Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚଳିତ ବର୍ଷ  ନୂଆଦିଲ୍ଲୀ ସାଧାରଣତନ୍ତ୍ର ଦିବସ କର୍ତ୍ତବ୍ୟ ପଥରେ ଦେଖିବାକୁ ମିଳିବ ଓଡିଶାର ପ୍ରଜ୍ଞାପନ ମେଢ
ଆଜିର ଖବର

ଚଳିତ ବର୍ଷ  ନୂଆଦିଲ୍ଲୀ ସାଧାରଣତନ୍ତ୍ର ଦିବସ କର୍ତ୍ତବ୍ୟ ପଥରେ ଦେଖିବାକୁ ମିଳିବ ଓଡିଶାର ପ୍ରଜ୍ଞାପନ ମେଢ

December 30, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
Tableau from Odisha to participate in Republic Day 2026 parade
Tableau from Odisha to participate in Republic Day 2026 parade

ଭୁବନେଶ୍ଵର: ଆଗାମୀ ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଚଳିତ ବର୍ଷ ଦେଖିବାକୁ ମିଳିବ ଓଡିଶାର ପ୍ରଜ୍ଞାପନ ମେଢ। ସ୍ବଦେଶୀ ସାମଗ୍ରୀ ଉତ୍ପାଦନ ମାଧ୍ୟମରେ ସାଂପ୍ରତିକ ଭାରତକୁ ଆତ୍ମନିର୍ଭର ଭାରତରେ ପରିଣତ କରିବା ଦୃଷ୍ଟିକୋଣକୁ ନେଇ ଚଳିତ ବର୍ଷ ପାଇଁ ପ୍ରଜ୍ଞାପନ ମେଢର ବିଷୟବସ୍ତୁ ‘ସମୃଦ୍ଧିର ମନ୍ତ୍ର ଆତ୍ମନିର୍ଭର ଭାରତ’ ଆଧାରରେ ଓଡ଼ିଶାର ପ୍ରଜ୍ଞାପନ ମେଢରେ କୃଷିରୁ ସେମିକଣ୍ଡକ୍ଟର ପର୍ଯ୍ୟନ୍ତ ଆତ୍ମନିର୍ଭର ଭାରତ ଗଠନରେ ଓଡ଼ିଶାର ଅବଦାନ ଦେଖିବାକୁ ମିଳିବ ପ୍ରଜ୍ଞାପନ ମେଢରେ, ଓଡ଼ିଶାର କୃଷି ଓ ସାଂସ୍କୃତିକ ସମୃଦ୍ଧିରୁ ଆଧୁନିକ ଶିଳ୍ପ, ଦକ୍ଷତା ବିକାଶ ଏବଂ ନବସୃଜନ ଓ ପ୍ରଯୁକ୍ତିର ଏକ ସମ୍ମିଳିତ ଦୃଶ୍ୟ ଉପସ୍ଥାପନ କରାଯିବ।

ଜାତୀୟ ଦୃଷ୍ଟିକୋଣ ସହିତ ସମନ୍ୱୟ ରଖି ଓଡ଼ିଶା କିପରି ତାହାର ପ୍ରାକୃତିକ ସମ୍ପଦ, ସାଂସ୍କୃତିକ ଐତିହ୍ୟ, ମାନବ ସମ୍ବଳ ଏବଂ ପ୍ରଯୁକ୍ତିବିଦ୍ୟା ଉପଯୋଗରେ ଏକ ଆମ ଆତ୍ମନିର୍ଭରଶୀଳ ମୌଳିକ ଭାରତ ଗଠନକୁ ଇନ୍ଧନ ପ୍ରଦାନ କରୁଛି, ତାହା ଓଡିଶାର ପ୍ରଜ୍ଞାପନ ମେଢ ମାଧ୍ଯମରେ ପ୍ରଦର୍ଶିତ ହେବ।

କୃଷି, ଶିଳ୍ପ, ଅର୍ଥନୀତି, ଷ୍ଟାର୍ଟଅପ୍ ଇକୋସିଷ୍ଟ ସିଷ୍ଟମ୍ ଏବଂ ପ୍ରଯୁକ୍ତିବିଦ୍ୟା-ଚାଳିତ ସମାଧାନ ଆଦି ବିଭିନ୍ନ ପ୍ରତୀକାତ୍ମକ ଉପାଦାନଗୁଡ଼ିକୁ ଏକତ୍ରୀତ ତ କରି, ପ୍ରସ୍ତୁତ ରାଜ୍ୟର ସାମଗ୍ରିକ ବିକ ବିକାଶ ମଡେଲ ଏବଂ ଭାରତର ସାମାଜିକ ଓ ଅର୍ଥନୈତିକ ପ୍ରଗତିରେ ଓଡ଼ିଶାର ଗୁରୁତ୍ବପୂର୍ଣ ଭୂମିକାକୁ ପ୍ରତିଫଳିତ କରିବାକୁ ଯାଇ, ପ୍ରଜ୍ଞାପ ଜ୍ଞାପନ ମେଢର ବିଭିନ୍ନ ଅଂଶରେ କୋରାପୁଟ କଫିରୁ ସିଲିକନ ସେମିକଣ୍ଡକ୍ଟର ପର୍ଯ୍ୟନ୍ତ ନିରନ୍ତର ଯାତ୍ରାକୁ ଉପସ୍ଥାପନ କରାଯିବ।

