖବର

ଫୁଲବାଣୀରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ‘ବାର୍ତ୍ତାଳାପ’

December 24, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଫୁଲବାଣୀରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ‘ବାର୍ତ୍ତାଳାପ’
ଫୁଲବାଣୀରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ‘ବାର୍ତ୍ତାଳାପ’

ଭୁବନେଶ୍ୱର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଭୁବନେଶ୍ୱର ପକ୍ଷରୁ ଫୁଲବାଣୀ ଠାରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ବାର୍ତ୍ତାଳାପ ଅନୁଷ୍ଠିତ ହୋଇଯାଇଛି। ନିକଟରେ କେନ୍ଦ୍ର ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ବିକଶିତ ଭାରତ – ରୋଜଗାର ଏବଂ ଜୀବିକା ପାଇଁ ଗ୍ୟାରେଣ୍ଟି (ଗ୍ରାମୀଣ) ମିଶନ ଆଇନ, 2025 ବା ଭିବି-ଜୀ ରାମ ଜୀ ଆଇନ ଉପରେ କର୍ମଶାଳାରେ ବିସ୍ତୃତ ଆଲୋଚନା କରାଯିବା ସହିତ ଏହାର ପ୍ରଚାରପ୍ରସାର ଲାଗି ଗଣମାଧ୍ୟମର ଭୂମିକା ଉପରେ ଗୁରୁତ୍ୱାରୋପ କରାଯାଇଛି।

କାର୍ଯ୍ୟକ୍ରମରେ ପ୍ରାରମ୍ଭିକ ବକ୍ତବ୍ୟ ରଖି ପିଆଇବି, ଭୁବନେଶ୍ୱରର ଅତିରିକ୍ତ ମହାନିର୍ଦ୍ଦେଶକ (ଏଡିଜି) ଅଖିଳ କୁମାର ମିଶ୍ର ଭିବି ଜୀ ରାମ ଜୀ ଆଇନ ସହିତ ପିଏମ୍‌ ଗ୍ରାମୀଣ ଆବାସ ଯୋଜନା, ପିଏମ ଫସଲ ବୀମା ଯୋଜନା, ପିଏମ କିଷାନ ଯୋଜନା ଭଳି ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ କହିଥିଲେ, ଯୋଜନାକୁ ଜିଲ୍ଲା ପ୍ରଶାସନ କାର୍ଯ୍ୟକାରୀ କରୁଥିବା ବେଳେ ଏହାର ପ୍ରଚାରପ୍ରସାର ଦିଗରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ପିଆଇବି ଗଣମାଧ୍ୟମ ଏବଂ ଜିଲ୍ଲା ପ୍ରଶାସନ ମଧ୍ୟରେ ସମନ୍ୱୟ ସ୍ଥାପନ କରିବା ସହିତ ତୃଣମୂଳସ୍ତରରେ ଯୋଗାଯୋଗକୁ ପ୍ରସାରିତ କରିବା ଦିଗରେ କାର୍ଯ୍ୟ କରିଥାଏ। କେନ୍ଦ୍ର ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଏବଂ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଓ ତଥ୍ୟ ପିଆଇବି ଜରିଆରେ ବିଭିନ୍ନ ବିଭାଗ ନିକଟରେ ପହଞ୍ଚିଥାଏ।

ଶ୍ରୀ ମିଶ୍ର ଆହୁରି କହିଥିଲେ, କନ୍ଧମାଳ ଏକ ଆକାଂକ୍ଷୀ ଜିଲ୍ଲା ହୋଇଥିବାରୁ ଏଠାରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଲୋକ କଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ ହେଉଛି। ଜିଲ୍ଲା ପ୍ରଶାସନ ସାଧାରଣ ଲୋକଙ୍କ ପାଇଁ ଆଶା ଓ ଭରସାର ପ୍ରତୀକ। ଗଣମାଧ୍ୟମ ଜିଲ୍ଲା ପ୍ରଶାସନ ସହ ନିୟମିତ ଯୋଗାଯୋଗ ରକ୍ଷା କରିବା ସହିତ ସରକାରୀ ଯୋଜନା ଏବଂ କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରଚାରପ୍ରସାର କରିବାରେ ମୁଖ୍ୟ ଭୂମିକା ନିର୍ବାହ କରିବାର ଆବଶ୍ୟକତା ରହିଛି।

କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇ ଦୈନିକ ପ୍ରଗତିବାଦୀର କାର୍ଯ୍ୟନିର୍ବାହୀ ସମ୍ପାଦକ ବୀରୂପାକ୍ଷ ତ୍ରିପାଠୀ ତାଙ୍କ ବକ୍ତବ୍ୟରେ ଭିବି – ଜୀ ରାମ ଜୀ ଯୋଜନାର ଲାଭ, ରାଷ୍ଟ୍ରୀୟ ଗୀତ ବନ୍ଦେ ମାତରମର 150 ବର୍ଷ ପୂର୍ତ୍ତି ଏବଂ ତୃଣମୂଳସ୍ତରରେ କଲ୍ୟାଣକାରୀ ଯୋଜନାର ସଫଳ କାର୍ଯ୍ୟକାରିତାରେ ଗ୍ରାମୀଣ ସାମ୍ବାଦିକମାନଙ୍କର ମହତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରିଥିଲେ। ସେ କେନ୍ଦ୍ର ସରକାରଙ୍କ ନୂଆ ଯୋଜନା ଭିବି – ଜୀ ରାମ ଜୀରେ ବର୍ଷକୁ 125 ଦିନର କାମ ଯୋଗାଇ ଦେବାର ବ୍ୟବସ୍ଥାକୁ ସ୍ୱାଗତ କରି କହିଥିଲେ, ଏଭଳି ଯୋଜନାର କାର୍ଯ୍ୟକାରିତାରେ ତ୍ରୁଟିବିଚ୍ୟୁତିକୁ ଲୋକଲୋଚନକୁ ଆଣିବାରେ ସାମ୍ବାଦିକମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଜିଲ୍ଲା ପ୍ରଶାସନ ନିକଟରେ ମଧ୍ୟ ଗଣମାଧ୍ୟମରେ ପ୍ରକାଶିତ ଖବରକୁ ଆଧାର କରି ସମସ୍ୟାର ସମାଧାନ କରିବାର ସୁଯୋଗ ରହିଥାଏ। ବାର୍ତ୍ତାଳାପ ଭଳି କାର୍ଯ୍ୟକ୍ରମ ଜରିଆରେ ଗଣମାଧ୍ୟମ ଏବଂ ପ୍ରଶାସନ ମଧ୍ୟରେ ସମନ୍ୱୟ ରଖିବା ସମ୍ଭବ ହୋଇପାରୁଛି ବୋଲି ଶ୍ରୀ ତ୍ରିପାଠୀ ମତ ରଖିଥିଲେ।

କନ୍ଧମାଳ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ଧରତୀ ଆବା ଜନଜାତୀୟ ଯୋଜନା, ପିଏମ ଜନମନ ଯୋଜନା, ପିଏମ ଜନଜାତୀୟ ଉନ୍ନତ ଗ୍ରାମ ଯୋଜନା ଆଦିର ସୁଫଳ ସମ୍ପର୍କରେ ଆଲୋଚନା କରିଥିଲେ। ଏସବୁ ଯୋଜନା କନ୍ଧମାଳ ଭଳି ଜନଜାତି ବହୁଳ ଜିଲ୍ଲାରେ କିଭଳି ପ୍ରଭାବ ପକାଇଛି ସେ ସମ୍ପର୍କରେ ଶ୍ରୀ ପାତ୍ର ସୂଚନା ଦେଇଥିଲେ।

କନ୍ଧମାଳ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶମ୍ଭୁନାଥ ନନ୍ଦୀ ବାର୍ତ୍ତାଳାପ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ଦ୍ୱାରା ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା କଲ୍ୟାଣମୂଳକ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ସେ ପିଏମ ଗ୍ରାମୀଣ ଆବାସ ଯୋଜନା, ପିଏମ ବିଶ୍ୱକର୍ମା, ପିଏମ ସୂର୍ଯ୍ୟଘର, ଗ୍ରାମୀଣ ବିଦ୍ୟୁତିକରଣ ଯୋଜନା ସମେତ ଜନଜାତି ସମ୍ପ୍ରଦାୟର ବିକାଶ ଲାଗି କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମଗୁଡ଼ିକ କନ୍ଧମାଳ ଜିଲ୍ଲାବାସୀଙ୍କୁ କିଭଳି ସୁଫଳ ଦେଉଛି ତାହା ଉପରେ ଆଲୋକପାତ କରିଥିଲେ।

