ଭୁବନେଶ୍ଵର: ଇଂରାଜୀ ନବବର୍ଷର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସହିତ ଆଲୋଚନା କରିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ନୂଆ ମୁଖ୍ୟ ଶାସନ ସଚିବ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ତାଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ଉପସ୍ଥିତ ଥିଲେ। ରାଜ୍ୟର ବିକାଶ ପାଇଁ ନୂଆବର୍ଷରେ ନୂଆ ଆଭିମୁଖ୍ୟ ଏବଂ କାର୍ଯ୍ୟକ୍ରମ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି।


