ଭୁବନେଶ୍ଵର: ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବିଭାଗୀୟ କାର୍ଯ୍ୟକ୍ରମର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟର ନଗର ଉନ୍ନୟନକୁ ଆହୁରି ତ୍ୱରାନ୍ୱିତ କରିବା ସହିତ ନାଗରିକଙ୍କ ପାଇଁ ଉନ୍ନତ ସୁବିଧା ଯୋଗାଇ ଦେବା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି।
ଏହାସହିତ ‘ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନା’ ଏବଂ ନିକଟରେ ଆରମ୍ଭ ହୋଇଥିବା ‘ସହଯୋଗ’ ଯୋଜନା ସମେତ ଅନ୍ୟାନ୍ୟ ମୁଖ୍ୟ କାର୍ଯ୍ୟକ୍ରମଗୁଡ଼ିକର ସଫଳ ରୂପାୟନ ଉପରେ ବିସ୍ତୃତ ଆଲୋଚନା ହୋଇଛି। ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ, ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