ଅନ୍ୟତମ ଅତିଥି ତଥା କନ୍ଧମାଳ ଜିଲ୍ଲା କୃଷି ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ରଶ୍ମୀ ରଞ୍ଜନ ମହାରଣା ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ପିଏମ୍‌ ଫସଲ ବୀମା ଯୋଜନା, ପିଏମ କିଷାନ ଯୋଜନା, ମୃତ୍ତିକା ସ୍ୱାସ୍ଥ୍ୟ କାର୍ଡ, ପରମ୍ପରାଗତ କୃଷି ବିକାଶ ଯୋଜନା, ପିଏମ ଧନଧାନ୍ୟ କୃଷି ଯୋଜନାର ସ୍ଥିତି ଏବଂ ପରିଣାମ ସମ୍ପର୍କରେ କାର୍ଯ୍ୟକ୍ରମରେ ସୂଚନା ଦେଇଥିଲେ।

ପିଆଇବି, ଭୁବନେଶ୍ୱରର ଗଣମାଧ୍ୟମ ଓ ଯୋଗାଯୋଗ ଅଧିକାରୀ ସ୍ୱାଧୀନ ଶକ୍ତିପ୍ରସାଦ ବାର୍ତ୍ତାଳାପର ଉଦଘାଟନୀ ଅଧିବେଶନକୁ ପରିଚାଳନା କରିଥିଲେ। କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି), ଭୁବନେଶ୍ୱରର ସହାୟକ ନିର୍ଦ୍ଦେଶକ ତଥା ବାର୍ତ୍ତାଳାପର ନୋଡାଲ ଅଧିକାରୀ ପ୍ରଦୀପ କୁମାର ଚୌଧୁରୀ ବୈଷୟିକ ଅଧିବେଶନକୁ ପରିଚାଳନା କରିବା ସହିତ ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଏବଂ ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ। ଶେଷରେ ପିଆଇବିର ଉପନିର୍ଦ୍ଦେଶକ ମନୋଜ କୁମାର ଜାଲି ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବହୁ ଗଣମାଧ୍ୟମ ପ୍ରତିନିଧି, ସରକାରୀ ଅଧିକାରୀ ଉପସ୍ଥିତ ଥିଲେ। ବରିଷ୍ଠ ଅଧିକାରୀମାନେ ସାମ୍ବାଦିକଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇଥିଲେ। ବିଭିନ୍ନ ସରକାରୀ ଯୋଜନାକୁ ନେଇ ଗଣମାଧ୍ୟମ ପ୍ରତିନିଧି ଏବଂ ସରକାରୀ ଅଧିକାରୀଙ୍କ ମଧ୍ୟରେ ମତ ବିନିମୟ ହୋଇଥିଲା।

‘‘ବାର୍ତ୍ତାଳାପ’’ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ଫୁଲବାଣୀ ଭାରତ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁର ଜିଲ୍ଲାରେ ୩୭୫ କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

April 15, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହେଲେ ଆମେରିକା ରାଷ୍ଟ୍ରପତି

April 15, 2026

ଆଜି ଏପ୍ରିଲ ୧୫ ତାରିଖ ବୁଧବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 15, 2026

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026
Latest News

ସମ୍ବଲପୁର ଜିଲ୍ଲାରେ ୩୭୫ କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

April 15, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହେଲେ ଆମେରିକା ରାଷ୍ଟ୍ରପତି

April 15, 2026

ଆଜି ଏପ୍ରିଲ ୧୫ ତାରିଖ ବୁଧବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 15, 2026

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026

ଚିଲିକା ବଜରଙ୍ଗ ଦଳର ବିଶାଳ ଶୋଭାଯାତ୍ରା: ଯୋଗଦେଲେ ଆଇନ ମନ୍ତ୍ରୀ

April 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.