ଶ୍ରୀ ଜଗନ୍ନାଥ ରଥର ଭୂମି ଭାବେ ନିର୍ମିତ ପ୍ରଜ୍ଞାପନ ମେଢର ସମ୍ମୁଖ ଭାଗ ଉପରେ ଲିଙ୍ଗଗତ ସମାନତା ଏବଂ ମହିଳା ସଶକ୍ତିକରଣ ପ୍ରତି ଓଡ଼ିଶାର ପ୍ରତିବଦ୍ଧତାକୁ ପ୍ରଦର୍ଶନ କରାଯାଇଥିବା ବେଳେ, ମଧ୍ୟଭାଗରେ ସ୍ଥାୟୀ ଜୀବିକା ଓ ରାଜ୍ୟର କୃଷି ଉତ୍କୃଷ୍ଟତାର ପ୍ରତିନିଧି ସ୍ବରୂପ କୋରାପୁଟ କଫି ଏବଂ ଏହାର ଅପରପାର୍ଶ୍ବରେ ଉନ୍ନତ ପ୍ରଯୁକ୍ତିବିଦ୍ୟା ଆଧାରିତ ଜଟିଳ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଉତ୍ପାଦନ ଦିଗରେ ଓଡ଼ିଶାର ପ୍ରଗତିକୁ ସିଲିକନ୍ ସେମିକଣ୍ଡକ୍ଟର ଚିପ୍ ମାଧ୍ଯମରେ ପ୍ରତିଫଳିତ ହେବ।

ପଶ୍ଚାତ୍ ଭାଗରେ ଓଡ଼ିଶାର ଅନନ୍ୟ ସ୍ଥାପତ୍ୟ ଏବଂ କାଳଜୟୀ କଳାତ୍ମକ ଐତିହ୍ୟର ପ୍ରଦର୍ଶନ ସ୍ବରୂପ କୋଣାର୍କ ସୂର୍ଯ୍ୟ ମନ୍ଦିରର ଏକ ପ୍ରତିରୂପ ସ୍ଥାନିତ ହେବ। ସମ୍ବଲପୁରୀ ବସ୍ତ୍ର ଆଚ୍ଛାଦିତ ପ୍ରଜ୍ଞାପନ ମେଢର ଉଭୟ ପାର୍ଶ୍ବରେ ପାରମ୍ପରିକ ଜନଜାତି ଚିତ୍ର ଚିତ୍ରକଳା ଉପରେ ରୂପା ତାରକସୀ କାରୁକାର୍ଯ୍ୟ, ଓଡ଼ିଶାର ଗଭୀର ସାଂସ୍କୃତିକ ପରିଚୟ ଏବଂ ଉତ୍କୃଷ୍ଟ ହସ୍ତଶିଳ୍ପ ପରମ୍ପରାକୁ ପ୍ରତିଫଳିତ କରାଯିବ। ପ୍ରାଚୀନ ଷୋଡ଼ଶ ଶତାବ୍ଦୀରୁ ଆଜି ପର୍ଯ୍ୟନ୍ତ ଲୋକପ୍ରିୟ ଥିବା ଓଡ଼ିଶାର ଅନ୍ୟତମ ଲୋକନୃତ୍ୟ ଚଇତି ଘୋଡା ଗୀତ ଓ ନୃତ୍ୟ ମାଧ୍ଯମରେ ନୃତ୍ୟଶିଳ୍ପୀମାନେ ଆ ଆତ୍ମନିର୍ଭର ଭାରତରେ ଓଡ଼ିଶାର ଭୂମିକାକୁ ପ୍ରଜ୍ଞାପନ ମେଢର ଉଭୟ ପାର୍ଶ୍ଵରେ ରେ ଉପସ୍ଥାପନ କରିବେ।

