Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତର କୂଟନୈତିକ ସଫଳତା : କାଶ୍ମୀର ପ୍ରସଙ୍ଗରେ ମୁଣ୍ଡ ପୁରାଇବାକୁ ମନା କଲା ଆମେରିକା
ଆଜିର ଖବର

ଭାରତର କୂଟନୈତିକ ସଫଳତା : କାଶ୍ମୀର ପ୍ରସଙ୍ଗରେ ମୁଣ୍ଡ ପୁରାଇବାକୁ ମନା କଲା ଆମେରିକା

August 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶୁକ୍ରବାର କାଶ୍ମୀର ପ୍ରସଙ୍ଗରେ ମୁଣ୍ଡ ପୁରାଇବାକୁ ମନା କରିଛି ଆମେରିକା । ଭାରତର କୂଟନୈତିକ ଚାପ ଆଗରେ ମୁଣ୍ଡ ନୁଆଁଇଛି ଆମେରିକା । ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ଶୁକ୍ରବାର ଆମେରିକାର ବୈଦେଶିକ ସଚିବ ମାଇକ୍‌ ପୋମ୍ପିଓଙ୍କୁ ଭେଟିବା ପରେ କାଶ୍ମୀର ପ୍ରସଙ୍ଗରେ ମୁଣ୍ଡ ନ ପୁରାଇବାର ନିଷ୍ପତ୍ତି ନେଇଛି ଆମେରିକା । ଗତକାଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ କାଶ୍ମୀର ମାମଲାରେ ହସ୍ତକ୍ଷେପ କରିବା ପାଇଁ ଟ୍ରମ୍ପଙ୍କୁ ଅନୁରୋଧ କରିଥିଲେ । ମାତ୍ର ଶୁକ୍ରବାର କାଶ୍ମୀର ପ୍ରସଙ୍ଗରେ ଆମେରିକାର କୌଣସି ଭୂମିକା ରହିବ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଆମେରିକୀୟ ଗୃହ ବିଭାଗ ମୁଖପାତ୍ର ମୋର୍ଗାନ ଅର୍ଟାଗସ୍‌ । ମାତ୍ର ଉଭୟ ରାଷ୍ଟ୍ର ଶାନ୍ତି ଆପଣେଇବା ଉଚିତ୍‌ ବୋଲି ଆମେରିକା ପକ୍ଷରୁ କୁହାଯାଇଛି । ଏହା ସହିତ ଇମ୍ରାନ୍‌ ଖାନ୍‌ଙ୍କ ଆବେଦନକୁ ମିଳିତ ଜାତିସଂଘ ପକ୍ଷରୁ ମଧ୍ୟ ଅଗ୍ରାହ୍ୟ କରାଯାଇଛି । ସିମଳା ରାଜିନାମା ଅନୁଯାୟୀ କାଶ୍ମୀର ମାମଲାରେ ଭାରତ ପାକ୍‌ ବ୍ୟତୀତ କୌଣସି ତୃତୀୟ ପକ୍ଷ ହସ୍ତକ୍ଷେପ କରି ପାରିବେ ନାହିଁ ବୋଲି ଜାତିସଂଘ ପକ୍ଷରୁ କୁହାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ: ଇଂଲଣ୍ଡ ବିରୋଧରେ ବିଶାଳ ସ୍କୋର ଛିଡ଼ା କଲା ଭାରତ

March 5, 2026

ଇଂଲଣ୍ଡକୁ ପରାସ୍ତ କରିବା ପାଇଁ ଭାରତକୁ କେତେ ରନ ଆବଶ୍ୟକ?: ଦେଖନ୍ତୁ ପରିସଂଖ୍ୟାନ

March 5, 2026

ରେଢ଼ାଖୋଲ ବିଜୁ ଜନତା ଦଳ ପକ୍ଷରୁ ଭୂମିପୁତ୍ର ବିଜୁ ପଟ୍ଟନାୟକଙ୍କ ୧୦୮ ତମ ଜନ୍ମ ଜୟନ୍ତୀ

March 5, 2026
Latest News

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବଡ଼ ହଲଚଲ: ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଇସ୍ତଫା

March 5, 2026

୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ: ଇଂଲଣ୍ଡ ବିରୋଧରେ ବିଶାଳ ସ୍କୋର ଛିଡ଼ା କଲା ଭାରତ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.