ଗତ ନଭେମ୍ବର ୧୧ ତାରିଖରୁ ଚଳିତ ଡିସେମ୍ବର ୨୨ ତାରିଖ ମଧ୍ୟରେ ପାଞ୍ଚଟି ପର୍ଯ୍ୟାୟରେ ଓଡ଼ିଶାର ପ୍ରଜ୍ଞାପନ ମେଢକୁ ଭାରତ ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରାଳୟ ଦ୍ବାରା ମନୋନୀତ ବିଶେଷଜ୍ଞ କମିଟିର ପର୍ଯ୍ୟାଲୋଚନା ପରେ ଆଗାମୀ ସାଧାରଣତନ୍ତ୍ର ଦିବସ ଓଡିଶାର ପ୍ରଜ୍ଞାପନ ମେଢ ନୂଆଦିଲ୍ଲୀ ଦିଲ୍ଲୀର କର୍ତ୍ତବ୍ୟ ପଥରେ ପ୍ରଦର୍ଶନ ପାଇଁ ଆଜି ପ୍ରତିରକ୍ଷା ମନ୍ତ୍ରାଳୟ ତରଫରୁ ସୂଚନା ପ୍ରାପ୍ତ ହୋଇଛି।

ଓଡ଼ିଶାର ସମୃଦ୍ଧ ହସ୍ତଶିଳ୍ପ ଓ ହସ୍ତତନ୍ତ ମାଧ୍ଯମରେ ମହିଳା ସଶସ୍ତୀକରଣକୁ ନେଇ ଗତ ୨୦୨୪ରେ ପ୍ରଦର୍ଶିତ ଓଡ଼ିଶାର ପ୍ରଜ୍ଞାପନ ପନ ମେଢ କର୍ତ୍ତବ୍ୟ ପଥରେ ପରାକାଷ୍ଠା ପ୍ରଦର୍ଶନ କରି ସମଗ୍ର ଦେଶରେ ପ୍ରଥମ ସ୍ଥାନ ହାସଲ କରିଥିବା ବେଳେ, ଓଡ଼ିଶାର ହସ୍ତତନ୍ତ ଓ ବୟନ ବୟନ କଳା ଉପରେ ଆଧାରିତ ୨୦୨୫ର ପ୍ରଜ୍ଞାପନ ମେଢ ଜାନୁଆରୀ ୨୬ ରୁ ୩୧ ତାରିଖ ପର୍ଯ୍ୟନ୍ତ ଲାଲକିଲ୍ଲା ନିକଟରେ ଅନୁଷ୍ଠିତ ଭାରତ ପର୍ବର ‘ଦେଖୋ ଅପନା ଦେଶ’ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲା।

Republic Day 2026 Tableau from Odisha
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ରାଜ୍ୟ ମହିଳା ଆୟୋଗର ୩୩ତମ ପ୍ରତିଷ୍ଠା ଦିବସ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଲେ….

February 11, 2026

ଇସ୍ପାତ ବିପ୍ଳବକୁ କିପରି କାର୍ବନ କ୍ୟାପଚର ଶକ୍ତି ପ୍ରଦାନ କରିପାରିବ?: ପ୍ରବନ୍ଧ ସେୟାର କଲେ ପ୍ରଧାନମନ୍ତ୍ରୀ

February 11, 2026

ଆଇଏମଏସ୍ ଆଣ୍ଡ ସମ ହସ୍ପିଟାଲ ପକ୍ଷରୁ ସ୍ପର୍ଶ କୁଷ୍ଠ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

February 11, 2026

ଦୁର୍ଘଟଣାରେ ମହିଳା ପୋଲିସ ଇନ୍ସପେକ୍ଟରଙ୍କ ମୃତ୍ୟୁ, ଅନ୍ୟ ଦୁଇ ପୋଲିସ ଅଧିକାରୀ ଆହତ

February 11, 2026
Latest News

ଓଡ଼ିଶା ରାଜ୍ୟ ମହିଳା ଆୟୋଗର ୩୩ତମ ପ୍ରତିଷ୍ଠା ଦିବସ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଲେ….

February 11, 2026

ଇସ୍ପାତ ବିପ୍ଳବକୁ କିପରି କାର୍ବନ କ୍ୟାପଚର ଶକ୍ତି ପ୍ରଦାନ କରିପାରିବ?: ପ୍ରବନ୍ଧ ସେୟାର କଲେ ପ୍ରଧାନମନ୍ତ୍ରୀ

February 11, 2026

ଆଇଏମଏସ୍ ଆଣ୍ଡ ସମ ହସ୍ପିଟାଲ ପକ୍ଷରୁ ସ୍ପର୍ଶ କୁଷ୍ଠ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

February 11, 2026

ଦୁର୍ଘଟଣାରେ ମହିଳା ପୋଲିସ ଇନ୍ସପେକ୍ଟରଙ୍କ ମୃତ୍ୟୁ, ଅନ୍ୟ ଦୁଇ ପୋଲିସ ଅଧିକାରୀ ଆହତ

February 11, 2026

ଅଷ୍ଟ୍ରେଲିଆକୁ ବଡ଼ ଝଟକା: ଟି୨୦ ବିଶ୍ୱକପ୍ ରୁ ବାଦ ପଡ଼ିଲେ ଅଧିନାୟକ ମିଚେଲ ମାର୍ଶ

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.